ଏହି ଅଭିନେତ୍ରୀଙ୍କୁ ଶକ୍ତ ଚାପୁଡ଼ା ମାରି ମଧ୍ୟ ମୋର ଭୁଲ ନାହିଁ କହିଥିଲେ ଇଶା

ବଲିଉଡ ଇଣ୍ଡଷ୍ଟ୍ରିରେ ଅଭିନେତ୍ରୀମାନଙ୍କ ମଧ୍ୟରେ ଝଗଡା ସାଧାରଣ କଥା। ଇଣ୍ଡଷ୍ଟ୍ରିରେ ଅନେକ ଅଭିନେତ୍ରୀ ଅଛନ୍ତି, ଯେଉଁମାନେ ଛୋଟଛୋଟ ମନୋମାଳିନ୍ୟ ଲାଗି ଚର୍ଚ୍ଚାକୁ ଆସିଥାନ୍ତି। ଏହି କାରଣରୁ, ଇଣ୍ଡଷ୍ଟ୍ରିର କିଛି ଅଭିନେତ୍ରୀ ପରସ୍ପର ସହ କାମ କରିବା ଠାରୁ ଦୂରେଇ ରହିଛନ୍ତି। କିନ୍ତୁ ଏହା ଜାଣି ଆଶ୍ଚର୍ଯ୍ୟ ହେବେ ଦୁଇ ଅଭିନେତ୍ରୀଙ୍କ ମଧ୍ୟରେ ଝଗଡା ଏତେ ବଢ଼ି ଯାଇଥିଲା କଥା ମାରପିଟ ପାଖରେ ପହଞ୍ଚିଥିଲା। ଇଶା ଦେଓଲ ଏବଂ ଅମୃତା ରାଓଙ୍କ ଝଗଡ଼ା କାହାଠାରୁ ଲୁଚି ନାହିଁ। ଉଭୟ ପରସ୍ପର ସହ କଥା ହେବାକୁ ମଧ୍ୟ ପସନ୍ଦ କରନ୍ତି ନାହିଁ। ପ୍ରାୟ ୧୫ ବର୍ଷ ପୂର୍ବେ, ଇଶା ସମସ୍ତଙ୍କ ସାମ୍ନାରେ ଫିଲ୍ମର ସେଟରେ ଅମୃତାଙ୍କୁ ଚାପୁଡ଼ା ମାରିଥିଲେ। ଏହି ଘଟଣା ସମଗ୍ର ଇଣ୍ଡଷ୍ଟ୍ରିରେ ଚହଳ ସୃଷ୍ଟି କରିଥିଲା।
୨୦୦୬ ମସିହାରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ପ୍ୟାରେ ମୋହନ’ରେ ଇଶା ଏବଂ ଅମୃତାଙ୍କୁ ଏକାଠି ଦେଖିବାକୁ ମିଳିଥିଲା। ଏହି ଚଳଚ୍ଚିତ୍ରରେ ଫରଦିନ ଖାନ ଏବଂ ବିବେକ ଓବରୟ ଉଭୟଙ୍କ ସହ ନଜର ଆସିଥିଲେ। ଫିଲ୍ମର ଶୁଟିଂ ସମୟରେ ଇଶା ଅମୃତାଙ୍କୁ ଚାପୁଡ଼ା ମାରିଥିଲେ। ଇଶା ଦେଓଲ ନିଜେ ତାଙ୍କର ଏକ ସାକ୍ଷାତକାରରେ ଏହା ପ୍ରକାଶ କରିଥିଲେ। କେବଳ ଏତିକି ନୁହେଁ, ଇଶା ଏହା ମଧ୍ୟ କହିଥିଲେ, ଏଥିରେ ସେ ଦୁଃଖିତ ନୁହଁନ୍ତି।

ଏକ ସାକ୍ଷାତକାର ସେ ଅମୃତା ରାଓଙ୍କ ସହ ହୋଇଥିବା ବିବାଦ ବିଷୟରେ ଖୋଲାଖୋଲି ଭାବେ କହିଥିଲେ। ଇଶା କହିଥିଲେ, ‘ଅମୃତା ମୋତେ ନିର୍ଦ୍ଦେଶକ ଇନ୍ଦ୍ର କୁମାର ଏବଂ କ୍ୟାମେରାମ୍ୟାନଙ୍କ ଆଗରେ ଦୁର୍ବ୍ୟବହାର କରିଥିଲେ। ପରେ ମୁଁ ଭାବିଲି ସେ ସଂପୂର୍ଣ୍ଣ ଭୁଲ । ସେହି ସମୟରେ କ୍ରୋଧରେ ମୁଁ ଅମୃତାଙ୍କୁ ଚାପୁଡ଼ା ମାରିଥିଲି। ମୁଁ ମୋର ଆତ୍ମ ସମ୍ମାନ ରକ୍ଷା କରିଥିଲି । ଏଥିରେ ମୋର କୌଣସି ଦୁଃଖ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କୂଅରୁ ମିଳିଲା ଯୁବକଙ୍କ ମୃତଦେହ: ଗାଁରେ ପଡିଛି ଚହଳ…

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗାଁ ମା’ ମାଣିକେଶରୀ ମନ୍ଦିର ନିକଟ ଶ୍ରୀ ମଦନ ମୋହନ ମନ୍ଦିର ପରିସରରେ ଥିବା କୂଅରୁ…

ଦୋକାନରେ ପିଉଥିଲେ ଚା’, ମୁଣ୍ଡରେ ପଡିଲା ଗଛ ଡ଼ାଳ, ତା’ପରେ…

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ସୋମବାର ଭୋରରେ ଏକ ଅଭାବନୀୟ ଘଟଣା ଘଟିଛି। ଆଡ଼ପଡ଼ା ଗ୍ରାମରେ ରହୁଥିବା…

ଆନ୍ଧ୍ରରେ କରୋନା ମୃତ୍ୟୁ, ଓଡ଼ିଶା ସୀମାରେ ହାଇଆଲର୍ଟ

ଭୁବନେଶ୍ୱର,୧୩।୭: ଆନ୍ଧ୍ରପ୍ରଦେଶରେ COVID-19ରେ ଆକ୍ରାନ୍ତ ହୋଇ ୨ଜଣ ରୋଗୀଙ୍କ ମୃତ୍ୟୁ ଘଟିବା ପରେ ଓଡ଼ିଶା ସୀମାରେ ହାଇଆଲର୍ଟ ଜାରି କରାଯାଇଛି। ଏପରକି ଆନ୍ଧ୍ର ସୀମାନ୍ତ ଜିଲାର CDMOମାନଙ୍କୁ…

ପ୍ଲୁଟୋକୁ ନେଇ ବିବାଦ

ପ୍ଲୁଟୋ ହେଉଛି ସୌରଜଗତର ପାଞ୍ଚଟି ବାମନ ଗ୍ରହ ମଧ୍ୟରୁ ଗୋଟିଏ। ବାସ୍ତବରେ ଆମେରିକୀୟ ଜ୍ୟୋତିର୍ବିଦ କ୍ଲାଇଡ୍‌ ଟମ୍‌ବାଓ ଏହାକୁ ୧୯୩୦ ମସିହାରେ ଆବିଷ୍କାର କରିଥିଲେ। ତା’ପରେ ଏହା…

‘ଜେଣ୍ଟଲ ମ୍ୟାନ’ ଲୁକରେ ବୈଭବ ସୂର୍ଯ୍ୟବଂଶୀ, ଯୁବରାଜ ସିଂହଙ୍କୁ ଭେଟିବା ସହ ଫଟୋ ଶେୟାର କରି ଲେଖିଲେ…

ନୂଆଦିଲ୍ଲୀ,୧୩।୭: ୧୫ ବର୍ଷୀୟ ଭାରତୀୟ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ରବିବାର ଏକ ସ୍ବତନ୍ତ୍ର ଦିନ ଥିଲା। ଇଂଲଣ୍ଡ ବିପକ୍ଷରେ ଟି୨୦ ସିରିଜ ଶେଷ ହେବା ପରେ,…

ସମ୍ବଲପୁର କୋର୍ଟକୁ ତୃତୀୟ ଥର ପାଇଁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ଓକିଲଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ

ସମ୍ବଲପୁର,୧୩।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କୋର୍ଟକୁ ପୁଣି ଥରେ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି। ତୃତୀୟ ଥର ପାଇଁ ଏଭଳି ଧମକପୂର୍ଣ୍ଣ ମେଲ ଆସିବା ପରେ…

ପୁଣି ଜନନୀ ଯନ୍ତ୍ରଣା: ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ଟ୍ରାକ୍ଟରରେ ସନ୍ତାନ ପ୍ରସବ କଲେ ମହିଳା

ଭବାନୀପାଟଣା,୧୩ା୭(ଉତ୍ତମ କୁମାର ଦାଶ): ଦୁର୍ଗମ ଅଞ୍ଚଳରେ ଆଜି ବି ମୌଳିକ ସୁବିଧାର ଅଭାବ କିପରି ଲୋକଙ୍କ ଜୀବନକୁ ବିପଦରେ ପକାଉଛି,ତାହାର ଆଉ ଏକ ହୃଦୟବିଦାରକ ଚିତ୍ର ସାମ୍ନାକୁ…

FIFA World Cup 2026ରେ ନୂଆ ବିବାଦ, ଟ୍ରମ୍ପଙ୍କ ଫୋନ ପରେ ଅଧ୍ୟକ୍ଷ ଜଣେ ଆମେରିକୀୟ ଖେଳାଳିଙ୍କ ଦଣ୍ଡକୁ ‘ଚୁପଚାପ’ ପରିବର୍ତ୍ତନ କଲେ!

ଓ୍ବାଶିଂଟନ,୧୩।୭: ଫିଫା ବିଶ୍ୱକପ 2026 କୁ ନେଇ ଏକ ବଡ଼ ବିବାଦ ଦେଖାଦେଇଛି। ଲାଲ କାର୍ଡ ପାଇବା ପରେ ଆମେରିକୀୟ ଷ୍ଟ୍ରାଇକର ଫୋଲାରିନ ବାଲୋଗୁନଙ୍କୁ ଗୋଟିଏ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri