Posted inଜାତୀୟ

Operation Sindoor: କିଛି ବଡ଼ ହେବାକୁ ଯାଉଛି? ରାଜସ୍ଥାନ-ପଞ୍ଜାବରେ ହାଇ ଆଲର୍ଟ

ନୂଆଦିଲ୍ଲୀ, ୮।୫: ଭାରତର ମିସାଇଲ ଆକ୍ରମଣ ‘ଅପରେସନ ସିନ୍ଦୂର’ ପରେ ରାଜସ୍ଥାନ ଓ ପଞ୍ଜାବରେ ହାଇ ଆଲର୍ଟ ଜାରି କରାଯାଇଛି। ରାଜସ୍ଥାନ ସରକାର ପାକିସ୍ତାନ ସହ ଥିବା ୧୦୭୦ କିଲୋମିଟର ସୀମାକୁ ସମ୍ପୂର୍ଣ୍ଣ ସିଲ କରିଦେଇଛନ୍ତି, ଯେଉଁଥିରେ ବିକାନେର, ଜୈସଲମେର, ଗଙ୍ଗାନଗର ଓ ବାରମେର ଆଦି ଜିଲାରେ ସ୍କୁଲ ବନ୍ଦ ରହିଛି। ସେହିପରି, ପଞ୍ଜାବ ପୋଲିସ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରି ସୀମାନ୍ତ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିଛି।

ଗତ ଏପ୍ରିଲ ୨୨ରେ ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ଘଟିଥିଲା। ଏହାର ପ୍ରତିଶୋଧ ନେବା ପାଇଁ ଭାରତୀୟ ସେନା ରାତି ଅଧରେ ‘ଅପରେସନ ସିନ୍ଦୂର’ ଆରମ୍ଭ କରି ପାକିସ୍ତାନ ଓ ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ)ରେ ୯ଟି ଆତଙ୍କବାଦୀ କ୍ୟାମ୍ପ ଉପରେ ୨୪ଟି ମିସାଇଲ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ଲସ୍କର-ଏ-ତୋଇବା, ଜୈଶ-ଏ-ମହମ୍ମଦ ଓ ହିଜବୁଲ ମୁଜାହିଦ୍ଦିନ ସହ ଜଡିତ ପ୍ରାୟ ୭୦ ଜଣ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି।

ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ଏକ ଉଚ୍ଚସ୍ତରୀୟ ବୈଠକ ଡାକି ରାଜ୍ୟର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ସେ ପୋଲିସ ଓ ଅନ୍ୟାନ୍ୟ ସୁରକ୍ଷା ଏଜେନ୍ସିମାନଙ୍କୁ ସୀମାନ୍ତରେ କଡ଼ା ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜୈସଲମେରରେ ରାତି ୧୨ଟାରୁ ସକାଳ ୪ଟା ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ବ୍ଲାକଆଉଟ ଜାରି କରାଯାଇଥିଲା ଏବଂ ପୋଲିସ ଘରେ ଘରେ ଯାଇ ଲୋକଙ୍କୁ ଲାଇଟ୍‌ ବନ୍ଦ ରଖିବାକୁ ସଚେତନ କରାଇଥିଲା।

ପଞ୍ଜାବରେ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଫେରୋଜପୁର, ପଠାନକୋଟ, ଫାଜିଲକା, ଅମୃତସର ଓ ଗୁରୁଦାସପୁର ଜିଲ୍ଲାରେ ସ୍କୁଲ ବନ୍ଦ ରହିଛି। ଅମୃତସରର ଅଟାରୀ ସୀମାରେ ପ୍ରତିଦିନ ଅନୁଷ୍ଠିତ ହେଉଥିବା ‘ବିଟିଂ ରିଟ୍ରିଟ’ ସେରିମୋନି ମଧ୍ୟ ବୁଧବାର ବନ୍ଦ ରହିଥିଲା। ଏହା ସହିତ, ଗୁରୁଦାସପୁରର ଡେରା ବାବା ନାନାକରେ ଥିବା କର୍ତ୍ତାରପୁର କରିଡର ମଧ୍ୟ ଦିନକ ପାଇଁ ବନ୍ଦ ରହିଥିଲା।

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏକ ଉଚ୍ଚସ୍ତରୀୟ ବୈଠକରେ ପାକିସ୍ତାନ ଓ ନେପାଳ ସହ ସୀମାନ୍ତ ଅଞ୍ଚଳ ଥିବା ରାଜ୍ୟଗୁଡିକର ମୁଖ୍ୟମନ୍ତ୍ରୀ, ପୋଲିସ ମହାନିର୍ଦ୍ଦେଶକ ଓ ମୁଖ୍ୟ ସଚିବଙ୍କ ସହ ଜାତୀୟ ସୁରକ୍ଷା ସମୀକ୍ଷା କରିଛନ୍ତି। ଏହି ବୈଠକରେ ଜମ୍ମୁ ଓ କଶ୍ମୀର, ପଞ୍ଜାବ, ରାଜସ୍ଥାନ, ଗୁଜରାଟ, ଉତ୍ତରାଖଣ୍ଡ, ଉତ୍ତର ପ୍ରଦେଶ, ବିହାର, ସିକ୍କିମ ଓ ପଶ୍ଚିମବଙ୍ଗର ଅଧିକାରୀମାନେ ଉପସ୍ଥିତ ଥିଲେ।

ଏକ ଏକ୍ସ ପୋଷ୍ଟରୁ ଜଣାପ ଯେ, ପାକିସ୍ତାନୀ ସେନା ସୀମାନ୍ତରେ ଗୁଳିବର୍ଷା କରୁଛି, ଯାହା ଫଳରେ ସୀମାନ୍ତ ଗାଁମାନଙ୍କରେ ଆତଙ୍କ ଖେଳିଯାଇଛି। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ସୁରକ୍ଷା ବାହିନୀ ମଧ୍ୟ କଡ଼ା ଜବାବ ଦେଉଛି। ଏହି ପରିସ୍ଥିତିରେ ଦେଶର ଅନ୍ୟାନ୍ୟ ରାଜ୍ୟମାନେ ମଧ୍ୟ ସତର୍କ ରହିଛନ୍ତି। ଅପରେସନ ସିନ୍ଦୂର ଭାରତର ଆତଙ୍କବାଦ ବିରୋଧୀ ‘ଜିରୋ ଟଲେରାନ୍ସ’ ନୀତିର ଏକ ଶକ୍ତିଶାଳୀ ପ୍ରମାଣ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri