ଗୋଟିଏ ହାତରେ ଇସ୍ରାଏଲରୁ କିଡନାପ ହୋଇଥିବା ଶିଶୁ, ଅନ୍ୟ ହାତରେ ରାଇଫଲ, ଭିଡିଓ ଜାରି କଲେ ହମାସ ଆତଙ୍କବାଦୀ

ଜେରୁଜେଲମ,୧୪।୧୦: ଇସ୍ରାଏଲ-ହମାସ ଯୁଦ୍ଧରେ ଏପର୍ଯ୍ୟନ୍ତ ୩୦୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଇସ୍ରାଏଲରେ ହମାସ ଆକ୍ରମଣ ପରେ ମୃତ୍ୟୁ ସଂଖ୍ୟା ୧୩୦୦କୁ ବୃଦ୍ଧି ପାଇଥିବାବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ଗାଜା ଅଞ୍ଚଳରେ ପ୍ରାୟ ଦୁଇ ହଜାର ଲୋକ ପ୍ରାଣ ହରାଇଛନ୍ତି। ହମାସ ଆତଙ୍କବାଦୀମାନେ ମଧ୍ୟ ଇସ୍ରାଏଲର ମହିଳା ଏବଂ ଛୋଟ ପିଲାମାନଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ତେବେ ଅନ୍ୟପଟେ ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରାଯାଇଛି ଯେଉଁଥିରେ ହମାସ ଆତଙ୍କବାଦୀମାନେ ଇସ୍ରାଏଲର ପିଲାମାନଙ୍କ ସହ ନଜର ଆସିଛନ୍ତି।
ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଭିଡିଓରେ ଅନେକ ଲୋକ ସେନା ୟୁନିଫର୍ମରେ ନଜର ଆସିଛନ୍ତି, ଯଦିଓ ସେମାନଙ୍କ ଚେହେରା ଅସ୍ପଷ୍ଟ ହୋଇଛି। ଭିଡିଓରେ ଏପରି ଏକ ଘର ଦେଖାଯାଇଛି ଯେଉଁଠାରେ ପାଞ୍ଚ ବର୍ଷରୁ କମ ପିଲାମାନେ ବନ୍ଧକ ରଖିଛନ୍ତି। ହମାସ ଆତଙ୍କବାଦୀମାନେ ଏହି ପିଲାମାନଙ୍କୁ କୋଳରେ ଧରି ବୁଲାବୁଲି କରୁଥିବା ଦେଖାଯାଇଥିଲା। ସେମାନେ ନିଜ ମଧ୍ୟରେ ଆରବୀରେ କଥାବାର୍ତ୍ତା ହେଉଥିଲେ।
ଏହି ଭିଡିଓର ଶେଷରେ ହମାସ ଆତଙ୍କବାଦୀ ଜଣେ ଶିଶୁକୁ ପାଣି ଦେଉଥିବା ସମୟରେ ତାକୁ ବିସ୍ମିଲ୍ଲାହ କହିବାକୁ କହୁଛନ୍ତି। ଶିଶୁଟି ଏହା କହିବା ସହ ପାଣି କପରୁ ପାଣି ପିଉଛି। ଏ ହେଉଛି ସେହି ଶିଶୁ ଯେକି ଭିଡିଓ ଆରମ୍ଭରେ ଟେବୁଲ ଉପରେ ବସି କାନ୍ଦୁଥିବା ବେଳେ ହମାସ ଆତଙ୍କବାଦୀମାନେ ତା’ର କ୍ଷତ ସ୍ଥାନରେ ପଟି ବାନ୍ଧୁଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri