Posted inଖେଳ

ଆଇଏସ୍ଏଲ୍: ଜୁଆନ୍ ଫେରେଣ୍ଡୋଙ୍କୁ ବହିଷ୍କାର କଲା ମୋହନ ବାଗାନ୍, ହାବାସ ମଧ୍ୟବର୍ତ୍ତୀକାଳୀନ ମୁଖ୍ୟ କୋଚ୍

ନୂଆଦିଲ୍ଲୀ, ୩।୧: ୨୦୨୩-୨୪ ସିଜିନରେ ଲଗାତାର ଖରାପ ପ୍ରଦର୍ଶନ କାରଣରୁ ଇଣ୍ଡିଆନ୍ ସୁପର ଲିଗ୍ ଦଳ ମୋହନ ବାଗାନ୍ ସୁପର ଜାଏଣ୍ଟ ଏହାର ମୁଖ୍ୟ କୋଚ୍ ଜୁଆନ୍ ଫେରେଣ୍ଡୋଙ୍କୁ ବହିଷ୍କାର କରିଛି। ଆସନ୍ତା କଳିଙ୍ଗ କପରୁ ଦଳର ଟେକ୍ନିକାଲ କୋଚ୍ ଆଣ୍ଟୋନି ହାବାସ ମୁଖ୍ୟ କୋଚ୍ ଭାବେ ଦାୟିତ୍ୱ ନେବେ। ଆଣ୍ଟୋନି ହାବାସ ପୂର୍ବରୁ ଆଟଲେଟିକୋ ଡି କୋଲକାତା(ଏଟିକେ) ଏବଂ ଏଟିକେ ମୋହନ ବାଗାନ୍ ମୁଖ୍ୟ କୋଚ୍ ଥିଲେ।

ଚଳିତ ସିଜିନରେ ମୋହନ ବାଗାନ୍ ଦଳ ଚମତ୍କାର ପ୍ରଦର୍ଶନ ସହିତ ଆରମ୍ଭ କରିଥିଲା। ତେବେ ନଭେମ୍ବର ମାସରୁ ଦଳର ପ୍ରଦର୍ଶନ ଅତ୍ୟନ୍ତ ନୈରାଶ୍ୟଜନକ ରହିବ ସହିତ ଏଏଫସି କପ୍ ଗ୍ରୁପ ପର୍ଯ୍ୟାୟରୁ ବାଦ ପଡିଥିଲା ଏବଂ ଆଇଏସଏଲରେ ଲଗାତାର ତିନୋଟି ମ୍ୟାଚରେ ପରାଜୟର ସାମ୍ନା କରିଛି। ଆଇଏସଏଲ ଲିଗ୍ ର ପଏଣ୍ଟ ଟେବୁଲରେ ଦଳ ଏବେ ପଞ୍ଚମ ସ୍ଥାନରେ ରହିଛି।

୨୦୨୧-୨୨ ସିଜିନ୍ ମଝିରେ ଫେରେଣ୍ଡୋ ମୋହନ ବାଗାନରେ ଯୋଗ ଦେଇଥିଲେ ଏବଂ ଏହା ପରେ ୨୦୨୩ ମସିହାରେ କ୍ଲବକୁ ଆଇଏସଏଲ ଟାଇଟଲ ଏବଂ ଚଳିତ ସିଜିନ୍ ଆରମ୍ଭରେ ପାରମ୍ପରିକ ପ୍ରତିଦ୍ବନ୍ଦୀ ଇଷ୍ଟ ବେଙ୍ଗଲକୁ ହରାଇ ଡୁରାଣ୍ଡ କପ ଜିତିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଏସିଆନ ଫୁଟବଲ କନଫେଡେରେଶନର ବଡ଼ ଘୋଷଣା: ଇରାନ ଫିଫା ବିଶ୍ୱକପ୍‌ ଖେଳିବ

କୁଆଲାଲୁମ୍ପୁର,୧୬ା୩: ଆସନ୍ତା ଜୁନରେ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ରେ ଇରାନ ଖେଳିବ। ଏ ନେଇ ଏସିଆନ ଫୁଟବଲ କନଫେଡେରେଶନ (ଏଏଫ୍‌ସି) ପକ୍ଷରୁ…

ମିଳିଲା ଅନୁମତି : ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ ଆଇପିଏଲ୍‌ ମ୍ୟାଚ୍‌

ବେଙ୍ଗାଲୁରୁ,୧୬ା୩: ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଘରୋଇ ମ୍ୟାଚ୍‌ ଏମ୍‌ ଚିନ୍ନାସ୍ୱାମୀ ଷ୍ଟାଡିୟମରେ…

ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ର ଆରମ୍ଭ: ଭାଗନେଲେ ୧ ହଜାର କ୍ରୀଡ଼ାବିତ୍‌

ବାଲେଶ୍ୱର,୧୬ା୩(ବାଞ୍ଛାନିଧି ଦେ): ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ(ଏଆଇୟୁ), ନୂଆଦିଲ୍ଲୀ ସହଯୋଗ ଓ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ସହଭାଗିତାରେ ସୋମବାର ସର୍ୱଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ ୨୦୨୫-୨୬…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri