ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା ଦେଇଛି। ଇରାନର ଇସଫହାନ ସହରରେ ଏକ ବଡ଼ ଧରଣର ବିସ୍ଫୋରଣ ହୋଇଛି। ଇସଫହାନରେ ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଅଛି। ଇସଫାହାନ ବ୍ୟତୀତ ତାବ୍ରିଜ ସହରରେ ବିସ୍ଫୋରଣର ଶବ୍ଦ ମଧ୍ୟ ଶୁଭିଛି। ଏହାସା ଏୟାରପୋର୍ଟରେ ମଧ୍ୟ ମିଶାଇଲ ମାଡ ହୋଇଛି। ବିସ୍ଫୋରଣ ପରେ ପ୍ରାୟ ୮ଟି ବିମାନର ମାର୍ଗ ପରିବର୍ତ୍ତନ ହୋଇଛି।
ଇସ୍ରାଏଲ ଏପର୍ଯ୍ୟନ୍ତ ଏହି ଆକ୍ରମଣକୁ ନିଶ୍ଚିତ କରିନାହିଁ। ଯଦିଓ ଇରାନ କହିଛି ଯେ, ଇସ୍ରାଏଲ ଆକ୍ରମଣ ହୋଇଛି। ଇରାନ ତେହେରାନ, ଇସଫାହାନ ଏବଂ ଶିରାଜ ବିମାନବନ୍ଦର ସମେତ ଅନେକ ଅଞ୍ଚଳରେ ବିମାନ ଚଳାଚଳ ସ୍ଥଗିତ ରଖିଛି। ବାୟୁ ପ୍ରତିରକ୍ଷା କ୍ଷେପଣାସ୍ତ୍ର ମଧ୍ୟ ସକ୍ରିୟ କରାଯାଇଛି।
୧୩ ଏପ୍ରିଲରେ ବିଳମ୍ବିତ ରାତିରେ ଇସ୍ରାଏଲକୁ ୩୦୦ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ସାହାଯ୍ୟରେ ଆକ୍ରମଣ କରି ସିରିଆରେ ଥିବା ସେମାନଙ୍କ ଦୂତାବାସ ଉପରେ ହୋଇଥିବା ଆକ୍ରମଣ ପାଇଁ ଇରାନ ପ୍ରତିଶୋଧ ନେଇଥିଲା। ଏହା ପରେ ଇସ୍ରାଏଲର ପ୍ରତିଶୋଧ ପରାୟଣ କାର୍ଯ୍ୟ ବିଷୟରେ ଆଲୋଚନା ହୋଇଥିଲା। ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ ୫ ଥର କ୍ୟାବିନେଟ ବୈଠକ କରିଥିଲେ। ତେବେ ଅନେକ ଦେଶ ଏହାକୁ ବିରୋଧ କରୁଥିଲେ ମଧ୍ୟ ନେତାନ୍ୟାହୁ ଏବେ ପ୍ରତିଶୋଧ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri