ହମାସ୍‌ ମୁଖ୍ୟଙ୍କୁ ଟାର୍ଗେଟ କଲେ ଇସ୍ରାଏଲ ସେନା

ଜେରୁଜେଲମ,୧୧।୧୦: ଇସ୍ରାଏଲ-ହମାସ୍‌ ମଧ୍ୟରେ ଚାଲିଥିବା ରକ୍ତାକ୍ତ ସଂଘର୍ଷ ନିକଟ ଭବିଷ୍ୟତରେ ଥମିବାର ସମ୍ଭାବନା ଦେଖାଯାଉ ନାହିଁ। ହମାସ ଦ୍ୱାରା ହୋଇଥିବା ଆକ୍ରମଣ ପରେ ଇସ୍ରାଏଲ ଲଗାତାର ଗାଜା ଉପରେ ବୋମାମାଡ଼ କରୁଛି। ଏହି ସମୟରେ, ଇସ୍ରାଏଲ ପ୍ରତିରକ୍ଷା ବାହିନୀ ବୁଧବାର ଅଲ ଫୁରକାନ ଅଞ୍ଚଳରେ ୨୦୦ରୁ ଅଧିକ ହମାସ୍‌ ଆଡ୍ଡାକୁ ଟାର୍ଗେଟ କରିଛି। ଟାଇମ୍ସ ଅଫ ଇସ୍ରାଏଲ ରିପୋର୍ଟ ଅନୁଯରୟୀ, ଇସ୍ରାଏଲ ବାୟୁସେନା ହମାସ୍‌ର ସାମରିକ ବିଭାଗର ମୁଖ୍ୟ ମହମ୍ମଦ ଦେଫଙ୍କ ବାପାଙ୍କ ଘରେ ବୋମା ମାଡ଼ କରିଛି। ଇସ୍ରାଏଲ ଉପରେ ଆତଙ୍କବାଦୀ ଆକ୍ରମଣର ମୁଖ୍ୟ ଷଡଯନ୍ତ୍ରକାରୀ ମହମ୍ମଦ ଦେଫଙ୍କୁ ବିବେଚନା କରାଯାଉଛି।

ତେବେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ଫୁରକାନ ଅଞ୍ଚଳରେ ଏହା ହେଉଛି ସେମାନଙ୍କର ତୃତୀୟ ଏୟାର ଷ୍ଟ୍ରାଇକ। ଇସ୍ରାଏଲର ଯୁଦ୍ଧ ବିମାନ ହମାସର ୪୫୦ ଆଡ୍ଡା ଉପରେ ଆକ୍ରମଣ କରିଛନ୍ତି। ସେହିପରି ଆଇଡିଏଫ ଗାଜା ଅଞ୍ଚଳରେ ଲଗାତାର ଆକ୍ରମଣ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର…

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ…

ସରକାରଙ୍କୁ CJPର ଚେତାବନୀ: ଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ବନ୍ଦ କର, ନଚେତ୍ ପୁଣି…

ନୂଆଦିଲ୍ଲୀ, ୨୭।୭: ଜନ୍ତର ମନ୍ତରରେ ସିଜେପିର ଧାରଣା ଶେଷ ହୋଇଥିଲେ ମଧ୍ୟ ପୁଣିଥରେ ଆନ୍ଦୋଳନକୁ ନେଇ ସରକାରଙ୍କୁ ଚେତାବନୀ ଦେଇଛି । CJP ମୁଖପାତ୍ର ଆଶୁତୋଷ ରାଙ୍କା…

ଇସ୍ତଫା ଦିଅନ୍ତୁ ଗଣଶିକ୍ଷା ମନ୍ତ୍ରୀ: ଗର୍ଜିଲା ସିପିଆଇ

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଗଞ୍ଜାମ ଜିଲା କମିଟି ପକ୍ଷରୁ ଦିଲ୍ଲୀସ୍ଥିତ ଜନ୍ତରମନ୍ତରଠାରେ ହୋଇଥିବା ଯୁବଛାତ୍ର ଆନ୍ଦୋଳନର ସଫଳତା ପରିପ୍ରେକ୍ଷୀରେ ଦେଶର ଅଗଣିତ ଛାତ୍ରୀଛାତ୍ର ଓ…

ପୁଣି ଚର୍ଚ୍ଚାରେ ଦାନ ମାଝୀ, ଏହି କାରଣକୁ ନେଇ ଫିଲ୍ମ ‘ଲାଶ୍’ର ପ୍ରଯୋଜକଙ୍କ ନାଁରେ ଦେଲେ ଏତଲା

ଭବାନୀପାଟଣା,୨୭।୭(ଉତ୍ତମ କୁମାର ଦାଶ): କାନ୍ଧରେ ପତ୍ନୀଙ୍କ ମୃତ ଦେହ ବୋହି ସାରା ବିଶ୍ୱରେ ଏକଦା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଥିବା କଳାହାଣ୍ଡିର ଦାନ ମାଝୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri