Posted inଖେଳ

ଗୋଟିଏ ଉଇକେଟ୍‌ ନେଇ ୨ ରେକର୍ଡ କଲେ ଇଶାନ୍ତ ଶର୍ମା: କପିଳ ଦେବଙ୍କୁ ପଛରେ ପକାଇଲେ

ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ଇଶାନ୍ତ ଶର୍ମା ଏପର୍ଯ୍ୟନ୍ତ ଗୋଟିଏ ଉଇକେଟ ନେଇଛନ୍ତି। ସେ ନ୍ୟୁଜିଲାଣ୍ଡର ଓପନର୍‌ ଡେଭନ କନୱେଙ୍କୁ ଆଉଟ କରିଛନ୍ତି। ଏହି ଗୋଟିଏ ଉଇକେଟ୍‌ ନେଇ ସେ ତାଙ୍କ ନାମରେ ଦୁଇଟି ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟିମ ଇଣ୍ଡିଆର କିମ୍ବଦନ୍ତୀ ବୋଲର କପିଲ ଦେବଙ୍କୁ ପଛରେ ପକାଇଛନ୍ତି।
ଇଂଲଣ୍ଡରେ ଇଶାନ୍ତଙ୍କ ୪୪ଟି ଉଇକେଟ ରହିଛି। ଏହିପରି ସେ ଇଂଲଣ୍ଡର ସର୍ବାଧିକ ଉଇକେଟ ନେଇଥିବା ଭାରତୀୟ ବୋଲର ହୋଇଥିଲେ। ସେ ଏପର୍ଯ୍ୟନ୍ତ ୧୩ଟି ମ୍ୟାଚ୍‌ର ୨୦ ଇନିଂସରେ ହାରାହାରି ୩୪ରେ ୪୪ ଉଇକେଟ ନେଇଛନ୍ତି। ଦୁଇଥର ପାଞ୍ଚଟି ଉଇକେଟ ନେଇ ସଫଳତା ହାସଲ କରିଛନ୍ତି। ପୂର୍ବରୁ ଇଂଲଣ୍ଡରେ ୧୩ଟି ମ୍ୟାଚର ୨୨ ଇନିଂସରେ କପିଲ ଦେବ ୪୩ ଉଇକେଟ ନେଇଥିଲେ। ତାଙ୍କ ହାରାହାରି ୩୯ ଥିଲା ଏବଂ ସେ ଦୁଇଥର ୫ଟି ଉଇକେଟ ନେଇଥିଲେ। ଅନିଲ କୁମ୍ବଲେ (୩୬) ତୃତୀୟ, ବିଶନ ସିଂ ବେଦୀ (୩୫) ଚତୁର୍ଥ ଏବଂ ଜହିର ଖାନ (୩୧) ପଞ୍ଚମ ସ୍ଥାନରେ ଅଛନ୍ତି।
ସେହିପରି ଇଶାନ୍ତଙ୍କ ଦ୍ୱିତୀୟ ରେକର୍ଡ ହେଉଛି ବିଦେଶରେ ଖେଳିଥିବା ଟେଷ୍ଟରେ ସେ ୨୦୦ ଉଇକେଟ୍‌ ନେଇଛନ୍ତି ସେ ଏହା କରିବାରେ ଚତୁର୍ଥ ଭାରତୀୟ ବୋଲର ହୋଇଥିଲେ। ୬୧ଟି ମ୍ୟାଚରେ ଇଶାନ୍ତ ୨୦୦ ଉଇକେଟ୍‌ ନେଇଛନ୍ତି। ସେ ପାଞ୍ଚ ଥର ୯ରୁ ଅଧିକ ଏବଂ ଥରେ ୧୦ ଉଇକେଟ ନେଇ ସଫଳତା ହାସଲ କରିଛନ୍ତି। ଏହା ବ୍ୟତୀତ ଅନିଲ କୁମ୍ବଲେ (୨୬୯), କପିଲ ଦେବ (୨୧୫) ଏବଂ ଜହିର ଖାନ (୨୦୭) ମଧ୍ୟ ବିଦେଶରେ ୨୦୦ରୁ ଅଧିକ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri