ଭାରତ ପରି ପାକିସ୍ତାନରେ ରହିଛନ୍ତି କି ଆଇଆଇଟି ଇଞ୍ଜିନିୟର? ଜାଣନ୍ତୁ କେଉଁଠି ପଢ଼ନ୍ତି ପାଠ…

ଇସଲାମାବାଦ,୨୭ା୯: ଯେତେବେଳେ ଭାରତରେ ଇଞ୍ଜିନିୟରିଂ ବିଷୟରେ ଚର୍ଚ୍ଚା ହୁଏ ସେତେବେଳେ ଆଇଆଇଟିର ନାମ ଶୀର୍ଷରେ ଆସେ। କୁହାଯାଏ, ଏଠାରୁ ସ୍ନାତକ ହାସଲ କରିଥିବା ଇଞ୍ଜିନିୟରମାନେ ବହୁତ ସ୍ମାର୍ଟ ଅଟନ୍ତି। ଏହା ମଧ୍ୟ ଦେଖାଯାଇଛି ଯେ, ଆଇଆଇଟି ପଢ଼ିଥିବା ଛାତ୍ରମାନେ ଆଜି ବିଶ୍ୱରେ ବଡ଼ ପଦବୀରେ ଅଛନ୍ତି। କିନ୍ତୁ ପାକିସ୍ତାନରେ ଆଇଆଇଟି ପରି କୌଣସି ଅନୁଷ୍ଠାନ ଅଛି କି? ତେବେ ଜାଣନ୍ତୁ ଏ ସମ୍ପର୍କରେ…

ରିପୋର୍ଟରେ ଦର୍ଶାଯାଇଛି, ପାକିସ୍ତାନରେ ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି (ଆଇଆଇଟି) ପରି କୌଣସି ଅନୁଷ୍ଠାନ ନାହିଁ, କିନ୍ତୁ ସେଠାରେ ଅନେକ ପ୍ରତିଷ୍ଠିତ ଇଞ୍ଜିନିୟରିଂ ବିଶ୍ୱବିଦ୍ୟାଳୟ ଏବଂ ବୈଷୟିକ ପ୍ରତିଷ୍ଠାନ ଅଛି। ଯାହା ଉଚ୍ଚମାନର ଇଞ୍ଜିନିୟରିଂ ଶିକ୍ଷା ପ୍ରଦାନ କରିଥାଏ। ପାକିସ୍ତାନରେ ଇଞ୍ଜିନିୟରିଂ ପଢୁଥିବା ଛାତ୍ରମାନଙ୍କ ପାଇଁ ଅନେକ ବିକଳ୍ପ ଉପଲବ୍ଧ। ଯେଉଁଥିରେ ନ୍ୟାଶନାଲ ୟୁନିଭର୍ସିଟି ଅଫ୍‌ ସାଇନ୍ସ ଆଣ୍ଡ ଟେକ୍ନୋଲୋଜି (NUST), ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ୟୁନିଭର୍ସିଟି (UET) ଏବଂ ଲାହୋରର ସରକାରୀ କଲେଜ ବିଶ୍ୱବିଦ୍ୟାଳୟ ଅନ୍ତର୍ଭୁକ୍ତ।

ନ୍ୟାଶନାଲ ୟୁନିଭର୍ସିଟି ଅଫ୍‌ ସାଇନ୍ସ ଆଣ୍ଡ୍‌ ଟେକ୍ନୋଲୋଜି (NUST) ବିଷୟରେ କହିବାକୁ ଗଲେ ଏହି ଅନୁଷ୍ଠାନ ବିଜ୍ଞାନ ଏବଂ ବୈଷୟିକ ଶିକ୍ଷା କ୍ଷେତ୍ରରେ ଏକ ଅଗ୍ରଣୀ ଅଟେ। NUST ରେ ଅନେକ ଇଞ୍ଜିନିୟରିଂ ଷ୍ଟ୍ରିମ ଉପଲବ୍ଧ, ଯେପରିକି କମ୍ପ୍ୟୁଟର, ଇଲେକ୍ଟ୍ରିକାଲ, ମେକାନିକାଲ ଏବଂ ସିଭିଲ ଇଞ୍ଜିନିୟରିଂ।

ଲାହୋରରେ ଅବସ୍ଥିତ ପାକିସ୍ତାନର ଏକ ପ୍ରମୁଖ ଇଞ୍ଜିନିୟରିଂ ବିଶ୍ୱବିଦ୍ୟାଳୟ ହେଉଛି ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି (UET)। ଏହାର ଛାତ୍ରମାନେ କେବଳ ସ୍ଥାନୀୟ ନୁହେଁ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଉଚ୍ଚ ମାନରେ ପରୀକ୍ଷା ଦିଅନ୍ତି।

ଏଥିସହିତ, ଯଦି ଆମେ ଫି’ ବିଷୟରେ କଥା ହେବା, ତେବେ ପାକିସ୍ତାନରେ ଇଞ୍ଜିନିୟରିଂ ଅଧ୍ୟୟନ ପାଇଁ ଦେୟ ଭାରତ ତୁଳନାରେ ଅଧିକ। ମିଡିଆ ରିପୋର୍ଟରେ କୁହାଯାଇଛି, ପାକିସ୍ତାନରେ ବି.ଟେକ୍‌ ପାଠ୍ୟକ୍ରମ ପାଇଁ ଛାତ୍ରମାନଙ୍କୁ ବର୍ଷକୁ ୩ ଲକ୍ଷରୁ ୬ ଲକ୍ଷ ପାକିସ୍ତାନୀ ଟଙ୍କା ଦେବାକୁ ପଡ଼ିବ। ଏହା ବ୍ୟତୀତ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନ ଉପରେ ମଧ୍ୟ ଫି’ ନିର୍ଭର କରେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri