Posted inଖେଳ

ଧୋନୀଙ୍କ ସହ ଏହି ଖେଳାଳିଙ୍କ ତୁଳନା କଲେ କିମ୍ବଦନ୍ତୀ

ନୂଆଦିଲ୍ଲୀ, ୧୫।୩ – ଅନ୍ତର୍ଜାତୀୟ ସ୍ତରରେ ପଦାର୍ପଣ ମ୍ୟାଚ୍‌ରେ ହିଁ ବିସ୍ଫୋରକ ଅର୍ଦ୍ଧଶତକୀୟ ଇନିଂସ ଖେଳିଛନ୍ତି ଇଶାନ କିଷାନ। ଏଥି ନେଇ ତାଙ୍କୁ ପ୍ରଶଂସା କରିଛନ୍ତି ବହୁ କିମ୍ବଦନ୍ତୀ ଭାରତୀୟ ଖେଳାଳି। ଏପରି କି ଇଶାନଙ୍କୁ ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସହ ତୁଳନା କରିଛନ୍ତି ବୀରେନ୍ଦ୍ର ସେହ୍ବାଗ।

ପୂର୍ବତନ ଭାରତୀୟ ଓପନର ଟୁଇଟ୍‌ କରି ଲେଖିଛନ୍ତି, ଝାଡ଼ଖଣ୍ଡର ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନଙ୍କୁ ଟପ ଅର୍ଡରରେ ବ୍ୟାଟିଂ ମିଳିବା ଓ ସେ ଦକ୍ଷତାର ପରିଚୟ ଦେବା ନୂଆ କଥା ନୁହେଁ। ଏହା ପୂର୍ବରୁ ମଧ୍ୟ ଘଟିଛି। ବିନା ଡରରେ କିଷାନ ଯେଉଁ ଭଳି ଆଟାକିଂ ବ୍ୟାଟିଂ କଲେ, ତାହା ମୋତେ ଖୁବ୍‌ ପସନ୍ଦ ଆସିଲା। ଏଠାରେ ସେହ୍ବାଗ ଯୁବ ଓପନର କିଷାନଙ୍କୁ ଧୋନୀଙ୍କ ସହ ତୁଳନା କରିଛନ୍ତି। ଧୋନୀ ମଧ୍ୟ ତାଙ୍କ କ୍ୟାରିୟରର ପ୍ରାରମ୍ଭିକ କିଛି ମ୍ୟାଚ୍‌ ଫେଲ ହେବା ପରେ ପାଇଥିଲେ ଟପ୍‌ ଅର୍ଡରରେ ବ୍ୟାଟିଂ କରିବାର ସୁଯୋଗ। ପାକିସ୍ତାନ ବିପକ୍ଷରେ ସେ ଖେଳିଥିଲେ ବିସ୍ଫୋରକ ଶତକୀୟ ଇନିଂସ, ଯାହା ତାଙ୍କୁ ଅନ୍ତର୍ଜାତୀୟ କ୍ରିକେଟରେ ଦେଇଥିଲା ପରିଚୟ। ସେହ୍ବାଗଙ୍କ ବ୍ୟତୀତ ଯୁବରାଜ ସିଂ, ଭିଭିଏସ୍‌ ଲକ୍ଷ୍ମଣ, ଇର୍ଫାନ ପଠାନ, ମହମ୍ମଦ କୈଫ, ଆର.ପି. ସିଂଙ୍କ ଭଳି ପୂର୍ବତନ ଭାରତୀୟ ଖେଳାଳି ଇଶାନଙ୍କୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri