ରାଉରକେଲାର ୬ ୟୁପିଏଚ୍‌ସିକୁ ଆଇଏସ୍‌ଓ ପ୍ରମାଣପତ୍ର, ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ଚଳିତ ବର୍ଷ ସୁନ୍ଦରଗଡ଼ ଜିଲାର ରାଉରକେଲା ମହାନଗର ନିଗମର ୬ଟି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର (ୟୁପିଏଚ୍‌ସି)କୁ ଆଇଏସ୍‌ଓ ପ୍ରମାଣପତ୍ର ମିଳିଛି। ସେହି ୟୁପିଏଚ୍‌ସିଗୁଡ଼ିକ ହେଲା କୋଏଲ ନଗର, ସେକ୍ଟର-୬, ତିଲକ ନଗର, ଛେଣ୍ଡ କଲୋନୀ, ବାଲୁଘାଟର ୟୁଏଫ୍‌ଡବ୍ଲ୍ୟୁସି ଓ ବାସନ୍ତୀ କଲୋନୀ ନିକଟ ଡିଏଭିଏମ୍‌ଏସି। ଭଲ ପରିଚାଳନା ସହିତ ସାଧାରଣ କ୍ଲିନିକାଲ୍‌ ସେବା, ସ୍ବତନ୍ତ୍ର ସେବା, ନିରାମୟ, ପରିବାର ଯୋଜନା, ପ୍ରତିରୋଧକ ବ୍ୟବସ୍ଥା, ପ୍ରସାରଣ ସେବା, ଯୋଗ ଆଦି ପ୍ରଦାନ କ୍ଷେତ୍ରରେ ଆଇଏସ୍‌ଓ ୯୦୦୧:୨୦୧୫ ପ୍ରମାଣପତ୍ର ମିଳିଛି। ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲା ମହାନଗର ନିଗମକୁ ପ୍ରଶଂସା କରିଛନ୍ତି। କୋଭିଡ୍‌-୧୯ ଆହ୍ବାନ ସତ୍ତ୍ୱେ ଏହି ପରିବର୍ତ୍ତନକାରୀ ଉଦ୍ୟମ ତୃଣମୂଳସ୍ତରରେ ଗୁଣାତ୍ମକ ସ୍ବାସ୍ଥ୍ୟ ସେବାକୁ ସୁନିଶ୍ଚିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ, ୨୦୧୯-୨୦ରେ ଓଡ଼ିଶାର ୪ଟି ୟୁପିଏଚ୍‌ସିକୁ ଏନ୍‌କ୍ୟୁଏସ୍‌ ପ୍ରମାଣପତ୍ର, ୧୩ ୟୁପିଏଚ୍‌ସିକୁ ଆଇଏସ୍‌ଓ ପ୍ରମାଣପତ୍ର, ୬୬ଟି ୟୁପିଏଚ୍‌ସି ଓ ସିଏଚ୍‌ସିକୁ କାୟାକଳ୍ପ ପୁରସ୍କାର ମିଳିଛି। ଏହା ଜାତୀୟ ସହଞ୍ଚଳ ସ୍ବାସ୍ଥ୍ୟ ମିଶନ ଅଧୀନରେ ଥିବା ‘କାୟାକଳ୍ପ’ର ସର୍ବାଧିକ ସଫଳତା।


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri