Posted inଖେଳ

ଇଶାନ, ତିଲକଙ୍କ ବିସ୍ଫୋରକ ବ୍ୟାଟିଂ, ୨-୦ରେ ଭାରତ ସିରିଜ୍‌ ଆଗୁଆ

ହରାରେ,୨୫ା୭: ଇଶାନ କିଶନ ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୯୦ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି।

ଫଳରେ ଦୁଇ ବିଜୟ ସହ ଭାରତ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ୨-୦ରେ ଆଗୁଆ ଜିତି ନେଇଛି। ଏହି ମ୍ୟାଚ୍‌ରେ ୟଶ ଠାକୁର ଟି୨୦ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଛନ୍ତି। ସିରିଜ୍‌ର ତୃତୀୟ ତଥା ଅନ୍ତିମ ମ୍ୟାଚ୍‌ ରବିବାର ଖେଳାଯିବ।

ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଆରମ୍ଭରୁ ଅଭିଷେକ ଶର୍ମା (୮)ଙ୍କ ଉଇକେଟ ହରାଇଥିଲା। ଅନ୍ୟତମ ଓପନର ବୈଭବ ସୂର୍ଯ୍ୟବଂଶୀ ୯ ବଲରେ ୨୦ (୩ ଚୌକା ଓ ୧ ଛକା) ରନ କରି ପାଭିଲିଅନ ଫେରିଥିଲେ। ଇଶାନ କିଶନ ଓ ଅଧିନାୟକ ଶ୍ରେୟସ ଆୟାର ତୃତୀୟ ଉଇକେଟରେ ୪୨ ବଲରେ ୬୬ ରନ ଯୋଡ଼ିଥିଲେ। ଅଧିନାୟକ ଶ୍ରେୟସ (୨୫ ରନ, ୫ ଚୌକା) ଆଉଟ୍‌ ହେବା ପରେ ଇଶାନଙ୍କ ସହ ତିଲକ ମିଶି ଦଳୀୟ ସ୍କୋରକୁ ଦ୍ରୁତ ଗତିରେ ଆଗେଇ ନେଇଥିଲେ। ଦୁହେଁ ଚତୁର୍ଥ ଉଇକେଟରେ ୪୩ ବଲରେ ବିସ୍ଫୋରକ ୯୪ ରନ କରି ଦଳୀୟ ସ୍କୋରକୁ ୨୦୦ରେ ପଞ୍ଚାଇଥିଲେ।

ଇଶାନ ୪୪ ବଲରେ ୯ ଚୌକା ଓ ୨ ଛକା ସହ ୮୧ ରନ କରି ଆଉଟ୍‌ ହୋଇଥିଲେ। ଶେଷ ଆଡ଼କୁ ରିଙ୍କୁ ସିଂ ୧୨ ରନ କରି ଆଉଟ୍‌ ହୋଇଥିବା ବେଳେ ତିଲକ ୨୯ ବଲରେ ୬୦ (୫ ଚୌକା ଓ ୩ ଛକା) ରନ କରି ଅପରାଜିତ ରହିଥିଲେ। ଫଳରେ ୨୦ ଓଭରରେ ଭାରତ ୫ ଉଇକେଟ ହରାଇ ୨୧୯ ରନ କରିଥିଲା।

ଜବାବରେ ଜିମ୍ବାଓ୍ବେକୁ ବ୍ରିଆନ ବେନେଟ (୧୯ ବଲ, ୩୨ ରନ, ୩ ଲେଖାଏ ଚୌକା ଓ ଛକା) ଭଲ ଆରମ୍ଭ ପ୍ରଦାନ କରିଥିଲେ। ହେଲେ ତାଙ୍କ ଉଇକେଟ ପଡ଼ିବା ସହ ଦଳ କ୍ରମାଗତ ବ୍ୟବଧାନରେ ଉଇକେଟ ହରାଇ ୧୭.୫ ଓଭରରେ ୧୨୯ ରନରେ ଅଲଆଉଟ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆ ବ୍ଲକ୍‌ରେ ସ୍ଥିତି ସୁଧୁରିନି, ପୁଣି ଘାରିଲା ବର୍ଷା ଭୟ

ରାଇକିଆ, ୧।୧୧ (ପ୍ରଦୀପ ବେହେରା): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ପରେ ପୁଣି ଏକ ବାତ୍ୟା ଆଶଙ୍କା ଲୋକଙ୍କ ମନରେ ଭୟ ସଞ୍ଚାର କରିଛି। ତିନି…

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ଗିରଫ

ବ୍ରହ୍ମପୁର, ୧/୧୧ (ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଡକ୍ରସ ପାଣ୍ଠିରୁ ୮.୬୩ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଜିଲାପାଳଙ୍କ…

ଏହି ମ୍ୟାଚରେ ପ୍ରତ୍ୟାବର୍ତ୍ତନ କରିବେ ରୋହିତ ଶର୍ମା; ଜାଣନ୍ତୁ ସେ କେତୋଟି ମ୍ୟାଚ ଖେଳିବେ

ନୂଆଦିଲ୍ଲୀ,୧।୧୧: ରୋହିତ ଶର୍ମା ମୁମ୍ବାଇ ଦଳକୁ ଫେରିବାକୁ ପ୍ରସ୍ତୁତ ଅଛନ୍ତି। ସେ ମୁମ୍ବାଇ କ୍ରିକେଟ ଆସୋସିଏସନ (MCA) କୁ ଜଣାଇଛନ୍ତି ଯେ, ଡିସେମ୍ବରରେ ହେବାକୁ ଥିବା ‘ବିଜୟ…

ରାତି ଅଧରେ ଘରେ ପଶି ସ୍ୱାମୀ-ସ୍ତ୍ରୀଙ୍କୁ ହତ୍ୟା: ପୁଅ ଗୁରୁତର,  ପଡ଼ୋଶୀ ଅଟ ଥିବା ସୂଚନା

କୋରୁକୋଣ୍ଡା, ୧/୧୧ (ଅଶୋକ କୁମାର ପରିଡ଼ା): ଘରେ ପଶି ଏକ ଦମ୍ପତିଙ୍କୁ ନିର୍ମମ ଭାବେ ହତ୍ୟା କରିବା ସହ ସେମାନଙ୍କ ୧୨ ବର୍ଷୀୟ ପୁଅକୁ ମରଣାନ୍ତକ ଆକ୍ରମଣ…

ମାଟିରେ ମିଶିଲା ଇନ୍ଦ୍ରଗଡ଼ ପଞ୍ଚାୟତ କାର୍ଯ୍ୟାଳୟ

ରାଇକିଆ, ୧/୧୧ (ପ୍ରଦୀପ ବେହେରା): ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡ଼ିଥିବା ଇନ୍ଦ୍ରଗଡ଼ ପଞ୍ଚାୟତ ଉପରେ ଫୋକସ୍ କରିଛି କନ୍ଧମାଳ ଜିଲା ପ୍ରଶାସନ। ମାଣିକେଶ୍ୱର ପରେ ଏହି…

କୋଟିଆ ଭୋଟରଙ୍କୁ ଜଗିବେ ୩ ଦଳ

କୋରାପୁଟ,୧।୧୧(ଅମିତାଭ ବେହେରା): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପୁଣି ରାଜନୈତିକ ତତ୍ପରତା ଦେଖିବାକୁ ମିଳିଛି। କୋଟିଆ ଗ୍ରାମପୁଞ୍ଜରେ ଆନ୍ଧ୍ର ପକ୍ଷରୁ ହେବାକୁ ଥିବା ନିର୍ବାଚନକୁ…

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୬: ପ୍ରଦୂଷିତ ପରିବେଶ ପାଇଁ ବହୁ ଜୀବଜନ୍ତୁ ବିଲୁପ୍ତପ୍ରାୟ

ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ। ନିଜ ସୁବିଧା ପାଇଁ ଆମେ କଳକାରଖାନା ବୃଦ୍ଧି କରୁଛେ, ଯାହା ଆମ ପରିବେଶ ଓ ଜୀବଜଗତ…

LPG ସିଲିଣ୍ଡର ପିଛା ଦାମ ବଢ଼ିବ ୩୭୦ ଟଙ୍କା; ଡିସେମ୍ବରରେ ହେବ ମୂଲ୍ୟ ବୃଦ୍ଧିି! କ୍ଷତିରେ ଚାଲୁଛନ୍ତି କମ୍ପାନୀ

ନୂଆଦିଲ୍ଲୀ,୧।୧୧: ଡିସେମ୍ବର ୨୦୨୬ରେ, ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଉପରେ ‘ଅଣ୍ଡର-ରିକଭରି’ (ଅର୍ଥାତ ଉତ୍ପାଦନ/କ୍ରୟ ମୂଲ୍ୟ ଏବଂ ବିକ୍ରୟ ମୂଲ୍ୟ ମଧ୍ୟରେ ଥିବା ପାର୍ଥକ୍ୟ) ପ୍ରାୟ ୧୩%…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?