ଚିହ୍ନଟ ହୋଇ ନ ଥିଲେ ଉଚ୍ଛେଦ

ଅନୁଗୋଳ ଅଫିସ,୬।୮:  ଜାଗା ମିଶନରେ ଅନୁଗୋଳ ଜିଲାର ବସ୍ତି ବାସିନ୍ଦାଙ୍କ ପାଇଁ କାର୍ଯ୍ୟକାରୀ ହେଉଥିବା ଜିଲା ପୌର ଉନ୍ନୟନ ଏଜେନ୍ସି (ଡୁଡା)ର ବିଭିନ୍ନ କାର୍ଯ୍ୟକ୍ରମର କାର୍ଯ୍ୟକାରିତା ସମ୍ପର୍କରେ ଏକ ସମୀକ୍ଷା ବୈଠକ ବୁଧବାର ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାର ୨ଟି ପୌରାଞ୍ଚଳ ଓ ଗୋଟିଏ ବିଜ୍ଞାପିତ ଅଞ୍ଚଳ ପରିଷଦରେ କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଥିଲା। ଚିହ୍ନଟ ହୋଇଥିବା ବସ୍ତିକୁ ବାଦ୍‌ ଦେଲେ ଅନ୍ୟ ସ୍ଥାନରେ ଜବରଦଖଲ କରି ରହୁଥିବା ବାସିନ୍ଦାମାନଙ୍କୁ ତୁରନ୍ତ ଉଚ୍ଛେଦ କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ଏଥିପାଇଁ ଏକ ସ୍ବତନ୍ତ୍ର ନିୟମାବଳୀ ପ୍ରସ୍ତୁତ କରି ଉପଜିଲାପାଳମାନଙ୍କ ଅଧ୍ୟକ୍ଷତାରେ ସମ୍ପୃକ୍ତ ନିର୍ବାହୀ ଅଧିକାରୀମାନଙ୍କୁ ନେଇ ଏକ କମିଟି ଗଠନ କରାଯିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଯେଉଁମାନେ ଯୋଗ୍ୟ ବିବେଚିତ ଚିହ୍ନଟ ହୋଇନାହାନ୍ତି ଏକ ବିଜ୍ଞପ୍ତି ମାଧ୍ୟମରେ ସେମାନଙ୍କୁ ବସ୍ତିରୁ ଉଚ୍ଛେଦ କରିବାକୁ ପରାମର୍ଶ ଦେଇଥିଲେ। ଖାଲି ପଡ଼ିଥିବା ସରକାରୀ ଜାଗାଗୁଡ଼ିକୁ ପୌରପାଳିକା ଅଧୀନକୁ ଅଣାଯିବ। ଜିଲା ପୌର ଉନ୍ନୟନ ଏଜେନ୍ସି (ଡୁଡା)ରୁ ଆବଶ୍ୟକ ତଥ୍ୟ ସଂଗ୍ରହ କରି ସର୍ବେକ୍ଷଣ କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ଯେଉଁ ବାସିନ୍ଦାମାନେ ନୂଆକରି ସରକାରୀ ଜାଗାରେ ଘର କରୁଛନ୍ତି ସେସବୁକୁ ମଧ୍ୟ ଉଚ୍ଛେଦ କରାଯିବ। ଡୁଡା ଜାଗା ମିଶନରେ ଅନୁଗୋଳ ପୌରାଞ୍ଚଳରେ ୧୩, ତାଳଚେର ପୌରାଞ୍ଚଳରେ ୬ ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦରେ ୯ଟି ବସ୍ତି ରହିଛି। ଅନୁଗୋଳ ପୌରାଞ୍ଚଳର ବସ୍ତିରେ ୨୬୦୬, ତାଳଚେର ପୌରାଞ୍ଚଳରେ ୮୪୬ ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦରେ ୩୯୪ଟି ପରିବାର ବସବାସ କରୁଛନ୍ତି। ଅନୁଗୋଳ ପୌରପାଳିକା ଦ୍ୱାରା ୭୮୬ , ତାଳଚେର ପୌରପାଳିକା ଦ୍ୱାରା ୨୦୧ ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦ ପାଇଁ ୧୧୪ ଜଣଙ୍କୁ ଜମି ସ୍ବତ୍ୱାଧିକାର ପ୍ରମାଣପତ୍ର ପ୍ରଦାନ କରାଯାଇଛି। ସେହିପରି ଅନୁଗୋଳ ପୌରାଞ୍ଚଳରୁ ୧୦୦୯, ତାଳଚେର ପୌରାଞ୍ଚଳରୁ ୧୩୮ ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୭୧ ଜଣଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ ନିର୍ମାଣ ପାଇଁ ଅନୁମୋଦନ କରାଯାଇଛି। ଅନୁଗୋଳ ପୌରପାଳିକାରୁ ୪, ତାଳଚେର ପୌରପାଳିକାରୁ ୧୭୦, ଆଠମଲ୍ଲିକ ଏନ୍‌ଏସିରୁ ୪୧ଟି ଯୋଗ୍ୟ ବିବେଚିତ ବସ୍ତି ବାସିନ୍ଦା ଅଦ୍ୟାବଧି ଜମି ସ୍ବତ୍ୱାଧିକାର ପ୍ରମାଣପତ୍ର ପାଇ ନ ଥିବା ଜଣାପଡ଼ିଛି। ତାଳଚେର ପୌରାଞ୍ଚଳରେ ଜମି ସ୍ବତ୍ୱାଧିକାର ପ୍ରମାଣପତ୍ର ପ୍ରଦାନରେ ସୃଷ୍ଟି ହେଉଥିବା ସମସ୍ୟାକୁ ଦୃଷ୍ଟିରେ ରଖି ଏକ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ଏହି ବୈଠକରେ ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଳିତ ମୋହନ ବେହେରା, ଅନୁଗୋଳ ଉପଜିଲାପାଳ ବାଇତୁରା ଦୀପ, ତାଳଚେର ଉପଜିଲାପାଳ ବିଶ୍ୱ ରଞ୍ଜନ ରଥ, ଆଠମଲ୍ଲିକ ଉପଜିଲାପାଳ ତରଣୀ ସୁନା, ଅନୁଗୋଳ ପୌରପାଳିକାର ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ, ତାଳଚେର ପୌରପାଳିକା ନିର୍ବାହୀ ଅଧିକାରୀ ରଶ୍ମିରେଖା ଅମାତ, ଆଠମଲ୍ଲିକ ଏନ୍‌ଏସି ନିର୍ବାହୀ ଅଧିକାରୀ କାଦମ୍ବିନୀ ଜେନାଙ୍କ ସମେତ ସମସ୍ତ ତହସିଲଦାର, ରାଜସ୍ବ ନିରୀକ୍ଷକ ଓ ଜିଲା ପୌର ଉନ୍ନୟନ ଏଜେନ୍ସିର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?