Posted inଖେଳ

ଜନ୍ମଦିନ, ଡେବ୍ୟୁ ମ୍ୟାଚ୍‌, ପ୍ରଥମ ବଲ୍‌ରେ ଛକା… ବିସ୍ଫୋରକ ବ୍ୟାଟିଂ କରି ଏକାଧିକ ରେକର୍ଡ କଲେ ଏହି କ୍ରିକେଟର

କଲମ୍ବୋ,୧୯।୭: ଶ୍ରୀଲଙ୍କା ବିପକ୍ଷରେ ଭାରତ ପ୍ରଥମ ଦିନିକିଆ ଖେଲିବା ପୂର୍ବରୁ ଉଇକେଟକିପର ସଞ୍ଜୁ ସାମସନ୍‌ ଆହତ ହୋଇଥିଲେ। ଅଭ୍ୟାସ ସମୟରେ ଆହତ ହୋଇଥିବା ସାମସନ୍‌ ମ୍ୟାଚ୍‌ ଖେଳିବାରେ ସକ୍ଷମ ନ ଥିଲେ। ଏଣୁ ୨୩ ବର୍ଷୀୟ ଇଶାନଙ୍କୁ ବିକଳ୍ପ ଭାବେ ମଇଦାନକୁ ଓହ୍ଲାଇବାକୁ ପଡ଼ିଥିଲା। ରବିବାର ତାଙ୍କର ଜନ୍ମଦିନ ଥିବା ବେଳେ ଏହି ଦିନ ସେ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରେ ଡେବ୍ୟୁ କରିବାର ସୁଯୋଗ ପାଇଥିଲେ।

ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଶ୍ରୀଲଙ୍କା ୫୦ ଓଭରରେ ୯ ଉଇକେଟ ହରାଇ ୨୬୨ ରନ୍‌ ସଂଗ୍ରହ କରିଥିଲା। ଭାରତ ସମ୍ମୁଖରେ ୨୬୩ ରନ୍‌ର ଲକ୍ଷ୍ୟ ଥିଲା। ଓପନର ପୃଥ୍ବୀ ଶ’ ବିସ୍ଫୋରକ ଇନିଂସ ଖେଳି ଦଳକୁ ଭଲ ଆରମ୍ଭ ଦେଇଥିଲେ। ସେ ଆଉଟ୍‌ ହେବା ପରେ ଇଶାନ ତୃତୀୟ ନମ୍ବରରେ ବ୍ୟାଟିଂ କରିବାକୁ ଆସିଥିଲେ। ପ୍ରଥମ ଥର ପାଇଁ ସେ ଦିନିକିଆ କ୍ରିକେଟ ଖେଳିବାକୁ ଯାଉଥିବାରୁ ଚାପରେ ଥିବେ ବୋଲି ଆଶା କରାଯାଉଥିଲା। ହେଲେ ତାର ଓଲଟା ହୋଇଥିଲା। ସେ ଖେଳିବା ବେଳେ ସାମାନ୍ୟ ବିବ୍ରତ ଜଣାପଡ଼ୁ ନ ଥିଲେ। କାରଣ ସେ ପ୍ରଥମ ବଲ୍‌ରେ ଛକା ମାରି ତାର ପ୍ରମାଣ ଦେଇଥିଲେ।

ଇଶାନ କ୍ୟାରିୟରର ପ୍ରଥମ ଦିନିକିଆ ମ୍ୟାଚ୍‌ରେ ବ୍ୟାଟିଂ କରିବାକୁ ଓହ୍ଲାଇ ନିଜ ଶୈଳୀରେ ଖେଳିବା ଆରମ୍ଭ କରିଥିଲେ। ସେ ୩୩ ବଲ୍‌ରେ ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ। ଏହାପରେ ସେ ୪୨ ବଲ୍‌ରେ ୫୯ରନ୍‌ କରି ନିଜର ଡେବ୍ୟୁ ମ୍ୟାଚ୍‌କୁ ସ୍ମରଣୀୟ କରିପାରିଥିଲେ। ଜନ୍ମଦିନ, ଦିନିକିଆରେ ଡେବ୍ୟୁ ଏବଂ ଛକା ସହ ଆରମ୍ଭ କରିଥିବା ସେ ପ୍ରଥମ ଖେଳାଳି ପାଲଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜି ଶାନ୍ତିରେ ଟିକେ ଶୋଇବି, କାହିଁକି ଏମିତି କହିଲେ ଆର୍‌ସିବି ଅଧିନାୟକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ...

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ପୂର୍ବତନ ଅଧିନାୟକ

ଇସଲାମାବାଦ୍‌,୨୫।୪: ପାକିସ୍ତାନ ମହିଳା କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିସ୍‌ମାହ ମାରୋଫ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ସେ ହଠାତ୍‌ ଅବସର ଘୋଷଣା କରି ସମସ୍ତଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri