Posted inଖେଳ

ମୟଙ୍କ ନୁହନ୍ତି, ରୋହିତଙ୍କ ସହ ଓପନିଂ କରିବେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୫।୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଲଜ୍ଜାଜନକ ପରାଜୟକୁ ଭୁଲି ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଭଲ ପ୍ରଦର୍ଶନ କରିବା ଲକ୍ଷ୍ୟରେ ଟିମ୍‌ ଇଣ୍ଡିଆ। ଏହି ସିରିଜ ଲାଗି ନିୟମିତ ଅଧିନାୟକ ରୋହିତ ଶର୍ମା ସୁସ୍ଥ ହୋଇ ଫେରିଛନ୍ତି। ଅପରପକ୍ଷେ ପ୍ରଥମ ମ୍ୟାଚ୍‌ରେ କେ.ଏଲ୍‌. ରାହୁଲ ଏବଂ ଶିଖର ଧାଓ୍ବନ ଖେଳିବେ ନାହିଁ। ଏଣୁ ରୋହିତଙ୍କ ସହ କେଉଁ ଖେଳାଳି ଓପନିଂ କରିବ ସେ ନେଇ ଆଲୋଚନା ହେଉଥିଲା। ଏବେ ତାହା ସ୍ପଷ୍ଟ ହୋଇଛି।

ଫେବୃୟାରୀ ୬ରେ ଭାରତ-ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଫେବୃୟାରୀ ୬ରେ ଅହମ୍ମଦାବାଦରେ ଖେଳାଯିବ। ଏହି ମ୍ୟାଚ୍‌ରେ ଶିଖର ଧାଓ୍ବନ କରୋନା ପଜିଟିଭ୍‌ ହେବା କାରଣରୁ ଏବଂ କେଏଲ୍‌ ରାହୁଲ ନିଜସ୍ବ କାରଣରୁ ଖେଳିବେ ନାହିଁ। ଏହାକୁ ନେଇ ରୋହିତଙ୍କ ସହ ଈଶାନ କିଶନ ଓପନିଂ କରିବେ ବୋଲି ଜଣାପଡ଼ିଛି।

ଭାରତର ଷ୍ଟାର ଉଇକେଟକିପର ଈଶାନ ଆକ୍ରାମକ ବ୍ୟାଟିଂକୁ ନେଇ ଜଣାଶୁଣା। ଆଇପିଏଲ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଓପନିଂ କରି ସେ ଭଲ ପ୍ରଦର୍ଶନ କରିଥିଲେ। ଏହାଛଡ଼ା ନ୍ୟୁଜିଲାଣ୍ଡ ବିପକ୍ଷରେ ସେ ଓପନିଂ ମଧ୍ୟ କରିଛନ୍ତି। ଏଣୁ ତାଙ୍କଠାରୁ ଅଧିନାୟକ ଭାବେ ବଡ଼ ଇନିଂସ ଖେଳିବାର ଆଶା ରଖିଛନ୍ତି ରୋହିତ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର…

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ…

ଗାଁକୁ ଆସୁନି ନେଟୱାର୍କ, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ

ଖଜୁରିପଡ଼ା,୨୭ା୭(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଗୁଦାରି ଗାଁରେ ଦୀର୍ଘ ଦିନ ହେବ ନେଟୱାର୍କ ସମସ୍ୟା ଲାଗିରହିଛି। ଏହି ଗାଁଟି ଫୁଲବାଣୀ ସହରଠାରୁ ମାତ୍ର ୨ କିଲୋମିଟିର ଦୂରରେ…

ସ୍କୁଲରେ ପଶିଲା ସାପ, ଆଉ ତା’ପରେ…

ବଡ଼ଗାଁ,୨୭ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା ପଞ୍ଚାୟତର ଜାଙ୍ଗଲି ପ୍ରାଥମିକ ବିଦ୍ୟାଳୟ କୋଠରୀରେ ଥିବା ୨ଟି ସାପକୁ ଉଦ୍ଧାର କରାଯାଇ ଜଙ୍ଗଲରେ ଛଡାଯାଇଛି।…

ସରକାରଙ୍କୁ CJPର ଚେତାବନୀ: ଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ବନ୍ଦ କର, ନଚେତ୍ ପୁଣି…

ନୂଆଦିଲ୍ଲୀ, ୨୭।୭: ଜନ୍ତର ମନ୍ତରରେ ସିଜେପିର ଧାରଣା ଶେଷ ହୋଇଥିଲେ ମଧ୍ୟ ପୁଣିଥରେ ଆନ୍ଦୋଳନକୁ ନେଇ ସରକାରଙ୍କୁ ଚେତାବନୀ ଦେଇଛି । CJP ମୁଖପାତ୍ର ଆଶୁତୋଷ ରାଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri