ଗାଜାର ଶରଣାର୍ଥୀ ଶିବିର ଉପରେ ଏୟାର ଷ୍ଟ୍ରାଇକ, ୧୮ ମୃତ

ଜେରୁଜେଲମ,୧୭।୧୧: ଗାଜାର ଜବାଳିଆ ଶରଣାର୍ଥୀ ଶିବିର ଉପରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ କରିଛି। ଏଥିରେ ୧୮ ଜଣଙ୍କର ମୃତ୍ୟୁ ଘଟିଛି। ପାଲେଷ୍ଟାଇନ ୱାଫା ନ୍ୟୁଜ ଏଜେନ୍ସିର ରିପୋର୍ଟ ଅନୁଯାୟୀ ଆବାସିକ କୋଠାକୁ ଲକ୍ଷ୍ୟ କରି କରାଯାଇଥିବା ଆକ୍ରମଣରେ ଅତି କମରେ ୧୮ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ଇସ୍ରାଏଲର ଏୟାର ଷ୍ଟ୍ରାଇକ ଜବାଳିଆ ପାଖରେ ଥିବା ଫାଲୌଜାଙ୍କୁ ଟାର୍ଗେଟ କରି ଆଉ ତିନି ଜଣ ସାଧାରଣ ନାଗରିକଙ୍କୁ ହତ୍ୟା କରିଛି ବୋଲି ପାଲେଷ୍ଟାଇନ ୱାଫା ନ୍ୟୁଜ ଏଜେନ୍ସି ରିପୋର୍ଟ କରିଛି।

କହିରଖୁଛୁ ଯେ, ଗତ ୪୨ ଦିନ ଧରି ଇସ୍ରାଏଲ ହମାସକୁ ହଟାଇବା ପାଇଁ ଗାଜା ଉପରେ ଏୟାର ଷ୍ଟ୍ରାଇକ କରୁଛି। ଏହି କାରଣରୁ, ଗାଜା ଷ୍ଟ୍ରିପରେ ନିହତ ହୋଇଥିବା ପାଲେଷ୍ଟାଇନୀୟଙ୍କ ସଂଖ୍ୟା ୧୧ ହଜାର ୫୦୦ କୁ ବୃଦ୍ଧି ପାଇଛି। ଏଥିମଧ୍ୟରେ ପ୍ରାୟ ୪,୭୧୦ ଶିଶୁ ଏବଂ ୩୧୬୦ ମହିଳା ଅଛନ୍ତି। ଅନେକ ଦେଶ ମଧ୍ୟ ଇସ୍ରାଏଲର କାର୍ଯ୍ୟକଳାପକୁ ବିରୋଧ କରି ଅସ୍ତ୍ରବିରତି ଉଲ୍ଲଂଘନ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

ସୋନମ ୱାଙ୍ଗଚୁକଙ୍କୁ ଭାବୁକ ନିବେଦନ କଲେ ଅଭିଜିତ୍‌ ଦୀପକେ, କହିଲେ-ଆପଣଙ୍କ ଜୀବନ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

ୟୁ-ଟର୍ନ ନେଲା ଆନ୍ଦୋଳନ: ସରକାରଙ୍କ ଆଗରେ ପୁଣି ବଡ଼ ସର୍ତ୍ତ ରଖିଲା CJP, ବଢିଲା କେନ୍ଦ୍ର ସରକାରଙ୍କ ମୁଣ୍ଡବିନ୍ଧା

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରବକ୍ତା ସୌରଭ ଦାସ ସରକାରଙ୍କ ସହ ଆଲୋଚନାକୁ ନେଇ କହିଛନ୍ତି ଯେ, ପୂର୍ବରୁ ସରକାର ମିଛ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri