ଲୁଫଥାନ୍ସ, ଏୟାର ଇଣ୍ଡିଆ ପରେ ଏବେ ଫ୍ରାନ୍ସ ବି ରଦ୍ଦ କଲା ତେଲ ଆଭିବ ପାଇଁ ଉଡାଣ

ପ୍ୟାରିସ,୮।୧୦: ଇସ୍ରାଏଲ ଉପରେ ହମାସ ଆକ୍ରମଣ ପରେ ଏୟାର ଫ୍ରାନ୍ସ ତେଲ ଆଭିବକୁ ବିମାନ ଉଡ଼ାଣ ବାତିଲ କରିଛି। ଏହାପୂର୍ବରୁ ଏୟାର ଇଣ୍ଡିଆ ଏବଂ ଲୁଫଥାନ୍ସ ମଧ୍ୟ ଇସ୍ରାଏଲକୁ ବିମାନ ଉଡ଼ାଣ ବାତିଲ କରିବାକୁ ଘୋଷଣା କରିଥିଲେ।

ଏୟାର ଇଣ୍ଡିଆର ମୁଖପାତ୍ର ରବିବାର କହିଛନ୍ତି ଯେ ଏୟାର ଇଣ୍ଡିଆର ବିମାନ ୧୪ଅକ୍ଟୋବର ପର୍ଯ୍ୟନ୍ତ ସ୍ଥଗିତ ରହିବ। ସେ କହିଛନ୍ତି ଯେ ଯାତ୍ରୀ ଏବଂ କର୍ମଚାରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବିମାନ କମ୍ପାନୀ ଏହି ନିଷ୍ପତ୍ତି ନେଇଛି। ଏୟାର ଇଣ୍ଡିଆ ପ୍ରତି ସପ୍ତାହରେ ନୂଆଦିଲ୍ଲୀରୁ ତେଲ ଅଭିବକୁ ୫ ଟି ବିମାନ ଚଳାଚଳ କରିଥାଏ।
ଜର୍ମାନ ବିମାନ କମ୍ପାନୀ ଲୁଫଥାନ୍ସ ଇସ୍ରାଏଲରେ ହୋଇଥିବା ଆକ୍ରମଣ ପରେ ଶନିବାର ଇସ୍ରାଏଲକୁ ବିମାନ ସେବା ବନ୍ଦ କରିବା ଆରମ୍ଭ କରିଥିଲା। ତେଲ ଆଭିବରେ ସାମ୍ପ୍ରତିକ ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଲୁଫଥାନ୍ସ ଫ୍ରାଙ୍କଫର୍ଟରୁ କେବଳ ଗୋଟିଏ ବିମାନ ଚଳାଚଳ କରିବ। ଏହା ବ୍ୟତୀତ କମ୍ପାନୀ ତେଲ ଆଭିବକୁ ଏବଂ ଏହାର ସମସ୍ତ ବିମାନକୁ ବାତିଲ କରିଦେଇଛି।
ପାଲେଷ୍ଟାଇନର ଉଗ୍ରବାଦୀ ସଂଗଠନ ହମାସ ଶନିବାର ଇସ୍ରାଏଲ ଉପରେ ଆକ୍ରମଣ କରି ଇସ୍ରାଏଲ ପାଇଁ ବ୍ୟାପକ କ୍ଷତି ଘଟାଇଥିଲା। ଏହି ଆକସ୍ମିକ ଆକ୍ରମଣରେ ଅତି କମରେ ୩୫୦ ଇସ୍ରାଏଲ ନାଗରିକଙ୍କର ମୃତ୍ୟୁ ହୋଇଥିବାବେଳେ ୫୦୦ରୁ ଅଧିକ ଲୋକ ଆହତ ହୋଇଥିବା ଦାବି କରାଯାଇଛି। ଅନ୍ୟପକ୍ଷରେ ଇସ୍ରାଏଲର ପ୍ରତିଶୋଧ ନେବାପରେ ପ୍ରାୟ ୨୪୦ଲୋକ ପ୍ରାଣ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri