Posted inଖେଳ

‘ଏମିତି କିଛି କାମ ଅଛି କି ଯାହା ବିରାଟ କୋହଲି କରିପାରିବେ ନାହିଁ’

ଅହମଦାବାଦ୍‌,୨୪।୨:ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ‘ରନ ମେସିନ’ ଭାବରେ ଜଣାଶୁଣା। ବିରାଟ କୋହଲି ତାଙ୍କ କ୍ରିକେଟ କ୍ୟାରିୟରରେ ଅନେକ ବଡ଼ ସଫଳତା ହାସଲ କରିଛନ୍ତି। ବିରାଟ କୋହଲି ଜଣେ ମହାନ ଅଧିନାୟକ, ବ୍ୟାଟ୍ସମ୍ୟାନ ଏବଂ ଫିଲ୍ଡର। ଏହା ସହିତ ସେ ମଧ୍ୟ ବୋଲିଂ କରନ୍ତି। ଏଭଳି ପରିସ୍ଥିତିରେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିରାଟ କୋହଲିଙ୍କ ଏକ ଭିଡିଓ ଶେୟାର କରି ତାଙ୍କୁ ପଚାରିଛି ଯେ ସେ କଣ କରିପାରିବେ ନାହିଁ। ଏହି ଭିଡିଓ ଅହମ୍ମଦାବାଦର ମୋତେରା କ୍ରିକେଟ ଷ୍ଟାଡିୟମର ଅଟେ। ଏହି ସମୟରେ ବିରାଟ କୋହଲି ମଧ୍ୟ ବୋଲିଂ ଅଭ୍ୟାସ କରିଥିଲେ। ଯାହାର ଭିଡିଓ ଆଇସିସି ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟ ମାଧ୍ୟମରେ ଶେୟାର କରିଛି।
ଆଇସିସି ବିରାଟ କୋହଲି ବୋଲିଂର ଭିଡିଓ କ୍ୟାପସନରେ ଲେଖିଛି – ଏମିତି କିଛି କାମ ଅଛି ଯାହା ବିରାଟ କୋହଲି କରିପାରିବେ ନାହିଁ? ବିରାଟ କୋହଲି ବୋଲିଂ କରିବା ନୂଆ କଥା ନୁହେଁ। ସେ କିଛି ଅନ୍ତର୍ଜାତୀୟ ମ୍ୟାଚ୍‌ରେ ମଧ୍ୟ ବୋଲିଂ କରିଛନ୍ତି। ବିରାଟ ତିନୋଟି ଫର୍ମାଟରେ ବୋଲିଂ କରିଛନ୍ତି। ସେ ଏକଦିବସୀୟ ଏବଂ ଟି-୨୦ ରେ ୮ଟି ଉଇକେଟ ନେଇଛନ୍ତି। ଏଥି ସହିତ ଟେଷ୍ଟ କ୍ରିକେଟରେ ସେ ଏପର୍ଯ୍ୟନ୍ତ କୌଣସି ଉଇକେଟ ପାଇନାହାଁନ୍ତି। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାରି ମ୍ୟାଚ ବିଶିଷ୍ଟ ସିରିଜର ତୃତୀୟ ଟେଷ୍ଟ ଅହମ୍ମଦାବାଦର ନୂତନ ନିର୍ମିତ ମୋତେରା ଷ୍ଟାଡିୟମରେ ଖେଳାଯିବ। ଏହା ଦିବାରାତ୍ର ଟେଷ୍ଟ ପିଙ୍କ୍‌ ବଲ ସହିତ ଖେଳାଯିବ।

 

View this post on Instagram

 

A post shared by ICC (@icc)


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri