ତାଲିବାନ କ୍ରୁରତାକୁ ଇସଲାମ ରାଷ୍ଟ୍ରଙ୍କ ପକ୍ଷରୁ ବିରୋଧ…

କାବୁଲ,୨୭।୧୨ : ଆଫଗାନିସ୍ତାନରେ କ୍ଷମତାରେ ଥିବା ତାଲିବାନ ଶାସକଙ୍କ କୃରତା ଯୋଗୁ ବର୍ତ୍ତମାନ ସରକାର ଇସଲାମ ଜଗତରୁ ମଧ୍ୟ ବିଚ୍ଛିନ୍ନ ହେବାରେ ଲାଗିଛନ୍ତି।

ବିଶ୍ୱବିଦ୍ୟାଳୟରେ ମହିଳା ଶିକ୍ଷା ଉପରେ ପ୍ରତିବନ୍ଧକ ଲଗାଇବାକୁ ବିଶ୍ୱର ବିଭିନ୍ନ ରାଷ୍ଟ୍ର ତଥା ଇସଲାମ ଦେଶରେ ମଧ୍ୟ ନିନ୍ଦା କରାଯାଇଛି। ଇସଲାମିକ ଦେଶ ସଂଗଠନ (ଓଆଇସି) ମଧ୍ୟ ଏହାକୂ ନେଇ ସ୍ବର ଉଠାଇଛି।

ଓଆଇସି ସେକ୍ରେଟେରୀ ଜେନେରାଲ ହିସେନ ବ୍ରାହିମ ଏହି ନିଷେଧାଦେଶକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ଏହି ନିଷ୍ପତ୍ତି କେବଳ ଆଫଗାନିସ୍ତାନ ମହିଳାମାନଙ୍କୁ ଜୀବିକା ସୁଯୋଗରୁ ବଞ୍ଚିତ କରିବ ନାହିଁ, ତାଲିବାନର ସର୍ବଶେଷ ନିଷ୍ପତ୍ତି ଆଫଗାନିସ୍ତାନରେ ଚାଲିଥିବା ଅନ୍ତର୍ଜାତୀୟ ମାନବିକ ସହାୟତା କାର୍ଯ୍ୟକ୍ରମ ଉପରେ ମଧ୍ୟ ପ୍ରଭାବ ପକାଇବ।

ଅନ୍ୟପକ୍ଷରେ ସୌଦି ଆରବ ଏବଂ ପାକିସ୍ତାନ ମଧ୍ୟ ଏହି ନିଷ୍ପତ୍ତିକୁ ସମାଲୋଚନା କରିଛନ୍ତି। ସୋମବାର ଫୋନ ବାର୍ତ୍ତାଳାପରେ ସୌଦି ଆରବର ବୈଦେଶିକ ମନ୍ତ୍ରୀ ଫୈସଲ ବିନ ଫହରାନ ଅଲ ସାଉଦ ଏବଂ ପାକିସ୍ତାନର ପ୍ରତିପକ୍ଷ ବିଲାୱାଲ ଭୁଟ୍ଟୋ ଜରଦାରୀ ଆଫଗାନିସ୍ତାନର ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ପରେ ଜାରି କରାଯାଇଥିବା ଏକ ବିବୃତ୍ତିରେ କୁହାଯାଇଛି ଯେ ଦୁଇ ବୈଦେଶିକ ମନ୍ତ୍ରୀ ମହିଳାଙ୍କ ସମସ୍ତ ଅଧିକାର ତଥା ବିଭିନ୍ନ ବର୍ଗରେ ସେମାନଙ୍କର ସମାନ ଅଂଶଗ୍ରହଣ ନିଶ୍ଚିତ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିତ ଜାତିସଂଘରେ ଆମେରିକା-ରୁଷିଆ ମୁହାଁମୁହିଁ

ଓ୍ବାଶିଂଟନ,୨୫ା୪: ମିଳିତ ଜାତିସଂଘରେ ଆମେରିକା ଏବଂ ରୁଷିଆ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି। କିଛି ଦିନ ପୂର୍ବରୁ ଏକ ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଯେ, ରୁଷିଆ...

ଆମେରିକା ଉପରେ ରାଗିଗଲେ ନେତାନ୍ୟାହୁ: କହିଲେ ଏମିତି କଥା

ଜେରୁଜେଲମ,୨୫।୪: ଗାଜାରେ ହମାସ ଆତଙ୍କବାଦୀଙ୍କ ସହ ଇସ୍ରାଏଲର ଯୁଦ୍ଧ ଜାରି ରହିଛି ଏବଂ ଇରାନ ସହିତ ଯୁଦ୍ଧ ପରି ପରିସ୍ଥିତି ଅଛି। ଏହି ସମୟରେ ବେଞ୍ଜାମିନ...

ଇସାରା ଇସାରାରେ ପାକିସ୍ତାନକୁ ଧମକ ଦେଲା ଆମେରିକା

ଓ୍ବାଶିଂଟନ,୨୪ା୪: ଫେବୃଆରୀ ୮ ସାଧାରଣ ନିର୍ବାଚନ ପରେ ଇରାନର ରାଷ୍ଟ୍ରପତି ସୟଦ ଇବ୍ରାହିମ ରାଇସିଙ୍କ ଇସଲାମାବାଦ ଗସ୍ତ ପ୍ରଥମ ରାଜ୍ୟ ମୁଖ୍ୟଙ୍କ ଦ୍ୱାରା ହୋଇଛି। ତାଙ୍କର...

ପାଶ୍ଚରାଇଜ୍ଡ କ୍ଷୀରରେ ମିଳିଲା ବାର୍ଡ ଫ୍ଲୁ ଜୀବାଣୁର ଅବଶିଷ୍ଟାଂଶ, ପରୀକ୍ଷା ପାଇଁ ପଠାଗଲା ନମୁନା

ଓ୍ବାଶିଂଟନ,୨୪।୪: ଆମେରିକାର ବିଭିନ୍ନ ରାଜ୍ୟରେ ଡେୟରି ଗାଈମାନଙ୍କଠାରେ H5N1 ଷ୍ଟ୍ରେନ ପ୍ରଥମ ଥର ପାଇଁ ଚିହ୍ନଟ ହୋଇଛି। ଏହା ପ୍ରାୟ ୮ଟି ରାଜ୍ୟରେ ବ୍ୟାପିଛି। ଏହି...

ଆମେରିକାରେ ମୋଦିଙ୍କ ଭଳି ନେତାଙ୍କର ଆବଶ୍ୟକତା ରହିଛି, କିଏ କଲେ ଏମିତି ପ୍ରଶଂସା

ନୂଆଦିଲ୍ଲୀ,୨୪।୪: ସମଗ୍ର ବିଶ୍ୱରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା କେତେ ବଢୁଛି ତାହା ଆକଳନ କରାଯାଇପାରିବ ଯେ ଲୋକମାନେ ତାଙ୍କ ଭଳି ଜଣେ ନେତା ମଧ୍ୟ...

ଇଣ୍ଡୋନେସିଆରେ ଜ୍ୱାଳାମୁଖି ଦେଖିବା ଚାଇନା ମହିଳାଙ୍କୁ ପଡିଲା ମହଙ୍ଗା

ଜାକର୍ତ୍ତା,୨୪।୪: ଇଣ୍ଡୋନେସିଆର ଆଗ୍ନେୟଗିରି ଦେଖିବା ଚାଇନାର ଜଣେ ମହିଳାଙ୍କ ପାଇଁ ମୃତ୍ୟୁର କାରଣ ପାଲଟିଥିଲା ଯେତେବେଳେ ସେ ଜ୍ୱଳନ୍ତ ଆଗ୍ନେୟଗିରି ନିକଟରେ ଫଟୋ ଉଠାଉଥିଲେ। ଏହି...

ପାକିସ୍ତାନ ମାଟିରୁ ଇସ୍ରାଏଲକୁ ଧମକ ଦେଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ୍‌,୨୪।୪: ପାକିସ୍ତାନ ଗସ୍ତରେ ଆସୁଥିବା ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଇସ୍ରାଏଲ ପାଇଁ ଏକ ବଡ଼ ଧମକ ଦେଇଛନ୍ତି। ସେ କହିଛନ୍ତି, ଯଦି ଇସ୍ରାଏଲ କୌଣସି...

ଏସିଆ ବିଶ୍ୱର ସବୁଠାରୁ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳ

ଜେନେଭା, ୨୪।୪: ଜଳବାୟୁ ପରିବର୍ତ୍ତନର ପ୍ରଭାବ ଉପରେ ସାରା ବିଶ୍ୱର ନଜର ରହିଛି। ତେବେ ଗତ କିଛି ବର୍ଷ ଧରି ଏହାର ସର୍ବାଧିକ ପ୍ରଭାବ ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri