ରାଫାହ ଖାଲି କଲା ଇସ୍ରାଏଲ୍‌

ଜେରୁଜେଲମ୍‌,୭ା୫: ଗାଜାର ଦକ୍ଷିଣ ଭାଗରେ ଥିବା ରାଫାହ ସହରରୁ ୧ ଲକ୍ଷ ପାଲେଷ୍ଟିନୀୟଙ୍କୁ ଖାଲି କରିବା ପାଇଁ ଇସ୍ରାଏଲୀ ସେନା ନିର୍ଦ୍ଦେଶ ଦେବା ପରେ ସେମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଉଛି। ଉକ୍ତ ଅଞ୍ଚଳରେ ଇସ୍ରାଏଲ ଦୀର୍ଘମିଆଦୀ ସ୍ଥଳଯୁଦ୍ଧ ଚଳାଇବାକୁ ଯାଉଥିବାର ସଙ୍କେତ ମିଳିଛି। ଫଳରେ ଯୁଦ୍ଧବିରତି ପାଇଁ ମଧ୍ୟସ୍ଥ ଦେଶ ପକ୍ଷରୁ ଚାଲିଥିବା ଉଦ୍ୟମ ଫଳପ୍ରଦ ହେବା ନେଇ ଆଶଙ୍କା ଦେଇଦେଇଛି। ଗାଜା ଉପରେ ଇସ୍ରାଏଲ୍‌ ଆକ୍ରମଣ ଆରମ୍ଭ କରିବା ପରେ ରାଫାହରେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ପାଲେଷ୍ଟିନୀୟ ଆଶ୍ରୟ ନେଇଥିଲେ। ସେମାନଙ୍କ ମଧ୍ୟରୁ ଅନେକ ଯୁଦ୍ଧରେ ନିହତ ହୋଇଥିବା ଆଶଙ୍କା କରାଯାଉଛି। ପାଲେଷ୍ଟିନୀୟ ଶରଣାର୍ଥୀମାନଙ୍କୁ ସେବା ଯୋଗାଉଥିବା ଜାତିସଂଘ ସଂସ୍ଥା ଇସ୍ରାଏଲ୍‌ର ବିସ୍ଥାପନ ନିର୍ଦ୍ଦେଶକୁ ପାଳନ କରିବ ନାହିଁ ବୋଲି କହିଛି। ଅନ୍ୟପକ୍ଷରେ ଇସ୍ରାଏଲ୍‌ର କହିବା କଥା ହେଲା ୭ ମାସର ଆକ୍ରମଣ ପରେ ରାଫାହ ହମାସ ଆତଙ୍କବାଦୀଙ୍କ ନିରାପଦ ଆଡ୍ଡାରେ ପରିଣତ ହୋଇଛି। ଏହି ଆତଙ୍କବାଦୀ ଗୋଷ୍ଠୀକୁ ନିପାତ କରିବାକୁ ହେଲେ ସ୍ଥଳ ଆକ୍ରମଣ ଜରୁରୀ ବୋଲି ଇସ୍ରାଏଲୀ ସେନା କହିଛି। ଇଜିପ୍ଟ ସୀମାକୁ ଲାଗିଥିବା ରାଫାହରେ ଇସ୍ରାଏଲ୍‌ର ଆକ୍ରମଣକୁ ନେଇ ହମାସ ଏବଂ ଯୁଦ୍ଧବିରତି ଉଦ୍ୟମରେ ମୁଖ୍ୟ ମଧ୍ୟସ୍ଥ ଭୂମିକା ତୁଲାଉଥିବା କାତାର ପକ୍ଷରୁ ଚେତାବନୀ ଦିଆଯାଇଛି। ଅସ୍ତ୍ରବିରତି ଉଦ୍ୟମ ପାଇଁ ଅନ୍ତର୍ଜାତୀୟ ମଧ୍ୟସ୍ଥମାନଙ୍କ ଉଦ୍ୟମକୁ ଏଡ଼ାଇଯିବା ପାଇଁ ଇସ୍ରାଏଲ୍‌ ଆକ୍ରମଣକୁ ଜୋର୍‌ଦାର କରିବାକୁ ଯୋଜନା କରୁଥିବା କୁହାଯାଉଛି। ଏକ ସୀମିତ ସାମରିକ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରସ୍ତୁତି ଚାଲିଥିବା ଇସ୍ରାଏଲ୍‌ ସେନା ମୁଖପାତ୍ର ଲ୍ୟୁଟ୍‌ନାଣ୍ଟ କନୋନେଲ ନାଡାଭ ଶୋଶାନି କହିଛନ୍ତି। ତେବେ କେତେବେଳେ ବଡ଼ ଆକ୍ରମଣ ଆରମ୍ଭ ହେବ କୁହାଯାଇପାରିବ ନାହିଁ ବୋଲି ସେ ସୂଚନା ଦେଇଛନ୍ତି। ରାଫାହରେ ଆକ୍ରମଣ ବ୍ୟତୀତ ଅନ୍ୟ ବିକଳ୍ପ ନାହଁ ବୋଲି ଇସ୍ରାଏଲ୍‌ ପ୍ରତିରକ୍ଷା ମନ୍ତ୍ରୀ ଆମେରିକା ପ୍ରତିପକ୍ଷ ଲୟଡ୍‌ ଅଷ୍ଟିନ୍‌ଙ୍କୁ କହିଛନ୍ତି। ରବିବାର ରାଫାହରୁ ହମାସ୍‌ ଆତଙ୍କବାଦୀ ରକେଟ ଆକ୍ରମଣ କରିବାରୁ ଇସ୍ରାଏଲ୍‌ର ୪ ସୈନ୍ୟ ନିହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri