ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆକୁ ଆଇଏସ୍‌ଓ ପ୍ରମାଣପତ୍ର

ନୂଆଦିଲ୍ଲୀ,୨୮।୩: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ‘ସରଳ-ସରଳ ଲାଇଟ୍ସ (ସରଳ ସିଷ୍ଟମେଟିକ୍‌ ଆପ୍ରାଇଜାଲ୍‌ ଆଣ୍ଡ ରିସ୍କ ଆସେସମେଣ୍ଟ ଅଫ୍‌ ଲୋନ୍‌) ରେ କ୍ରେଡିଟ୍‌ ମୂଲ୍ୟାୟନ ପ୍ରକ୍ରିୟାର ମାନକୀକରଣ ପାଇଁ ଆଇଏସ୍‌ଓ ପ୍ରମାଣନ ହାସଲ କରିଛି। ଏହା ହେଉଛି ଏମ୍‌ଏସ୍‌ଏମ୍‌ଇ ଋଣ ପାଇଁ ସେଣ୍ଟ୍ରାଲାଇଜଡ୍‌ ପ୍ରୋସେସିଂ ସେଣ୍ଟର। ଏହି ଉଲ୍ଲେଖନୀୟ ପ୍ରମାଣନ ହେଉଛି ଏକ ପ୍ରମାଣ ଯାହା ବ୍ୟାଙ୍କର ବ୍ୟାଙ୍କିଙ୍ଗ୍‌ ସେବାକୁ ସହଜିଆ, ଦ୍ରୁତ ଓ ଝିନ୍‌ଝଟମୁକ୍ତ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ। ଏହା କେବଳ ବ୍ୟକ୍ତିବିଶେଷଙ୍କ ପାଇଁ ନୁହେଁ ବରଂ ସ୍ମଲ୍‌ ସ୍କେଲ ୟୁନିଟ୍‌ ପାଇଁ ମଧ୍ୟ ଆବଶ୍ୟକ, ଯଦ୍ଦ୍ବାରା ଏମ୍‌ଏସ୍‌ଏମ୍‌ଇ ଉଦ୍ୟୋଗକୁ ପ୍ରୋତ୍ସାହନ ମିଳିପାରିବ। ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏହାର ଗ୍ରାହକ ସେବାରେ ଉନ୍ନତି ଆଣିବା ପାଇଁ ପ୍ରତିଶ୍ରୁତିବଦ୍ଧ ।
ଏଥିପାଇଁ ଦକ୍ଷ ମାନବ ସମ୍ବଳର ଉପଯୋଗ କରିବା ସହିତ ଆଧୁନିକ ପ୍ରଯୁକ୍ତିର ମଧ୍ୟ ଉପଯୋଗ କରାଯାଉଛି। ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏହାର ସମସ୍ତ ୧୨୫ଟି ଆଞ୍ଚଳିକ କାର୍ଯ୍ୟାଳୟରେ ସରଳ-ସରଳ ଲାଇଟ୍‌ ସେଣ୍ଟରର ସ୍ଥାପନା କରିଛି। ଏଠାରେ ସମସ୍ତ ପ୍ରସ୍ତାବକୁ ସିଙ୍ଗିଲ୍‌ ୱିଣ୍ଡୋ ଆଧାରରେ ସମ୍ପୃକ୍ତ ଶାଖା ସହିତ ଯୋଗାଯୋଗ କରି ବିବେଚନା କରାଯାଉଛି। ଏହାଦ୍ୱାରା ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯାଇପାରିବ। ପ୍ରମାଣନ ଏଜେନ୍ସି ବ୍ୟାଙ୍କର ଏହି କ୍ୱାଲିଟି ମ୍ୟାନେଜମେଣ୍ଟ ପ୍ରକ୍ରିୟାକୁ ଆକଳନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ମହିନ୍ଦ୍ରା ବୋଲେରୋ ନିଓ ପ୍ଲସ୍‌

ଭୁବନେଶ୍ୱର,୨୦।୪: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍‌ର ନୂତନ ମଡେଲ ‘ବୋଲେରୋ ନିଓ ପ୍ଲସ୍‌’ର ସର୍ବଭାରତୀୟ ଉନ୍ମୋଚନ ସହ ବଜାର ପ୍ରବେଶ ହୋଇଯାଇଛି। ଏପରିକି ୯ସିଟର ବିଶିଷ୍ଠ...

ଅଶୋଧିତ ତୈଳ ଦର ୯୦ ଡଲାର ପାର

ଭୁବନେଶ୍ୱର,୨୦।୪: କ୍ରମାଗତ ଭାବେ ଅନ୍ତଃରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ପାଇ ଚାଲିଛି। ଏପରିକି ଶୁକ୍ରବାର ଅଶୋଧିତ ତୈଳ ଦର ପ୍ରାୟ ୪% ବଢ଼ି...

କାନାରା ବ୍ୟାଙ୍କର ନୂତନ ଉତ୍ପାଦ

ଭୁବନେଶ୍ୱର,୨୦।୪ (ଅଭୟ ଦାଶ): କାନାରା ବ୍ୟାଙ୍କର ନୂତନ ଉତ୍ପାଦ ‘କାନାରା-ଆଞ୍ଜେଲ, ହିଲ୍‌, ମାଇଁ ମନୀ, ରେଡି କ୍ୟାଶ୍‌ ଏବଂ ୟୁପିଆଇ୧୨୩ ପେ ଏଏସ୍‌ଆଇ’ର ଆନୁଷ୍ଠାନିକ ଉନ୍ମୋଚନ...

ଖାଦ୍ୟ ମୁଦ୍ରାସ୍ଫୀତି ବଡ଼ ବିପଦ

ଭୁବନେଶ୍ୱର,୨୦।୪(ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ମୁଦ୍ରା ନୀତି କମିଟି(ଏମ୍‌ପିସି)ର ସଦସ୍ୟମାନେ ଖାଦ୍ୟ ମୁଦ୍ରାସ୍ଫୀତିକୁ ଏକ ବଡ଼ ବିପଦ ବୋଲି କହିଛନ୍ତି। ୨୦୨୪ ଏପ୍ରିଲର...

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri