Israel-Hamas War: ବାଇଡେନ-ନେତ୍ୟାନାହୁ ୪୫ ମିନିଟ ଆଲୋଚନା, ସାମରିକ ଅପରେଶନକୁ ମନା…

ଓ୍ବାଶିଂଟନ,୧୨।୨ : ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏହି ସମୟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ କଥା ହୋଇଛନ୍ତି। ରାଫେରେ ସାଧାରଣ ନାଗରିକଙ୍କ ସୁରକ୍ଷା ପାଇଁ ବାଇଡେନ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କୁ ଅନୁରୋଧ କରିଛନ୍ତି।

ହ୍ବାଇଟ ହାଉସ ଏକ ବିବୃତ୍ତି ଜାରି କରି କହିଛି ରାଷ୍ଟ୍ରପତି ଜୋ ବାଇଡନ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ କଥା ହୋଇଛନ୍ତି ଏବଂ ସେଠାରେ ଆଶ୍ରୟ ନେଉଥିବା ଏକ ମିଲିୟନରୁ ଅଧିକ ଲୋକଙ୍କ ସୁରକ୍ଷା ନିଶ୍ଚିତ କରିବାକୁ ସେ ଇସ୍ରାଏଲକୁ କହିଛନ୍ତି। ସେ କହିଛନ୍ତି ଇସ୍ରାଏଲ ରାଫାରେ ସାମରିକ ଅପରେଶନ ଆରମ୍ଭ କରିବା ଉଚିତ ନୁହେଁ।

ନ୍ୟୁଜ ଏଜେନ୍ସି ରଏଟର୍ସ ଅନୁଯାୟୀ, ବାଇଡେନ ଏବଂ ନେତାନ୍ୟାହୁ ପ୍ରାୟ ୪୫ ମିନିଟ କଥା ହୋଇଥିଲେ। ବାଇଡେନ କହଥିଲେ ଗାଜା ଷ୍ଟ୍ରିପରେ ଇସ୍ରାଏଲର ସାମରିକ କାର୍ଯ୍ୟାନୁଷ୍ଠାନ ଗୁରୁତ୍ୱପୂର୍ଣ୍ଣ ଅଟେ। ଆମେରିକାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ସାଧାରଣ ନାଗରିକଙ୍କ ମୃତ୍ୟୁକୁ ନେଇ ରାଷ୍ଟ୍ରପତି ଗଭୀର ଚିନ୍ତା ପ୍ରକଟ କରିଛନ୍ତି। ଗାଜାରେ ହମାସ ଦ୍ୱାରା ବନ୍ଧକ ଥିବା ୧୩୨ ଜଣଙ୍କ ମୁକ୍ତିକୁ ନିଶ୍ଚିତ କରିବାକୁ ସେ ଜାରି ରହିଥିବା ପ୍ରୟାସ ଉପରେ ମଧ୍ୟ ଗୁରୁତ୍ୱାରୋପ କରିଛନ୍ତି।

ନେତାନ୍ୟାହୁଙ୍କ କାର୍ଯ୍ୟାଳୟ କହିଛି ସେ ରାଫାଙ୍କୁ ଘଉଡାଇବା ପାଇଁ ସେନାକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ଚାରିଟି ହମାସ ବାଟାଲିୟନକୁ ଧ୍ୱଂସ କରିବାକୁ ଯୋଜନା କରିଛନ୍ତି। ହ୍ବାଇଟ ହାଉସ କହିଛି ବାଇଡେନ ଏବଂ ନେତାନ୍ୟାହୁ ଆଗକୁ ଆଲୋଚନା ଜାରି ରଖିବାକୁ ସହମତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ପାଇଁ ରାଜ୍ୟପାଳଙ୍କୁ ଭେଟିଲେ ବିଜୟ, ସରକାର ଗଠନ ପାଇଁ ଦାବି,କାଲି ହୋଇପାରେ…

ଚେନ୍ନାଇ,୮ା୫: ତାମିଲାଗା ଭେଟ୍ଟ୍ରି କାଝାଗମ୍‌ (ଟିଭିକେ) ମୁଖ୍ୟ ବିଜୟ ବାମଦଳର ସମର୍ଥନ ହାସଲ କରିବା ପରେ ଶୁକ୍ରବାର ସନ୍ଧ୍ୟାରେ ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ ଲୋକ ଭବନରେ…

ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ:ଆଗାମୀ ୪ ଦିନ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୮ା୫ (ବନ୍ଦନା ସେଠୀ) – ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସମୁଦ୍ର ପତନଠାରୁ ଦେଢ କିଲୋମିଟର ଉଚ୍ଚ ଯାଏ ଘୂର୍ଣ୍ଣିବଳୟଟି ବ୍ୟାପିଛି। ଆଗାମୀ…

ପଶ୍ଚିମବଙ୍ଗର ହେଭିଓ୍ବେଟ୍‌ ନେତା, ହେଲେ ପାଖରେ ୧ ଗ୍ରାମର ସୁନା ନାହିଁ…ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ ଶୁଭେନ୍ଦୁ ଅଧିକାରୀ?

କୋଲକାତା,୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ରାଜ୍ୟରେ ଏବେ ‘ଶୁଭେନ୍ଦୁ ସରକାର’ ଗଠନ ହେବାକୁ ଯାଉଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶୁକ୍ରବାର…

ଆଉ Video କରିପାରିବେ ନାହିଁ ଅର୍ଶଦୀପ, ଖେଳାଳିଙ୍କ ପରିବାର ଉପରେ ବି ଲଗାଗଲା ରୋକ

ନୂଆଦିଲ୍ଲୀ,୮।୫: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର କଡ଼ା ଆଭିମୁଖ୍ୟ ପରେ ଏବେ ଆଇପିଏଲ୍‌ ଫ୍ରାଞ୍ଚାଇଜ ଗୁଡ଼ିକ ନିଜ ନିଜ ଖେଳାଳିଙ୍କ ଉପରେ ଶୃଙ୍ଖଳାଗତ କଟକଣା…

ପଶ୍ଚିମବଙ୍ଗକୁ ମିଳିଲା ଆଉ ଜଣେ ଅବିବାହିତ ମୁଖ୍ୟମନ୍ତ୍ରୀ, ବିବାହ କରିନାହାନ୍ତି ଶୁଭେନ୍ଦୁ, ତାଙ୍କ ପୂର୍ବରୁ ୪… 

କୋଲକାତା, ୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ଭାରତୀୟ ଜନତା ପାର୍ଟି (ଭାଜପା) ଶୁଭେନ୍ଦୁ ଅଧିକାରୀଙ୍କୁ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ବାଜିଲା ମୋହର: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

କୋଲକାତା,୮ା୫: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ।  ଶୁକ୍ରବାର ବସିଥିବା ବିଧାୟକ ଦଳ ବୈଠକରେ ଶୁଭେନ୍ଦୁଙ୍କ ନାଁ ଉପରେ ମୋହର ବାଜିଛି। ରାଜ୍ୟ ସଭାପତି ସମିକ ଭଟ୍ଟାଚାର୍ଯ୍ୟ…

ବିଜୟ ହେବେ ତାମିଲନାଡୁର ମୁଖ୍ୟମନ୍ତ୍ରୀ! ପଥ ହେଲା ସ୍ପଷ୍ଟ, ସମର୍ଥନ ଦେଲେ ଏମାନେ…

ଚେନ୍ନାଇ,୮।୫: ବିଜୟଙ୍କ ଦଳ, ଟିଭିକେ, ତାମିଲନାଡୁରେ ସରକାର ଗଠନ କରିବା ପାଇଁ ପଥ ପରିଷ୍କାର ହୋଇଛି। ସିପିଆଇ, ସିପିଏମ ଏବଂ ଭିସିକେ ଟିଭିକେକୁ ସମର୍ଥନ କରିବାକୁ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri