Posted inଖେଳ

ଆଇଏସ୍‌ଏଲ୍‌: ପ୍ରଥମ ବିଜୟ ଲକ୍ଷ୍ୟରେ ଓଡ଼ିଶା, ଜାମଶେଦ୍‌ପୁର

ଭାସ୍କୋ,୨୯।୧୧(ପି.ଟି.): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ସପ୍ତମ ସଂସ୍କରଣରେ ଓଡ଼ିଶା ଏଫ୍‌ ଓ ଜାମ୍‌ଶେଦପୁର ଏଫ୍‌ସି ପରାଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ସ୍ଥାନୀୟ ତିଳକ ମଇଦାନରେ ଏହି ଦୁଇ ଦଳ ସେମାନଙ୍କର ଦ୍ୱିତୀୟ ମ୍ୟାଚ୍‌ରେ ରବିବାର ପରସ୍ପରକୁ ଭେଟିବେ। ଏହି ମୁକାବିଲାରେ ଉଭୟ ଦଳ ପ୍ରଥମ ବିଜୟ ହାସଲ ଲକ୍ଷ୍ୟରେ ରହିଛନ୍ତି। ଫଳରେ ମ୍ୟାଚ୍‌ ବେଶ୍‌ ରୋମାଞ୍ଚକ ହେବ ବୋଲି ଆଶା କରାଯାଉଛି।
ନଭେମ୍ବର ୨୩ ତାରିଖରେ ଓଡ଼ିଶା ତା’ର ପ୍ରଥମ ମ୍ୟାଚ୍‌ରେ ହାଇଦ୍ରାବାଦ୍‌ ଏଫ୍‌ସିଠାରୁ ୧-୦ ଗୋଲରେ ପରାସ୍ତ ହୋଇଥିଲା। ସେହିପରି ଜାମସେଦପୁର ୧-୨ ଗୋଲରେ ଏହାର ଗୋଟିଏ ଦିନ ପରେ ଚେନ୍ନାଇନ୍‌ ଏଫ୍‌ସିଠାରୁ ପରାସ୍ତ ହୋଇଥିଲା। ନୂଆ କୋଚିଂ ଷ୍ଟାଫ୍‌ ଓ ଦଳ ସହ ଏହି ଦୁଇ ଦଳ ପଡିଆକୁ ଏଥର ଓହ୍ଲାଇଛନ୍ତି। ଡିଫେନ୍ସରେ ଓଡ଼ିଶା ତା’ର ସମସ୍ୟା ନେଇ ଚିନ୍ତିତ ଅଛି। ଦଳର ତ୍ରୁଟିକୁ ଆମେ ଚିହ୍ନଟ କରିଛୁ ଓ ଏଥିରେ ସୁଧାର ଆଣିବୁ ବୋଲି ଓଡ଼ିଶା କୋଚ୍‌ ଷ୍ଟୁଆର୍ଟ ବକ୍ସଟର କହିଛନ୍ତି। ଦଳର ସନ୍ତୁଳନରେ କିଛିଟା ତ୍ରୁଟି ଥିଲା।
ଅପରପକ୍ଷରେ ଦଳରେ କେତେଜଣ ଖେଳାଳି ଆହତ ହୋଇଥିବାରୁ ଜାମ୍‌ଶେଦପୁର କୋଚ୍‌ ଓଓ୍ବେନ କୋଏଲ ଚିନ୍ତିତ ଅଛନ୍ତି। ଡିଫେଣ୍ଡର ପିଟର ହାର୍ଟଲି ଓ ନରେନ୍ଦର ଗାହଲଟ ଆହତ ହୋଇଛନ୍ତି। ରବିବାର ଏହି ଦୁଇ ଜଣ ଖେଳିବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ଟୁର୍ନାମେଣ୍ଟ ଆଗକୁ ବଢିଲେ ଦଳର ପ୍ରଦର୍ଶନରେ ଉନ୍ନତି ଆସିବ ବୋଲି ସେ କହିଛନ୍ତି। ଗତ ସଂସ୍କରଣ ତୁଳନାର ଜାମେଶେଦ୍‌ପୁର ଦଳରେ ବଡ଼ ଧରଣର ପରିବର୍ତ୍ତନ ହୋଇଛି। ଉଭୟ ଦଳ ବିଜୟ ଲକ୍ଷ୍ୟରେ ପଡିଆକୁ ଓହ୍ଲାଇବେ। ଫଳରେ ମ୍ୟାଚ୍‌ ସଂଘର୍ଷପୂର୍ଣ୍ଣ ଓ ରୋମାଞ୍ଚକ ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ବୈଭବ ସୂର୍ଯ୍ୟବଂଶୀଙ୍କ ବୟସକୁ ନେଇ ଏମିତି ବୟାନ ଦେଲେ ବ୍ରେଟ ଲି, ସଭିଏଁ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୮: ଯୁବ ଭାରତୀୟ ବ୍ୟାଟ୍ସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କମ ବୟସରେ ତାଙ୍କ ଖେଳ ଦ୍ୱାରା କ୍ରିକେଟ ଜଗତର ଦୃଷ୍ଟି ଆକର୍ଷଣ କରିଛନ୍ତି। ଏବେ, ପୂର୍ବତନ ଅଷ୍ଟ୍ରେଲୀୟ ଦ୍ରୁତ…

CEG: କମନ ଓ୍ବେଲଥ ଚାମ୍ପିୟନଙ୍କୁ ଭେଟି ବଡ଼ କଥା କହିଲେ ମୋଦି, ‘ଲାଗୁଥିଲା ଯେମିତି ପ୍ରତି ବୁନ୍ଦା ଲୁହରୁ ଝରୁଥିଲା ସ୍ବର୍ଣ୍ଣ ପଦକ’

ନୂଆଦିଲ୍ଲୀ,୧୦।୮: ପ୍ରଧାନମନ୍ତ୍ରୀ ମୋଦି ରାଜ୍ୟଗୋଷ୍ଠୀ କ୍ରୀଡା ଚାମ୍ପିୟନମାନଙ୍କୁ ଭେଟିଥିଲେ। ସେ ରବିବାର ଖେଳାଳିମାନଙ୍କୁ ଭେଟିଥିଲେ ଏବଂ ଇନଷ୍ଟାଗ୍ରାମରେ ଆଲୋଚନାର ଏକ ଭିଡିଓ ଶେୟାର କରିଥିଲେ। ସେ ଖେଳାଳିମାନଙ୍କୁ…

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ଗୁପ୍ତରେ ବିବାହ କଲେ KKRର ଅଲରାଉଣ୍ଡର, ଟିଭି ଅଭିନେତ୍ରୀଙ୍କ ହାତ ଧରିଲେ…

ନୂଆଦିଲ୍ଲୀ,୮।୮: କ୍ରିକେଟର ଏବଂ ଟେଲିଭିଜନ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କର ତାଲିକା ବହୁତ ଲମ୍ବା, ଏବଂ ଏବେ ଏଥିରେ ଆଉ ଏକ ନାମ ଯୋଡି ହୋଇଛି। ପ୍ରଶ୍ନର ସମ୍ମୁଖୀନ…

କାହିଁକି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଅଜିଙ୍କ୍ୟ ରାହାଣେ, ଜଣାପଡିଲା ଅସଲ କାରଣ, ଏବେ ବାଛିଛନ୍ତି…

ନୂଆଦିଲ୍ଲୀ,୮।୮: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ବିଶ୍ୱର ବିଭିନ୍ନ ଲିଗରେ ଖେଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହା ସହିତ,…

ଅବସର ପରେ ମଧ୍ୟ, ବିରାଟ-ଧୋନିଙ୍କୁ ଟକ୍କର ଦେଉଛନ୍ତି ସଚିନ

ନୂଆଦିଲ୍ଲୀ,୮।୮: ସଚିନ ତେନ୍ଦୁଲକର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବାର ଏକ ଦଶନ୍ଧିରୁ ଅଧିକ ସମୟ ବିତିଗଲାଣି; ସେ ନଭେମ୍ବର ୧୬, ୨୦୧୩ରେ ଖେଳକୁ ବିଦାୟ ଦେଇଥିଲେ। ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri