Posted inଖେଳ

ଆଇଏସ୍‌ଏଲ୍‌: ଇଷ୍ଟବେଙ୍ଗଲ- ହାଇଦ୍ରାବାଦ ମ୍ୟାଚ୍‌ ଡ୍ର

ଭାସ୍କୋ,୧୩।୨: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶୁକ୍ରବାର ଏସ୍‌ସି ଇଷ୍ଟ ବେଙ୍ଗଲ ଓ ହାଇଦ୍ରାବାଦ ଏଫ୍‌ସି ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ ୧-୧ ଗୋଲରେ ଡ୍ର ରହିଛି। ସ୍ଥାନୀୟ ତିଳକ ମଇଦାନରେ ଅନୁଷ୍ଠିତ ଏହି ମ୍ୟାଚ୍‌ର ୫୯ତମ ମିନିଟରେ ବ୍ରାଇଟ୍‌ ଏନୋବାଖ୍‌ରେ ଗୋଲ ଦେଇ ଇଷ୍ଟବେଙ୍ଗଲକୁ ଅଗ୍ରଣୀ କରାଇଥିଲେ। ନିର୍ଦ୍ଧାରିତ ସମୟ ଶେଷ ପର୍ଯ୍ୟନ୍ତ ଇଷ୍ଟ ବେଙ୍ଗଲ ଅଗ୍ରଣୀ ବଜାୟ ରଖିଥିଲା। ତେବେ ଇଞ୍ଜୁରି ଟାଇମ୍‌ର ଦ୍ୱିତୀୟ ମିନିଟ୍‌ରେ ହାଇଦ୍ରାବାଦର ଆଡ୍ରିଆନ ସାଣ୍ଟାନା ଗୋଲ ଦେଇ ମ୍ୟାଚ୍‌କୁ ସମାନ ସ୍ଥିତିକୁ ଆଣିଥିଲେ ଓ ଶେଷରେ ମ୍ୟାଚ୍‌ ଡ୍ର ରହିଥିଲା। ଏଥିସହ ଇଷ୍ଟ ବେଙ୍ଗଲ ଏପର୍ଯ୍ୟନ୍ତ ୧୭ ମ୍ୟାଚ୍‌ ଖେଳି ୩ ବିଜୟ, ୮ ଡ୍ର ଓ ୬ ପରାଜୟ ସହ ୧୭ ପଏଣ୍ଟ ପାଇ ତାଲିକାର ନବମ ସ୍ଥାନରେ ରହିଛି। ଅନ୍ୟପଟେ ହାଇଦ୍ରାବାଦ ୧୭ ମ୍ୟାଚ୍‌ ଖେଳି ୫ ବିଜୟ, ୯ ଡ୍ର ଓ ୩ ପରାଜୟ ସହ ୨୪ ପଏଣ୍ଟ ପାଇ ତାଲିକାର ତୃତୀୟ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri