Posted inଖେଳ

ଧୋନୀଙ୍କ ସହ ଏହି ଖେଳାଳିଙ୍କ ତୁଳନା କଲେ କିମ୍ବଦନ୍ତୀ

ନୂଆଦିଲ୍ଲୀ, ୧୫।୩ – ଅନ୍ତର୍ଜାତୀୟ ସ୍ତରରେ ପଦାର୍ପଣ ମ୍ୟାଚ୍‌ରେ ହିଁ ବିସ୍ଫୋରକ ଅର୍ଦ୍ଧଶତକୀୟ ଇନିଂସ ଖେଳିଛନ୍ତି ଇଶାନ କିଷାନ। ଏଥି ନେଇ ତାଙ୍କୁ ପ୍ରଶଂସା କରିଛନ୍ତି ବହୁ କିମ୍ବଦନ୍ତୀ ଭାରତୀୟ ଖେଳାଳି। ଏପରି କି ଇଶାନଙ୍କୁ ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସହ ତୁଳନା କରିଛନ୍ତି ବୀରେନ୍ଦ୍ର ସେହ୍ବାଗ।

ପୂର୍ବତନ ଭାରତୀୟ ଓପନର ଟୁଇଟ୍‌ କରି ଲେଖିଛନ୍ତି, ଝାଡ଼ଖଣ୍ଡର ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନଙ୍କୁ ଟପ ଅର୍ଡରରେ ବ୍ୟାଟିଂ ମିଳିବା ଓ ସେ ଦକ୍ଷତାର ପରିଚୟ ଦେବା ନୂଆ କଥା ନୁହେଁ। ଏହା ପୂର୍ବରୁ ମଧ୍ୟ ଘଟିଛି। ବିନା ଡରରେ କିଷାନ ଯେଉଁ ଭଳି ଆଟାକିଂ ବ୍ୟାଟିଂ କଲେ, ତାହା ମୋତେ ଖୁବ୍‌ ପସନ୍ଦ ଆସିଲା। ଏଠାରେ ସେହ୍ବାଗ ଯୁବ ଓପନର କିଷାନଙ୍କୁ ଧୋନୀଙ୍କ ସହ ତୁଳନା କରିଛନ୍ତି। ଧୋନୀ ମଧ୍ୟ ତାଙ୍କ କ୍ୟାରିୟରର ପ୍ରାରମ୍ଭିକ କିଛି ମ୍ୟାଚ୍‌ ଫେଲ ହେବା ପରେ ପାଇଥିଲେ ଟପ୍‌ ଅର୍ଡରରେ ବ୍ୟାଟିଂ କରିବାର ସୁଯୋଗ। ପାକିସ୍ତାନ ବିପକ୍ଷରେ ସେ ଖେଳିଥିଲେ ବିସ୍ଫୋରକ ଶତକୀୟ ଇନିଂସ, ଯାହା ତାଙ୍କୁ ଅନ୍ତର୍ଜାତୀୟ କ୍ରିକେଟରେ ଦେଇଥିଲା ପରିଚୟ। ସେହ୍ବାଗଙ୍କ ବ୍ୟତୀତ ଯୁବରାଜ ସିଂ, ଭିଭିଏସ୍‌ ଲକ୍ଷ୍ମଣ, ଇର୍ଫାନ ପଠାନ, ମହମ୍ମଦ କୈଫ, ଆର.ପି. ସିଂଙ୍କ ଭଳି ପୂର୍ବତନ ଭାରତୀୟ ଖେଳାଳି ଇଶାନଙ୍କୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗେଲ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri