Posted inଖେଳ

ଗୁମର ଖୋଲିଲେ ଈଶାନ: କ’ଣ ପାଇଁ ତାଙ୍କ ପ୍ରତିଟି ବ୍ୟାଟ୍‌ରେ ଲେଖାଯାଇଥାଏ ଏହି ମନ୍ତ୍ର

ଦୁବାଇ,୨୫।୮: ୨୦୨୦ରେ ୟୁଏଇରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଚମ ଥର ପାଇଁ ଆଇପିଏଲ୍‌ ଚାମ୍ପିୟନ ହୋଇଥିଲା। ଚଳିତ ୨୦୨୧ ସିଜିନର ପ୍ରଥମ ପର୍ଯ୍ୟାୟ ମ୍ୟାଚ୍‌ ଭାରତରେ ଖେଳାଯାଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ପୁନର୍ବାର ୟୁଏଇରେ ଖେଳାଯିବ। ମୁମ୍ବାଇ ଏବଂ ଚେନ୍ନାଇର ଖେଳାଳିମାନେ ୟୁଏଇରେ ପହଞ୍ଚି ଅଭ୍ୟାସ ଆରମ୍ଭ କରିଛନ୍ତି। ଚଳିତ ସିଜିନ୍‌ରେ ମୁମ୍ବାଇ ଚତୁର୍ଥ ସ୍ଥାନରେ ରହିଛି। ସବୁଥର ପରି ଏଥର ମଧ୍ୟ ପ୍ରଶଂସକଙ୍କ ଆଖି ମୁମ୍ବାଇକୁ ଚାମ୍ପିୟନ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିବା ଖେଳାଳିଙ୍କ ଉପରେ ରହିଛି। ସେହି ଖେଳାଳିଙ୍କ ମଧ୍ୟରୁ ଜଣେ ହେଲେ ଯୁବ ଉଇକେଟ କିପର ତଥା ବ୍ୟାଟ୍ସମ୍ୟାନ ଈଶାନ କିଶନ। ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ ପାଇଁ ତାଙ୍କୁ ଭାରତୀୟ ଦଳରେ ସାମିଲ କରାଯାଇଥିଲା।

ଏଯାବତ ଖେଳାଯାଇଥିବା ଆଇପିଏଲ୍‌-୧୪ର ପ୍ରଥମ ପର୍ଯ୍ୟାୟ ମ୍ୟାଚ୍‌ରେ ଈଶାନ ସେତେଟା ଭଲ ପ୍ରଦର୍ଶନ କରିନାହାନ୍ତି। ସେ ୫ ମ୍ୟାଚ୍‌ରେ ମାତ୍ର ୭୩ ରନ୍‌ କରିବାରେ ସକ୍ଷମ ହୋଇଛନ୍ତି। ଏବେ ଆଇପିଏଲ୍‌ର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବା ପୂର୍ବରୁ ସେ ପ୍ରଶଂସକଙ୍କ ସହ ନିଜ ବ୍ୟାଟ୍‌ ସହ ଜଡ଼ିତ ଏକ ରହସ୍ୟ ବାଣ୍ଟିଛନ୍ତି। ମୁମ୍ବାଇର ଅଫିସିଆଲ ଓ୍ବେବ୍‌ସାଇଟ୍‌ ସହ ଏକ ସାକ୍ଷାତକାରରେ ଈଶାନ କହିଛନ୍ତି, ତାଙ୍କର ସମସ୍ତ ବ୍ୟାଟ୍‌ ଉପରେ ‘ଓମ୍‌ ସାଇ ନାଥ’ ମନ୍ତ୍ର ଲେଖାଅଛି। ଏପରି ଲେଖିବା ପଛରେ କାରଣଟି ହେଲା ସେ ସାଇବାବାଙ୍କ ଉପରେ ବିଶ୍ୱାସ କରନ୍ତି। ଏଥିପାଇଁ ବ୍ୟାଟ୍‌ ପ୍ରସ୍ତୁତ କରୁଥିବା କମ୍ପାନୀମାନଙ୍କୁ ସେ ବ୍ୟାଟ୍‌ ଉପରେ ଏହି ମନ୍ତ୍ର ଲେଖିବାକୁ କୁହନ୍ତି। ଏହା ତାଙ୍କୁ ଆତ୍ମବିଶ୍ୱାସ ଦେଇଥାଏ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri