ଦାଦା ପବନ କଲ୍ୟାଣଙ୍କ ସହ ଅଲ୍ଲୁ ଅର୍ଜୁନଙ୍କ ମନାନ୍ତରରେ ପଡ଼ିଲା ପୂର୍ଣ୍ଣଚ୍ଛେଦ!

ହାଇଦ୍ରାବାଦ: ଚଳଚ୍ଚିତ୍ର ‘ପୁଷ୍ପା ୨: ଦ ରୁଲ୍‌’କୁ ନେଇ ଚର୍ଚ୍ଚାରେ ରହୁଛନ୍ତି ସାଉଥ୍‌ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ । ଡିସେମ୍ବର ୫ରେ ଏହା ସିନେମାଘରେ ରିଲିଜ ହେବ। ପ୍ରଶଂସକ ଏନେଇ ଦିନ ଗଣୁଥିବା ବେଳେ ଏବେ ଭିନ୍ନ କିଛି ଘଟଣାକୁ ନେଇ ଅଭିନେତା ଖବରରେ ଅଛନ୍ତି। ତାଙ୍କର ଗୋଟିଏ ବୟାନ ଭାଇରାଲ ହେଉଛି, ଯେଉଁଥିରୁ ଦାଦା ପବନ କଲ୍ୟାଣଙ୍କ ସହ ମନାନ୍ତରରେ ପୂର୍ଣ୍ଣଚ୍ଛେଦ ପଡ଼ିବାର ସଙ୍କେତ ମିଳିଛି।

ଦୀର୍ଘଦିନରୁ ଅଲ୍ଲୁ ଅର୍ଜୁନଙ୍କର ଦାଦା ପବନ କଲ୍ୟାଣଙ୍କ ସହ ମତାନ୍ତର ରହି ଆସିଛି। ଲୋକ ସଭା ନିର୍ବାଚନ ସମୟରୁ ଏହା ଆରମ୍ଭ ହୋଇଥିଲା। କାରଣ ଏଥିରେ ଅଭିନେତା ନିଜ ଦାଦାଙ୍କ ବ୍ୟତିରେକ ଅନ୍ୟଜଣେ ପ୍ରାର୍ଥୀଙ୍କୁ ସମର୍ଥନ କରୁଥିଲେ। ହେଲେ ଏବେ ଅଲ୍ଲୁ ତାଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି।

ଅନ୍‌ଷ୍ଟପେବୁଲ୍‌ ଉଇଥ୍‌ ଏନ୍‌ବିକେ ସିଜନ ୪ ଏପିସୋଡ୍‌ର ହୋଷ୍ଟ ଅଭିନେତାଙ୍କୁ ପବନ କଲ୍ୟାଣଙ୍କ ଫଟୋ ଦେଖାଇ କିଛି କହିବାକୁ କହିଥିଲେ। ଏହାର ଜବାବରେ ସେ କହିଥିଲେ ‘ସମ୍ମାନନୀୟ କଲ୍ୟାଣ ଗୌଡ଼ା। ମୋତେ ତାଙ୍କ ଶକ୍ତି/ସାମର୍ଥ୍ୟ ପସନ୍ଦ। ଯେବେ ତାଙ୍କୁ ବ୍ୟକ୍ତିଗତ ଭାବେ ଦେଖେ ସେତେବେଳେ ତାଙ୍କ ଶୌର୍ଯ୍ୟ ପସନ୍ଦ ଆସିଥାଏ। ସେ ସବୁଠାରୁ ସାହାସୀ ବ୍ୟକ୍ତି ବୋଲି ଅଲ୍ଲୁ କହିଛନ୍ତି।

କହିରଖୁଛୁ, ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ ‘ପୁଷ୍ପା ୨’ର ଟ୍ରେଲର ନଭେମ୍ବର ୧୭ରେ ରିଲିଜ ହେବ। ଏହାକୁ ପ୍ରଶଂସକ ଅପେକ୍ଷା କରିଛନ୍ତି। ଟ୍ରେଲର ଲଞ୍ଚ କାର୍ଯ୍ୟକ୍ରମ ଲାଗି ପାଟଣାରେ ଭବ୍ୟ ଆୟୋଜନ କରାଯାଇଛି। ଏହାଛଡ଼ା ୭ ଅନ୍ୟ ସହରରେ ମଧ୍ୟ ଟ୍ରେଲର ଲଞ୍ଚ କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri