Posted inଫୁରସତ

ଈଶା, ଆକାଶଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଟିନା ଅମ୍ବାନୀ, ଲେଖିଲେ ଏହି ହୃଦୟସ୍ପର୍ଶୀ ବାର୍ତ୍ତା

କୋଟିପତି ବ୍ୟବସାୟୀ ମୁକେଶ ଅମ୍ବାନୀ ଏବଂ ନୀତା ଅମ୍ବାନୀଙ୍କ ପୁଅ ହେଉଛନ୍ତି ଆକାଶ ଆଉ ଝିଅ ଈଶା। ଆଜି ହେଉଛି ଉଭୟଙ୍କ ଜନ୍ମଦିନ। ଏହି ଅବସରରେ ଖୁଡ଼ି ଟିନା ଅମ୍ବାନୀ ଇନ୍‌ଷ୍ଟାଗ୍ରାମରେ ଫଟୋ ଶେୟାର କରି ଉଭୟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ତାଙ୍କର ଫଟୋ ମଧ୍ୟ ଶେୟାର କରିଛନ୍ତି। ଈଶା ଏବଂ ଆକାଶଙ୍କ ଜନ୍ମ ୧୯୯୧ ଅକ୍ଟୋବର ୨୩ରେ। ଉଭୟ ଆଜି ଜନ୍ମଦନ ପାଳନ କରୁଥିବା ବେଳେ ଖୁଡ଼ି ଟିନା ଶୁଭେଚ୍ଛା ଜଣାଇଛନ୍ତି। ଏହି ସ୍ବତନ୍ତ୍ର ଦିନରେ ଝିଆରୀ ଏବଂ ପୁତୁରାଙ୍କ ପାଇଁ ସେ ଏକ ହୃଦୟସ୍ପର୍ଶୀ ବାର୍ତ୍ତା ଲେଖିଛନ୍ତି।
ଇନ୍‌ଷ୍ଟାଗ୍ରାମରେ ଶେୟାର କରିଥିବା ଫଟୋରେ ଟିନା ଲେଖିଛନ୍ତି, ଆକାଶ ଜଣେ ଦାୟିତ୍ୱବାନ ପୁଅ। ଆହୁରି ମଧ୍ୟ ସେ ଆକାଶଙ୍କ ପିଲାଦିନ କଥା ମନେ ପକାଇଛନ୍ତି। ସେ କହିଛନ୍ତି, କେତେ ଶୀଘ୍ର ବଡ଼ ହୋଇଗଲ ତୁମେ ଦୁଇଜଣ। ଆଜି ବି ତୁମକୁ ସେହି ଛୋଟ ଝିଅପୁଅ ଭାବରେ ଦେଖେ। ଉଭୟଙ୍କ ଜନ୍ମଦିନରେ ପ୍ରେମ, ଆଲିଙ୍ଗନ ଏବଂ ନିଜର ଶୁଭାଶ୍ରୀର୍ବାଦ ଜଣାଇଛନ୍ତି। ସେ ଲେଖିଛନ୍ତି, ଏହି ବିଶେଷ ଦିନର ତୁମେ ଦୁହେଁ ଆହୁରି ଆଗକୁ ଚାଲ। ତୁମ ଦୁହିଁଙ୍କୁ ବହୁତ ବହୁତ ଭଲପାଇବା।
ଅନ୍ୟପକ୍ଷରେ ଟିନାଙ୍କ ଏହି ପୋଷ୍ଟରେ ୟୁଜରମାନେ ମଧ୍ୟ ବହୁ ମନ୍ତବ୍ୟ ଦେବା ସହ ଉଭୟ ଜାଆଁଳା ଭଉଣୀ-ଭାଇଙ୍କୁ ଶୁଭକାମନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri