Posted inଖେଳ

ହୃଦୟ ଜିତିଲେ ଇଶାନ କିଶନ

ତ୍ରିନିଦାଦ,୨୫।୭: ପୋର୍ଟ ଅଫ ସ୍ପେନରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଉଥିବା ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ଡ୍ର’ ରହିଛି। ଏହି ମ୍ୟାଚ୍‌ରେ ହୃଦୟ ଜିଣିଛନ୍ତି ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ଇଶାନ କିଶନ। ଏହି ମ୍ୟାଚରେ କିଶାନ ମାତ୍ର ୩୩ ବଲରେ ନିଜର ପ୍ରଥମ ଟେଷ୍ଟ ଅର୍ଦ୍ଧଶତକ ପୂରଣ କରିଥିଲେ। ସେ ଖେଳୁଥିବା ବ୍ୟାଟ୍‌ରେ ଭାରତର ଅନ୍ୟ ଜଣେ ଉଇକେଟ୍‌ କିପର ରିଷଭ ପନ୍ତଙ୍କ ନାଁ ଲେଖାଥିଲା। ଇନିଂସ ପରେ ଇଶାନ ମଧ୍ୟ ନିଜ ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ପନ୍ତଙ୍କୁ ଧନ୍ୟବାଦ ଦେଇଥିଲେ। ପନ୍ତଙ୍କ ଉପଦେଶ ମାନି ସେ ଏଭଳି ଇନିଂସ ଖେଳିଛନ୍ତି ବୋଲି କହିଥିଲେ। ଇଶାନ ଏବଂ ପନ୍ତଙ୍କ ମଧ୍ୟରେ ଅନେକ ସମାନତା ଅଛି । ଉଭୟ ଉଇକେଟ ରକ୍ଷକ ଅଟନ୍ତି। ଉଭୟ ବାମ ହାତରେ ବ୍ୟାଟିଂ କରନ୍ତି। ଏବଂ ଉଭୟ ଖେଳିବାର ଉପାୟ ଆକ୍ରମଣାତ୍ମକ ଅଟେ ।
କିଶାନ ବ୍ୟାଟିଂ କରୁଥିବାବେଳେ ପନ୍ତଙ୍କ ଶୈଳୀରେ ଗୋଟିଏ ହାତରେ ସିଧାସଳଖ ଛକା ମାରି ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ। କିଶାନଙ୍କ ଏହି ଫଟୋ ଭାଇରାଲ ହେବାରେ ଲାଗିଛି। ଏଥିରେ ଦୃଶ୍ୟମାନ ହେଉଛି ଯେ, ତାଙ୍କ ବ୍ୟାଟ ଉପରେ ‘ଆରପି୧୭’ ଲେଖାଯାଇଛି। ଏହା ହେଉଛି ରିଷଭ ପନ୍ତଙ୍କ ନାମ ଏବଂ ତାଙ୍କ ଜର୍ସି ନମ୍ବରର ପ୍ରଥମ ଅକ୍ଷର। ଗତ ବର୍ଷ ଏକ କାର ଦୁର୍ଘଟଣାରେ ଆହତ ହେବା ପରେ ପନ୍ତ ଏବେ ବିଶ୍ରାମ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?