Posted inଜାତୀୟ

‘ଦ କଶ୍ମୀର ଫାଇଲ୍ସ’କୁ ନେଇ ବିବାଦୀୟ ମନ୍ତବ୍ୟ ଘଟଣା: କ୍ଷମା ମାଗିଲେ ଇସ୍ରାଏଲ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୨୯।୧୧: ଇସ୍ରାଏଲ ଫିଲ୍ମ ନିର୍ମାତା ନାଦଭ ଲାପିଡଙ୍କ ‘ଦ କଶ୍ମୀର ଫାଇଲ୍ସ’ ଏକ ଅଶ୍ଳୀଳ ତଥା ପ୍ରୋପାଗଣ୍ଡା ଭିତ୍ତିକ ମନ୍ତବ୍ୟ ଦେଇ ଫସିଯାଇଛନ୍ତି। ଏହି ମନ୍ତବ୍ୟକୁ ନେଇ ବିବାଦ ବଢିବାରୁ ଇସ୍ରାଏଲର ରାଷ୍ଟ୍ରଦୂତ ନାଓର ଗିଲନ ମଧ୍ୟ ଏଥିପାଇଁ ଭାରତକୁ କ୍ଷମା ମାଗିଛନ୍ତି। ଲାପିଡଙ୍କ ବିବୃତ୍ତିରେ କ୍ଷମା ମାଗି ସେ କହିଛନ୍ତି, ନାଦଭଙ୍କ ବିବୃତ୍ତି ପାଇଁ ମୁଁ ଲଜ୍ଜିତ।
ନିକଟରେ ଗୋଆରେ ଆୟୋଜିତ ୫୩ତମ ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭାଲରେ ଦେଶ ଓ ବିଦେଶର ବହୁ ଫିଲ୍ମ ସ୍କ୍ରିନିଂ କରାଯାଇଛି। ଏଥିରେ ଚଳିତ ବର୍ଷର ସୁପରହିଟ ଫିଲ୍ମ ଦ କଶ୍ମୀର ଫାଇଲ୍ସ ମଧ୍ୟ ସାମିଲ ଥିଲା। ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭାଲ ଅଫ ଇଣ୍ଡିଆ-୨୦୨୨ର ଜୁରୀ ମୁଖ୍ୟ ତଥା ଇସ୍ରାଏଲ ଫିଲ୍ମ ମେକର ନାଦଭ ଲାପିଡ କହିଥିଲେ, ଫିଲ୍ମ ଫେଷ୍ଟିଭାଲରେ ‘ଦ କଶ୍ମୀର ଫାଇଲ୍ସ’ ଭଳି ଫିଲ୍ମକୁ ଦେଖି ମୁଁ ଚକିତ। ଫିଲ୍ମ ମହୋତ୍ସବରେ ଏହି ପ୍ରକାରର ଫିଲ୍ମର ସ୍କ୍ରିନିଂକୁ ଦେଖି ସମସ୍ତ ଜୁରୀ ସଦସ୍ୟ ସ୍ତବ୍ଧ ଅଛନ୍ତି। ଏହା ଅଶ୍ଳୀଳ ଓ ପ୍ରୋପାଗଣ୍ଡା ଉପରେ ଆଧାରିତ ଫିଲ୍ମ ବୋଲି କୁହାଯାଇଛି।
‘ଦ କଶ୍ମୀର ଫାଇଲ୍ସ’କୁ ସମାଲୋଚନା କରିବା ପରେ ଇସ୍ରାଏଲର ରାଷ୍ଟ୍ରଦୂତ ଲାପିଡଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ସେ ଲେଖିଛନ୍ତି ‘ତୁମେ ଲଜ୍ଜିତ ହେବା ଉଚିତ୍‌’। ଭାରତ ଏବଂ ଇସ୍ରାଏଲ ମଧ୍ୟରେ ବନ୍ଧୁତା ଶକ୍ତିଶାଳୀ ଏବଂ ଲାପିଡଙ୍କ ବିବୃତ୍ତିରେ ଏହି ସମ୍ପର୍କରେ କୌଣସି କ୍ଷତି ହେବ ନାହିଁ ବୋଲି ସେ ଗୁରୁତ୍ୱାରୋପ କରିଥିଲେ।
ବିବେକ ଅଗ୍ନିହୋତ୍ରୀଙ୍କ ନିର୍ଦ୍ଦେଶନାରେ ଚଳିତବର୍ଷ ରିଲିଜ ହୋଇଥିବା ଫିଲ୍ମ ଦ କଶ୍ମୀର ଫାଇଲ୍ସରେ ୧୯୯୦ରେ କଶ୍ମୀର ଘାଟିରେ କଶ୍ମୀର ପଣ୍ଡିତଙ୍କ ସହ ହୋଇଥିବା ନରସଂହାରର ଯନ୍ତ୍ରଣାକୁ ଚିତ୍ରିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri