ଇସ୍ରାଏଲ-ହମାସ ଯୁଦ୍ଧ ମୃତ୍ୟୁ ସଂଖ୍ୟା ଟପିଲା ୮ ହଜାର…

ଜେରୁଜେଲମ,୨୬।୧୦ : ଇସ୍ରାଏଲ ଏବଂ ହମାସ ମଧ୍ୟରେ ବିବାଦ ଆରମ୍ଭ ହେବାର ଦୁଇ ସପ୍ତାହରୁ ଅଧିକ ସମୟ ବିତିଗଲାଣି। ବର୍ତ୍ତମାନ ପର୍ଯ୍ୟନ୍ତ ଉଭୟ ପକ୍ଷ ଦ୍ୱାରା ହୋଇଥିବା ଆକ୍ରମଣରେ ମୃତ୍ୟୁ ସଂଖ୍ୟା ୮୦୦୦ ଅତିକ୍ରମ କରିଛି। ଇସ୍ରାଏଲ ଉପରେ ହମାସ ଆକ୍ରମଣରେ ୧୪୦୦ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଗାଜା ଷ୍ଟ୍ରିପ ଉପରେ ଇସ୍ରାଏଲର ପ୍ରତିଶୋଧ ପରାୟଣ ହୋଇ ଆକ୍ରମଣ କରିଥିବା ଘଟଣାରେ ମୃତ୍ୟୁ ସଂଖ୍ୟା ୬୫୦୦୦ ଅତିକ୍ରମ କରିଛି।

ଗାଜା ହସ୍ପିଟାଲରେ ସ୍ଥିତି ଏବେ ସଙ୍କଟ ଜନକ ରହିଛି। ହସ୍ପିଟାଲରେ କେବଳ ଜରୁରୀକାଳୀନ ଚିକିତ୍ସା ସୁବିଧା ଉପଲବ୍ଧ ହେଉଛି।

ଉଭୟ ପକ୍ଷର ଏହି ବିବାଦ ମଧ୍ୟରେ ଇରାନ ସମର୍ଥିତ ସଂଗଠନ ହିଜବୁଲ ମଧ୍ୟ ଇସ୍ରାଏଲ ଉପରେ ଆକ୍ରମଣ ଜାରି ରଖିଛି। ଏହାକୁ ନେଇ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଚେତାବନୀ ଦେଇଛନ୍ତି। ଗାଜାରେ ଇସ୍ରାଏଲ ସେନା ୩୨୦ ଆତଙ୍କବାଦୀ ଶିବିରକୁ ଟାର୍ଗେଟ କରିଛି। ଆଇଡିଏଫ ସୋସିଆଲ ମିଡ଼ିଆ ଏକ୍ସରେ ଏକ ପୋଷ୍ଟରେ କହିଛି ହମାସର ଅନେକ ଟନେଲ ଏବଂ ମୁଖ୍ୟାଳୟକୁ ନଷ୍ଟ କରାଯାଇଛି। କେବଳ ଏତିକି ନୁହେଁ ଗାଜାକୁ ପଦାତିକ ବାହିନୀ ପଠାଇବା ପାଇଁ ସେନା ମଧ୍ୟ ପ୍ରସ୍ତୁତି ଶେଷ କରିଛି।

ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଏକ ଟୁଇଟରେ କହିଛନ୍ତି ଲେବାନନରେ ହିଜବୁଲର ଭିତ୍ତିଭୂମି ଉପରେ ସେନା ଆକ୍ରମଣ କରିଛି। ଏଥିମଧ୍ୟରେ ଏକ ସାମରିକ ଅଞ୍ଚଳ ଏବଂ ନୀରିକ୍ଷଣ ପାଇଁ ବ୍ୟବହୃତ ଏକ ପୋଷ୍ଟ ଅନ୍ତର୍ଭୁକ୍ତ। ଆଇଡିଏଫ କହିଛି ସୀମାରେ ହିଜବୁଲ ଆତଙ୍କବାଦୀଙ୍କ ଚାରିଟି ସେଲ ମଧ୍ୟ ନଷ୍ଟ ହୋଇଯାଇଛି। ତେବେ ପଣବନ୍ଦୀଙ୍କୁ ମୁକ୍ତ କରିବା ପରେ ଶାନ୍ତି ବାର୍ତ୍ତା ଆଗେଇବ ବୋଲି ଇସ୍ରାଏଲ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri