Posted inଖେଳ

ଆଇଏସ୍‌ଏଲ୍‌: ବେଙ୍ଗାଲୁରୁ-ଗୋଆ ମ୍ୟାଚ ଡ୍ର

ମାର୍ଗାଓ, ୨୩।୧୧- ଫତୋର୍ଦାର ଜବାହରଲାଲ ନେହେରୁ ଷ୍ଟାଡିୟମରେ ରବିବାର ବେଙ୍ଗାଲୁରୁ ଏଫସି ଓ ଗୋଆ ମଧ୍ୟରେ ଅନୁଷ୍ଠିତ ମ୍ୟାଚ ୨-୨ ଗୋଲରେ ଡ୍ର ରହିଛି। ଫଳରେ ଉଭୟ ଦଳ ପଏଣ୍ଟ ଭାଗ କରିଛନ୍ତି। ୬୫ ମିନିଟ ପର୍ଯ୍ୟନ୍ତ ବେଙ୍ଗାଲୁରୁ ୨-୦ରେ ଅଗ୍ରଣୀ ରହିଥିଲେ ହେଁ ୨ ମିନିଟ ବ୍ୟବଧାନରେ ଇଗର ଆଙ୍ଗୁଲୋଙ୍କ ୨ ଗୋଲ ବଳରେ ଗୋଆ ସଫଳ ପ୍ରତ୍ୟାବର୍ତ୍ତନ କରିଥିଲା। ଫଳରେ ଆଙ୍ଗୁଲୋଙ୍କୁ ହିରୋ ଅଫ୍‌ ଦି ମ୍ୟାଚ ପୁରସ୍କାର ପ୍ରଦାନ କରାଯାଇଥିଲା।
ଗତ ସଂସ୍କରଣର ଦୁଇ ସେମିଫାଇନାଲିଷ୍ଟ ବେଙ୍ଗାଲୁରୁ ଓ ଗୋଆ ମଧ୍ୟରେ ଏଠାରେ ଅନୁଷ୍ଠିତ ମ୍ୟାଚ ଆରମ୍ଭରୁ ସଂଘର୍ଷପୂର୍ଣ୍ଣ ହୋଇଥିଲା। ମ୍ୟାଚର ୨୭ତମ ମିନିଟରେ କ୍ଲିଟନ ସିଲ୍‌ଭା ଗୋଲ ଦେଇ ବେଙ୍ଗାଲୁକୁ ଅଗ୍ରଣୀ କରାଇଥିଲେ। ହେଡ୍‌ ଜରିଆରେ ଗୋଲ ଦେବାପରେ ଆକ୍ରୋବେଟିକ୍‌ ଷ୍ଟାଇଲ୍‌ରେ ସେଲିବ୍ରେଶନ କରିଥିଲେ କ୍ଲିଟନ। ପ୍ରଥମାର୍ଦ୍ଧରେ ବେଙ୍ଗାଲୁରୁ ୧-୦ରେ ଅଗ୍ରଣୀ ରହିବାପରେ ୫୭ତମ ମିନିଟରେ ଜୁଆନାନ୍‌ ଗୋଲ ଦେଇ ବେଙ୍ଗାଲୁରୁ ଅଗ୍ରଣୀକୁ ୨-୦ରେ ପହଞ୍ଚାଇଥିଲେ। ମାତ୍ର ଗତବର୍ଷ ପଏଣ୍ଟ ଟେବୁଲର ଶୀର୍ଷରେ ରହିଥିବା ଗୋଆ ସହଜରେ ଛାଡ଼ିବାକୁ ପ୍ରସ୍ତୁତ ନ ଥିଲା। ବେଙ୍ଗାଲୁରୁ ଡିଫେନ୍ସରେ ତ୍ରୁଟିରୁ ଫାଇଦା ଉଠାଇ ସ୍ପାନିଶ୍‌ ଫରଓ୍ବାର୍ଡ ଆଙ୍ଗୁଲୋ ୬୬ତମ ମିନିଟରେ ଗୋଟିଏ ଗୋଲ ପରିଶୋଧ କରିଥିଲେ। ଏହାର ୨ ମିନିଟ ପରେ ଅର୍ଥାତ୍‌ ୬୮ତମ ମିନିଟରେ ଆଙ୍ଗୁଲୋ ବ୍ୟକ୍ତିଗତ ଦ୍ୱିତୀୟ ଗୋଲ ଦେଇ ମ୍ୟାଚକୁ ୨-୨ ସ୍ଥିତିକୁ ନେଇ ଆସିଥିଲେ। ଅବଶିଷ୍ଟ ୨୨ ମିନିଟ ମଧ୍ୟରେ ଆକ୍ରମଣ ପ୍ରତିଆକ୍ରମଣ ଜୋରଦାର ହୋଇଥିଲେ ହେଁ ଆଉ ଗୋଲ ହୋଇପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri