Posted inଖେଳ

ଆଇଏସ୍‌ଏଲ୍‌: ବେଙ୍ଗାଲୁରୁ-ନର୍ଥଇଷ୍ଟ ମ୍ୟାଚ ଡ୍ର

ଫତୋର୍ଦା, ୮।୧୨-
ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ)ରେ ମଙ୍ଗଳବାର ବେଙ୍ଗାଲୁରୁ ଏଫସି ଓ ନର୍ଥ ଇଷ୍ଟ ୟୁନାଇଟେଡ ମ୍ୟାଚ ବିନା ଫଳାଫଳରେ ଶେଷ ହୋଇଛି। ମ୍ୟାଚ୍‌ଟି ୨-୨ ଗୋଲରେ ଡ୍ର ରହିଛି। ମ୍ୟାଚର ୪ର୍ଥ ମିନିଟରେ ଲୁଇସ ମାଚାଡୋ ଏକ ଗୋଲ ଦେଇ ନର୍ଥଇଷ୍ଟକୁ ଅଗ୍ରଣୀ କରାଇଥିଲେ। ତେବେ ୧୩ତମ ମିନିଟରେ ବେଙ୍ଗାଲୁରୁର ଜୁଆନାନ ଗୋଲଟି ପରିଶୋଧ କରି ମ୍ୟାଚକୁ ସମାନ ସ୍ତରକୁ ନେଇ ଆସିଥିଲେ। ପ୍ରଥମାର୍ଦ୍ଧ ୧-୧ ଗୋଲରେ ଶେଷ ହେବାପରେ ଦ୍ୱିତୀୟାର୍ଦ୍ଧ ବେଶ୍‌ ସଂଘର୍ଷପୂର୍ଣ୍ଣ ହୋଇଥିଲା। ୭୦ତମ ମିନିଟରେ ବଦଳ ଖେଳାଳି ଉଦାନ୍ତ ସିଂ ଗୋଲ ସ୍କୋର କରି ବେଙ୍ଗାଲୁରୁକୁ ଅଗ୍ରଣୀ ଦେଇଥିଲେ। ମାତ୍ର ଦଳର ଏହି ଖୁସି ବେଶୀ ସମୟ ରହି ନ ଥିଲା। ୭୮ତମ ମିନିଟରେ ମାଚାଡୋ ବ୍ୟକ୍ତିଗତ ଦ୍ୱିତୀୟ ଗୋଲ ଦେଇ ମ୍ୟାଚକୁ ପୁଣି ବରାବର ସ୍ଥିତିକୁ ନେଇ ଆସିଥିଲେ। ଫଳରେ ନର୍ଥଇଷ୍ଟ ଓ ବେଙ୍ଗାଲୁରୁର ଅପରାଜେୟ ଧାରା ଅବ୍ୟାହତ ରହିଥିଲା। ଏହି ମ୍ୟାଚ ପରେ ନର୍ଥଇଷ୍ଟ ୫ ମ୍ୟାଚରୁ ୨ ବିଜୟ ଓ ୩ ଡ୍ର ସହ ୯ ପଏଣ୍ଟ ପାଇ ଟେବୁଲର ଦ୍ୱିତୀୟ ସ୍ଥାନକୁ ଉନ୍ନୀତ ହୋଇଛି। ଅନ୍ୟପକ୍ଷରେ ବେଙ୍ଗାଲୁରୁ ୪ ମ୍ୟାଚ ଖେଳି ୧ ବିଜୟ ଓ ୩ ଡ୍ର ସହ ୬ ପଏଣ୍ଟ ପାଇ ୪ର୍ଥ ସ୍ଥାନକୁ ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?