Posted inଖେଳ

ଆଇପିଏଲରୁ ଓହରିଲେ ଈଶାନ୍ତ

ଦୁବାଇ, ୧୩।୧୦(ପି.ଟି.):ଭେଟେରାନ ପେସ୍‌ ବୋଲର ଈଶାନ୍ତ ଶର୍ମା ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ରୁ ଓହରି ଯାଇଛନ୍ତି। ପଞ୍ଜରାରେ ଆଘାତ ପାଇଥିବାରୁ ସେ ଏହି ନିଷ୍ପତ୍ତି ନେଇଥିବା ଦିଲ୍ଲୀ କ୍ୟାପିଟାଲ୍ସ ପକ୍ଷରୁ ପ୍ରକାଶ କରାଯାଇଛି। ୩୨ ବର୍ଷୀୟ ଟେଷ୍ଟ ସ୍ପେଶାଲିଷ୍ଟ ଦିଲ୍ଲୀ ପକ୍ଷରୁ ଚଳିତ ଆଇପିଏଲରେ ଗୋଟିଏ ମ୍ୟାଚ ଖେଳିଥିଲେ। ଆବୁଧାବିରେ ସନ୍‌ରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ସେ ୪ ଓଭରରେ୨୬ ରନ ଦେଇ ଉଇକେଟ ଶୂନ୍ୟ ରହିଥିଲେ। ଏହାପରେ ଦୁବାଇରେ ଦଳର ନେଟ୍ସ ସେସନରେ ବୋଲିଂ ଅବସରରେ ସେ ବାମ ପଞ୍ଜରାରେ ଯନ୍ତ୍ରଣା ଅନୁଭବ କରିଥିଲେ। ପରୀକ୍ଷା ନିରୀକ୍ଷା ପରେ ଆଭ୍ୟନ୍ତରିଣ ଭାଗରେ ମାଂଶପେସୀ ଟାଣି ଧରିଥିବା ଜଣା ପଡ଼ିଥିଲା। ଫଳରେ ଦୁର୍ଭାଗ୍ୟଜନକଭାବେ ସେ ଆଇପିଏଲର ଅବଶିଷ୍ଟ ଭାଗରୁ ବାଦ୍‌ ପଡ଼ିଛନ୍ତି ବୋଲି ଦିଲ୍ଲୀ ଫ୍ରାଞ୍ଚାଇଜ୍‌ ପକ୍ଷରୁ ପ୍ରକାଶ କରାଯାଇଛି। ପୂର୍ବରୁ ସିନିୟର ଲେଗ୍‌ ସ୍ପିନର ଅମିତ ମିଶ୍ର ଆହତ ଯୋଗୁ ଓହରି ଯାଇଥିଲେ। ତେଣୁ ଦିଲ୍ଲୀ କ୍ୟାପିଟାଲ୍ସ ସେମାନଙ୍କ ସ୍ଥାନରେ ବଦଳ ଖେଳାଳି ନେବା ସମ୍ଭାବନା ରହିଛି। ସଙ୍ଗଓ୍ବନ ଏବେ ଦଳସହ ୟୁଏଇରେ ଅଛନ୍ତି। ଏପରି ହେଲେ ନେଟ୍‌ ବୋଲର ପ୍ରଦୀପ ସଙ୍ଗଓ୍ବନଙ୍କୁ ସାମିଲ କରାଯାଇପାରେ। ଈଶାନ୍ତ କ୍ୟାରିୟରରେ ୯୭ ଟେଷ୍ଟ, ୮୦ ଦିନିକିଆ ଓ ୧୪ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି। ଆଇପିଏଲ ପରେ ଭାରତୀୟ ଦଳ ଅଷ୍ଟ୍ରେଲିଆ ଗସ୍ତରେ ଯିବାର କାର୍ଯ୍ୟକ୍ରମ ଥିବାରୁ ଈଶାନ୍ତଙ୍କ ସାମିଲକୁ ନେଇ ଆଶଙ୍କା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri