Posted inଖେଳ

ଇଶାନ, ତିଲକଙ୍କ ବିସ୍ଫୋରକ ବ୍ୟାଟିଂ, ୨-୦ରେ ଭାରତ ସିରିଜ୍‌ ଆଗୁଆ

ହରାରେ,୨୫ା୭: ଇଶାନ କିଶନ ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୯୦ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି।

ଫଳରେ ଦୁଇ ବିଜୟ ସହ ଭାରତ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ୨-୦ରେ ଆଗୁଆ ଜିତି ନେଇଛି। ଏହି ମ୍ୟାଚ୍‌ରେ ୟଶ ଠାକୁର ଟି୨୦ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଛନ୍ତି। ସିରିଜ୍‌ର ତୃତୀୟ ତଥା ଅନ୍ତିମ ମ୍ୟାଚ୍‌ ରବିବାର ଖେଳାଯିବ।

ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଆରମ୍ଭରୁ ଅଭିଷେକ ଶର୍ମା (୮)ଙ୍କ ଉଇକେଟ ହରାଇଥିଲା। ଅନ୍ୟତମ ଓପନର ବୈଭବ ସୂର୍ଯ୍ୟବଂଶୀ ୯ ବଲରେ ୨୦ (୩ ଚୌକା ଓ ୧ ଛକା) ରନ କରି ପାଭିଲିଅନ ଫେରିଥିଲେ। ଇଶାନ କିଶନ ଓ ଅଧିନାୟକ ଶ୍ରେୟସ ଆୟାର ତୃତୀୟ ଉଇକେଟରେ ୪୨ ବଲରେ ୬୬ ରନ ଯୋଡ଼ିଥିଲେ। ଅଧିନାୟକ ଶ୍ରେୟସ (୨୫ ରନ, ୫ ଚୌକା) ଆଉଟ୍‌ ହେବା ପରେ ଇଶାନଙ୍କ ସହ ତିଲକ ମିଶି ଦଳୀୟ ସ୍କୋରକୁ ଦ୍ରୁତ ଗତିରେ ଆଗେଇ ନେଇଥିଲେ। ଦୁହେଁ ଚତୁର୍ଥ ଉଇକେଟରେ ୪୩ ବଲରେ ବିସ୍ଫୋରକ ୯୪ ରନ କରି ଦଳୀୟ ସ୍କୋରକୁ ୨୦୦ରେ ପଞ୍ଚାଇଥିଲେ।

ଇଶାନ ୪୪ ବଲରେ ୯ ଚୌକା ଓ ୨ ଛକା ସହ ୮୧ ରନ କରି ଆଉଟ୍‌ ହୋଇଥିଲେ। ଶେଷ ଆଡ଼କୁ ରିଙ୍କୁ ସିଂ ୧୨ ରନ କରି ଆଉଟ୍‌ ହୋଇଥିବା ବେଳେ ତିଲକ ୨୯ ବଲରେ ୬୦ (୫ ଚୌକା ଓ ୩ ଛକା) ରନ କରି ଅପରାଜିତ ରହିଥିଲେ। ଫଳରେ ୨୦ ଓଭରରେ ଭାରତ ୫ ଉଇକେଟ ହରାଇ ୨୧୯ ରନ କରିଥିଲା।

ଜବାବରେ ଜିମ୍ବାଓ୍ବେକୁ ବ୍ରିଆନ ବେନେଟ (୧୯ ବଲ, ୩୨ ରନ, ୩ ଲେଖାଏ ଚୌକା ଓ ଛକା) ଭଲ ଆରମ୍ଭ ପ୍ରଦାନ କରିଥିଲେ। ହେଲେ ତାଙ୍କ ଉଇକେଟ ପଡ଼ିବା ସହ ଦଳ କ୍ରମାଗତ ବ୍ୟବଧାନରେ ଉଇକେଟ ହରାଇ ୧୭.୫ ଓଭରରେ ୧୨୯ ରନରେ ଅଲଆଉଟ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri