Posted inଖେଳ

ଜନ୍ମଦିନ, ଡେବ୍ୟୁ ମ୍ୟାଚ୍‌, ପ୍ରଥମ ବଲ୍‌ରେ ଛକା… ବିସ୍ଫୋରକ ବ୍ୟାଟିଂ କରି ଏକାଧିକ ରେକର୍ଡ କଲେ ଏହି କ୍ରିକେଟର

କଲମ୍ବୋ,୧୯।୭: ଶ୍ରୀଲଙ୍କା ବିପକ୍ଷରେ ଭାରତ ପ୍ରଥମ ଦିନିକିଆ ଖେଲିବା ପୂର୍ବରୁ ଉଇକେଟକିପର ସଞ୍ଜୁ ସାମସନ୍‌ ଆହତ ହୋଇଥିଲେ। ଅଭ୍ୟାସ ସମୟରେ ଆହତ ହୋଇଥିବା ସାମସନ୍‌ ମ୍ୟାଚ୍‌ ଖେଳିବାରେ ସକ୍ଷମ ନ ଥିଲେ। ଏଣୁ ୨୩ ବର୍ଷୀୟ ଇଶାନଙ୍କୁ ବିକଳ୍ପ ଭାବେ ମଇଦାନକୁ ଓହ୍ଲାଇବାକୁ ପଡ଼ିଥିଲା। ରବିବାର ତାଙ୍କର ଜନ୍ମଦିନ ଥିବା ବେଳେ ଏହି ଦିନ ସେ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରେ ଡେବ୍ୟୁ କରିବାର ସୁଯୋଗ ପାଇଥିଲେ।

ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଶ୍ରୀଲଙ୍କା ୫୦ ଓଭରରେ ୯ ଉଇକେଟ ହରାଇ ୨୬୨ ରନ୍‌ ସଂଗ୍ରହ କରିଥିଲା। ଭାରତ ସମ୍ମୁଖରେ ୨୬୩ ରନ୍‌ର ଲକ୍ଷ୍ୟ ଥିଲା। ଓପନର ପୃଥ୍ବୀ ଶ’ ବିସ୍ଫୋରକ ଇନିଂସ ଖେଳି ଦଳକୁ ଭଲ ଆରମ୍ଭ ଦେଇଥିଲେ। ସେ ଆଉଟ୍‌ ହେବା ପରେ ଇଶାନ ତୃତୀୟ ନମ୍ବରରେ ବ୍ୟାଟିଂ କରିବାକୁ ଆସିଥିଲେ। ପ୍ରଥମ ଥର ପାଇଁ ସେ ଦିନିକିଆ କ୍ରିକେଟ ଖେଳିବାକୁ ଯାଉଥିବାରୁ ଚାପରେ ଥିବେ ବୋଲି ଆଶା କରାଯାଉଥିଲା। ହେଲେ ତାର ଓଲଟା ହୋଇଥିଲା। ସେ ଖେଳିବା ବେଳେ ସାମାନ୍ୟ ବିବ୍ରତ ଜଣାପଡ଼ୁ ନ ଥିଲେ। କାରଣ ସେ ପ୍ରଥମ ବଲ୍‌ରେ ଛକା ମାରି ତାର ପ୍ରମାଣ ଦେଇଥିଲେ।

ଇଶାନ କ୍ୟାରିୟରର ପ୍ରଥମ ଦିନିକିଆ ମ୍ୟାଚ୍‌ରେ ବ୍ୟାଟିଂ କରିବାକୁ ଓହ୍ଲାଇ ନିଜ ଶୈଳୀରେ ଖେଳିବା ଆରମ୍ଭ କରିଥିଲେ। ସେ ୩୩ ବଲ୍‌ରେ ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ। ଏହାପରେ ସେ ୪୨ ବଲ୍‌ରେ ୫୯ରନ୍‌ କରି ନିଜର ଡେବ୍ୟୁ ମ୍ୟାଚ୍‌କୁ ସ୍ମରଣୀୟ କରିପାରିଥିଲେ। ଜନ୍ମଦିନ, ଦିନିକିଆରେ ଡେବ୍ୟୁ ଏବଂ ଛକା ସହ ଆରମ୍ଭ କରିଥିବା ସେ ପ୍ରଥମ ଖେଳାଳି ପାଲଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri