Posted inଖେଳ

ମୋ ବିସ୍ଫୋରକ ବ୍ୟାଟିଂର ରାଜ୍‌ ହେଉଛି ମା’ ହାତରନ୍ଧା ଖାଦ୍ୟ

ଆଇପିଏଲ୍‌ ୨୦୨୦ରେ ମୁମ୍ବାଇ ଇଣ୍ଡିଆନ୍ସ ଦିଲ୍ଲୀ କ୍ୟାପିଟାଲ୍ଟକୁ ୯ ଉଇକେଟରେ ପରାସ୍ତ କରି ପ୍ଲେ ଅଫ୍‌କୁ ଉନ୍ନୀତ ହୋଇଛି। ଏହି ବିଜୟରେ ମୁଖ୍ୟ ଭୂମିକା ଥିଲା ଓପନର୍‌ ଇଶାନ କିଶାନ। ସେ ୭୨ ରନ ସଂଗ୍ରହ କରିଥିଲେ। ଇଶାନ ପ୍ରଥମ ଉଇକେଟ ପାଇଁ ଡିକକ୍‌ଙ୍କ ସହ ୬୮ ରନ ଭାଗିଦାରୀ କରିଥିଲେ। ଇଶାନ ତାଙ୍କର ବିସ୍ଫୋରକ ପାଇଁ ଜଣାଶୁଣା। ମ୍ୟାଚ ପରେ ମୁମ୍ବାଇର ସ୍ପିନର ଜୟନ୍ତ ଯାଦବ ସହ କଥାବାର୍ତ୍ତା ବେଳେ ସେ କହିଛନ୍ତି ଯେ ତାଙ୍କର ବିସ୍ଫୋରକ ବ୍ୟାଟିଂର ରହସ୍ୟ ହେଉଛି ମା’ ହାତରନ୍ଧା ଖାଦ୍ୟ। ଜୟନ୍ତ ତାଙ୍କୁ ପଚାରିଥିଲେ ଯେ କ୍ରିକେଟ୍‌ ପ୍ରଶଂସକ ତୁମକୁ ପକେଟ ଡାଇନାମାଇଟ୍‌ ନାମରେ ଜାଣନ୍ତି। ତେବେ ଏଭଳି ପିେସ୍ଫୋରକ ବ୍ୟାଟିଂ ପଛର ରହସ୍ୟ କ’ଣ? ଏହାର ଉତ୍ତରରେ ସେ କହିଛନ୍ତି, ମୋର ଶକ୍ତିଶାଳୀ ଶଟ୍‌ ଖେଳିବାର ଶ୍ରେୟ ମୋ ମା’ଙ୍କ ନିକଟକୁ ଯାଇଥାଏ। କାରଣ ତାଙ୍କ ହାତରନ୍ଧା ଖାଦ୍ୟ ଖାଇବା ପରେ ଏହି ଶକ୍ତି ଆସିଛି। ଏହା ବ୍ୟତୀତ ପଲ ଚାପମ୍ୟାନ୍‌ଙ୍କ ପ୍ରଶିକ୍ଷଣ ମଧ୍ୟ ମୋତେ ବହୁତ ଶିକ୍ଷା ଦେଇଛି। ଇଶାନ ଏପର୍ଯ୍ୟନ୍ତ ୪୯ଟି ମ୍ୟାଚରେ ୧୦ଟି ଇନିଂସ ଖେଳି ୩୯୫ ରନ ସଂଗ୍ରହ କରିଛନ୍ତି। ଚଳିତ ଆଇପିଏଲ୍‌ରେ ସେ ମୁମ୍ବାଇ ପାଇଁ ଦ୍ୱିତୀୟ ସର୍ବାଧିକ ସ୍କୋର କରିଥିବା ବ୍ୟାଟ୍ସମ୍ୟାନ। ଏହି ସମୟ ମଧ୍ୟରେ ସେ ୩ ଅର୍ଦ୍ଧଶତକ ମଧ୍ୟ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri