Posted inଜାତୀୟ

୨୫୦ ଆତଙ୍କବାଦୀଙ୍କୁ ଅନୁପ୍ରବେଶ ପାଇଁ ପ୍ରସ୍ତୁତ ରଖିଛି ଆଇଏସ୍‌ଆଇ…

ଶ୍ରୀନଗର,୨।୧୧: ଜମ୍ମୁ-କଶ୍ମୀରରେ ୨୫୦ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବା ଲାଗି ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ପ୍ରସ୍ତୁତ ରଖିଛି। ଶୀତଦିନେ ତୁଷାରପାତ ପୂର୍ବରୁ ଆତଙ୍କବାଦୀଙ୍କୁ ଲଞ୍ଚ୍‌ପ୍ୟାଡ୍‌ ଛାଡ଼ିବାକୁ ଆଇଏସ୍‌ଆଇ ନିର୍ଦ୍ଦେଶ ଦେଇଛି। ପାକିସ୍ତାନର ଗୁପ୍ତଚର ଏଜେନ୍ସି ଆଇଏସଆଇ କ୍ରମାଗତ ଭାବେ ସୀମା ପାର କରି ଭାରତରେ ଆତଙ୍କବାଦୀ ଆକ୍ରମଣ କରାଇବା ଷଡଯନ୍ତ୍ର ରଚୁୁଛି।

ସୂଚନାନୁସାରେ, ପାକ୍‌ ଅଧିକୃତ କଶ୍ମୀର (ପିଓକେ)ରେ ଲଶ୍କର ଇ ତୋଏବା, ଜୈଶ୍‌ ଇ ମହମ୍ମଦ ଏବଂ ଅଲ ବଦର ସଂଗଠନର ଆତଙ୍କବାଦୀଙ୍କ ମଧ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ନିଷ୍ପତ୍ତି ନିଆଯାଇଛି ଯେ ତୁଷାରପାତ ପୂର୍ବରୁ କାଶ୍ମୀରରେ ଅଧିକରୁ ଅଧିକ ଆତଙ୍କବାଦୀ ଅନୁପ୍ରବେଶ କରିବା ଉଚିତ।

ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମ ଏଲ୍‌ଓସି ନିକଟରେ ଥିବା ରାସ୍ତାରେ ତୁଷାରପାତ ପୂର୍ବରୁ ବୃଦ୍ଧି ପାଇପାରେ ବୋଲି ଭାରତୀୟ ଗୋଇନ୍ଦା ସଂସ୍ଥା ପକ୍ଷରୁ ସତର୍କ ସୂଚନାଜାରି ହୋଇଛି। ତୁଷାରପାତ ଯୋଗୁ କିଛି ମାସ ଧରି ଅନୁପ୍ରବେଶ ମାର୍ଗ ବନ୍ଦ ରହିଥାଏ। ତେଣୁ ଆଇଏସ୍‌ଆଇ ଶୀଘ୍ର ଏହି ଯୋଜନା କାର୍ଯ୍ୟକାରୀ କରିବାକୁ ଚାହୁଁଛି।

ଗୋଇନ୍ଦା ରିପୋର୍ଟ ଅନୁଯାୟୀ, ଏଲଓସି ନିକଟରେ ଥିବା ଲଞ୍ଚପ୍ୟାଡରେ ୨୦୦ ରୁ ୨୫୦ ଆତଙ୍କବାଦୀ ସୁଯୋଗକୁ ଅପେକ୍ଷା କରି ରହିଛନ୍ତି। ଗୋଇନ୍ଦା ଆଧାରରେ ସେନା ଏବଂ ସୀମା ସୁରକ୍ଷା ବାହିନୀ (ବିଏସଏଫ) ସହିତ ଇଣ୍ଟେଲିଜେନ୍ସ ବ୍ୟୁରୋ (ଆଇବି) ସଜାଗ ରହିଛନ୍ତି। ସେମାନେ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖିଛନ୍ତି।

ସୁରକ୍ଷା ଏଜେନ୍ସି ସହ ଜଡିତ ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ ଗତ ମାସରେ ଜମ୍ମୁର ଜାତୀୟ ରାଜପଥ ଦେଇ ୬ ଜଣିଆ ଆତଙ୍କବାଦୀ ଦଳ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଖବର ମିଳିଥିଲା। ଆତଙ୍କବାଦୀମାନେ ଜମ୍ମୁ ଦେଇ ଲାଇନ ଅଫ କଣ୍ଟ୍ରୋଲ ମାଧ୍ୟମରେ ଅନୁପ୍ରବେଶ କରିବାକୁ ଯୋଜନା କରିଥିଲେ। ଏହା ପରେ ଅନୁପ୍ରବେଶକୁ ରୋକିବା ଏବଂ ଆତଙ୍କବାଦୀଙ୍କୁ ହଟାଇବା ପାଇଁ ରାଜୌରୀ ଏବଂ ପୁଞ୍ଚରେ ସର୍ଚ୍ଚ ଅପରେଶନରେ ସେନାର ଏକ ଦଳକୁ ନିୟୋଜିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?