Posted inଖେଳ

ହୃଦୟ ଜିତିଲେ ଇଶାନ କିଶନ

ତ୍ରିନିଦାଦ,୨୫।୭: ପୋର୍ଟ ଅଫ ସ୍ପେନରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଉଥିବା ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ଡ୍ର’ ରହିଛି। ଏହି ମ୍ୟାଚ୍‌ରେ ହୃଦୟ ଜିଣିଛନ୍ତି ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ଇଶାନ କିଶନ। ଏହି ମ୍ୟାଚରେ କିଶାନ ମାତ୍ର ୩୩ ବଲରେ ନିଜର ପ୍ରଥମ ଟେଷ୍ଟ ଅର୍ଦ୍ଧଶତକ ପୂରଣ କରିଥିଲେ। ସେ ଖେଳୁଥିବା ବ୍ୟାଟ୍‌ରେ ଭାରତର ଅନ୍ୟ ଜଣେ ଉଇକେଟ୍‌ କିପର ରିଷଭ ପନ୍ତଙ୍କ ନାଁ ଲେଖାଥିଲା। ଇନିଂସ ପରେ ଇଶାନ ମଧ୍ୟ ନିଜ ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ପନ୍ତଙ୍କୁ ଧନ୍ୟବାଦ ଦେଇଥିଲେ। ପନ୍ତଙ୍କ ଉପଦେଶ ମାନି ସେ ଏଭଳି ଇନିଂସ ଖେଳିଛନ୍ତି ବୋଲି କହିଥିଲେ। ଇଶାନ ଏବଂ ପନ୍ତଙ୍କ ମଧ୍ୟରେ ଅନେକ ସମାନତା ଅଛି । ଉଭୟ ଉଇକେଟ ରକ୍ଷକ ଅଟନ୍ତି। ଉଭୟ ବାମ ହାତରେ ବ୍ୟାଟିଂ କରନ୍ତି। ଏବଂ ଉଭୟ ଖେଳିବାର ଉପାୟ ଆକ୍ରମଣାତ୍ମକ ଅଟେ ।
କିଶାନ ବ୍ୟାଟିଂ କରୁଥିବାବେଳେ ପନ୍ତଙ୍କ ଶୈଳୀରେ ଗୋଟିଏ ହାତରେ ସିଧାସଳଖ ଛକା ମାରି ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ। କିଶାନଙ୍କ ଏହି ଫଟୋ ଭାଇରାଲ ହେବାରେ ଲାଗିଛି। ଏଥିରେ ଦୃଶ୍ୟମାନ ହେଉଛି ଯେ, ତାଙ୍କ ବ୍ୟାଟ ଉପରେ ‘ଆରପି୧୭’ ଲେଖାଯାଇଛି। ଏହା ହେଉଛି ରିଷଭ ପନ୍ତଙ୍କ ନାମ ଏବଂ ତାଙ୍କ ଜର୍ସି ନମ୍ବରର ପ୍ରଥମ ଅକ୍ଷର। ଗତ ବର୍ଷ ଏକ କାର ଦୁର୍ଘଟଣାରେ ଆହତ ହେବା ପରେ ପନ୍ତ ଏବେ ବିଶ୍ରାମ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri