ଆକାଶରୁ ବର୍ଷୁଛି ବୋମା…ଗାଜାର ଡାକ୍ତରଖାନାରେ ନାହିଁ ବିଜୁଳି, ମୋବାଇଲ ଟର୍ଚ୍ଚରେ କରାଯାଉଛି ଅପରେଶନ

ଜେରୁଜେଲମ,୨୦।୧୦: ଇସ୍ରାଏଲ-ହମାସ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଗାଜାର ସ୍ଥିତି ଦିନକୁ ଦିନ ଦୁର୍ବିସହ ହେବାରେ ଲାଗିଛି। ବିଶେଷକରି ଡାକ୍ତରଖାନା ଗୁଡ଼ିକରେ ରୋଗୀଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମେଡିକାଲ ସୁବିଧା ଉପଲବ୍ଧ ହୋଇପାରୁନାହିଁ। ଅନେକ ବିଭାଗ ବିଜୁଳି ବିନା ଚାଲୁଥିବା ବେଳେ ଡାକ୍ତରଖାନାରେ ମୋବାଇଲ ଲାଇଟ୍‌ ପାଲଟିଛି ସାହାରା। ଗୁରୁତର ଆହତ ରୋଗୀଙ୍କ ଲାଗି ଆଇସିୟୁ ଏବଂ ଭେଣ୍ଟିଲେଟରର ଅଭାବ ସ୍ଥିତିକୁ ସଙ୍ଗୀନ କରିଛି। ଆସୋସିଏଟେଡ୍‌ ପ୍ରେସର ଏକ ଭିଡିଓ ଫୁଟେଜ୍‌ରେ ମେଡିକାଲ ଷ୍ଟାଫ୍‌ମାନେ ଟର୍ଚ୍ଚ ଆଲୁଅରେ ଚିକିତ୍ସା କରୁଥିବା ଦେଖାଯାଇଛି।

ଦକ୍ଷିଣ ଇସ୍ରାଏଲରେ ହମାସର ବିନାଶକାରୀ ଆକ୍ରମଣ ପରେ ପ୍ରାୟ ଦୁଇ ସପ୍ତାହ ଧରି ଗାଜା ଉପରେ ଲାଗାତାର ପ୍ରତି ଆକ୍ରମଣ ଜାରି ରହିଛି। ଇସ୍ରାଏଲ ପାଲେଷ୍ଟାଇନମାନଙ୍କୁ ଉତ୍ତର ଗାଜାକୁ ଖାଲି କରି ଦକ୍ଷିଣ ପଟକୁ ଯିବା ଲାଗି କହିଛି। ଏହାସତ୍ତ୍ୱେ ଜନବହୁଳ ଏହି ଅଞ୍ଚଳରେ ରାତି ସାରା ଆକ୍ରମଣ କରାଯାଉଛି। ସେହିଭଳି ଆକ୍ରମଣରେ ଗୁରୁତର ଆହତ ହେଉଥିବା ବ୍ୟକ୍ତିଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି।

ହମାସ ଦ୍ୱାରା ସଂଚାଳିତ ଗାଜାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ୩,୭୮୫ ପାଲେଷ୍ଟାଇନ୍‌ଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨,୫୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଇସ୍ରାଏଲରେ ମଧ୍ୟ ୧,୪୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଯଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri