ଗାଜା ଷ୍ଟ୍ରିପରେ ଇସ୍ରାଏଲର ଆକ୍ରମଣ: ୪୫ ଜଣଙ୍କର ମୃତ୍ୟୁ, ୧୭ ଦିନ ପୂର୍ବରୁ ଜନ୍ମ ହୋଇଥିବା ଶିଶୁର ବି ଗଲା ଜୀବନ

ଜେରୁଜେଲମ,୨୦।୧୦: ବର୍ତ୍ତମାନ ବିଶ୍ୱ ଦୁଇଟି ବଡ଼ ଯୁଦ୍ଧର ସମ୍ମୁଖୀନ ହୋଇଛି। ଗୋଟିଏ ପଟେ ରୁଷିଆ-ୟୁକ୍ରେନ ଯୁଦ୍ଧ ଏବଂ ଅନ୍ୟ ପଟେ ଇସ୍ରାଏଲ-ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ। ଅକ୍ଟୋବର ୭ରେ ଗାଜା ସ୍ଥିତ ଆତଙ୍କବାଦୀ ଗୋଷ୍ଠୀ ହମାସ ଦ୍ୱାରା ଇସ୍ରାଏଲ ଉପରେ ୫ ହଜାର ରକେଟ ଗୁଳି ଚଳାଇଥିଲା। ଯେଉଁଥିରେ ଅନେକ ଇସ୍ରାଏଲ ନାଗରିକ ପ୍ରାଣ ହରାଇଥିଲେ। ହମାସ ଆତଙ୍କବାଦୀମାନେ ଗାଜା ସହିତ ଇସ୍ରାଏଲ ସୀମାରେ ଥିବା ବାଡ ଭାଙ୍ଗି ଇସ୍ରାଏଲ ସହରରେ ପହଞ୍ଚିଥିଲେ, ଏହା ପରେ ବହୁ ଇସ୍ରାଏଲ ନାଗରିକଙ୍କୁ ବନ୍ଧକ ରଖାଯାଇଥିଲା। ଏହାର ପ୍ରତିଶୋଧ ନେବାକୁ ଯାଇ ଇସ୍ରାଏଲ ଦ୍ୱାରା ଅନେକ ଆତଙ୍କବାଦୀ ନିହତ ହୋଇଥିଲେ। ଗାଜା ଷ୍ଟ୍ରିପରେ ଇସ୍ରାଏଲର ସେନା କାର୍ଯ୍ୟ ଜାରି ରହିଛି। ମଙ୍ଗଳବାର ଇସ୍ରାଏଲର ସେନା ଗାଜାର ଉତ୍ତରରେ ଥିବା ଦୁଇଟି ଡାକ୍ତରଖାନା ଉପରେ ଆକ୍ରମଣ କରିଛନ୍ତି। ଏହି ସମୟରେ ଅନେକ ସନ୍ଦିଗ୍ଧ କର୍ମଚାରୀଙ୍କୁ ଅଟକ ରଖାଯାଇଛି। ଏହା ଉପରେ ଇସ୍ରାଏଲ ପ୍ରତିରକ୍ଷା ମନ୍ତ୍ରୀ କହିଛନ୍ତି ଯେ, ଆମେ ହମାସର ଆତଙ୍କବାଦୀଙ୍କୁ ସଂପୂର୍ଣ୍ଣ ଭାବେ ହଟାଇବା ପାଇଁ କାର୍ଯ୍ୟ କରୁଛୁ।

ଇସ୍ରାଏଲ ମଙ୍ଗଳବାର ଦକ୍ଷିଣ ଗାଜାର ସହରଗୁଡ଼ିକ ଉପରେ ଏୟାର ଷ୍ଟ୍ରାଇକ କରିଛି। ଯେଉଁଥିରେ ଅତି କମ୍‌ରେ ୪୫ ପାଲେଷ୍ଟାଇନୀୟଙ୍କ ମୃତ୍ୟୁ ଘଟିଛି। ଇସ୍ରାଏଲର ପ୍ରତିରକ୍ଷା ମନ୍ତ୍ରୀ ୟୋଭ ଗେଲେଣ୍ଟ ଚେତାବନୀ ଦେଇଛନ୍ତି ଯେ, ଗାଜାର ଦକ୍ଷିଣରେ ଏହି ଅଭିଯାନ ଜାରି ରହିବ। ଦକ୍ଷିଣ ସହର ରାଫାର ଡାକ୍ତରଖାନାରେ ଦୁଇ ଶିଶୁଙ୍କର ମୃତ୍ୟୁ ଘଟିଛି। ସେଥିରୁ ଜଣେ ପିଲା ମାତ୍ର ଦୁଇ ସପ୍ତାହ ତଳେ ଜନ୍ମ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ୍, ନିରପେକ୍ଷ ରହିବା….

ମସ୍କୋ,୨।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି । ମୋଦିଙ୍କୁ ବିଶ୍ୱର ସେହି ନେତାମାନଙ୍କ ମଧ୍ୟରେ ପୁଟିନ୍‌ ସାମିଲ କରିଛନ୍ତି,…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?