୨୫ ପଣବନ୍ଦୀ ମୁକ୍ତ

ଜେରୁଜେଲମ/ଗାଜା ସିଟି,୨୫ା୧୧: ଇସ୍ରାଏଲ-ହମାସ୍‌ ଯୁଦ୍ଧର ୭ ସପ୍ତାହ ପରେ ଶୁକ୍ରବାର ସ୍ଥାନୀୟ ସମୟ ସକାଳ ୭ଟାରୁ ୪ ଦିନିଆ ଅସ୍ତ୍ରବିରତି ଆରମ୍ଭ ହୋଇଛି। ଏଥିସହ ୧୩ ଇସ୍ରାଏଲୀ ପଣବନ୍ଦୀଙ୍କୁ ହମାସ୍‌ ମୁକ୍ତ କରିଛି। ସେହପରି ଥାଇଲାଣ୍ଡର ୧୨ ପଣବନ୍ଦୀଙ୍କୁ ମଧ୍ୟ ମୁକ୍ତ କରାଯାଇଥିବା ଥାଇ ପ୍ରଧାନମନ୍ତ୍ରୀ ସ୍ରେଥା ଥାଭିସିନ୍‌ ସୂଚନା ଦେଇଛନ୍ତି।
୭ରେ ହମାସ୍‌ ଆତଙ୍କବାଦୀମାନେ ଇସ୍ରାଏଲରୁ ପ୍ରାୟ ୨୪୦ ଜଣଙ୍କୁ ଅପହରଣ କରି ପଣବନ୍ଦୀ ରଖିଥିଲେ। ପୂର୍ବରୁ ସେମାନେ ୪ ଜଣଙ୍କୁ ଛାଡ଼ିଥିଲେ। କାତାର, ଇଜିପ୍ଟ ଓ ଆମେରିକା ମଧ୍ୟସ୍ଥତାରେ ସନ୍ଧି ସଫଳ ହେବା ପରେ ୧୩ ଇସ୍ରାଏଲୀ ପଣବନ୍ଦୀଙ୍କୁ ହମାସ୍‌ ମୁକ୍ତ କରିଛି। ଏହି କୂଟନୈତିକ ସଫଳତା ଯୋଗୁ ଗାଜାର ପ୍ରାୟ ୨.୩ ନିୟୁତ ପାଲେଷ୍ଟିନୀୟଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଏହା ବଦଳରେ ଇସ୍ରାଏଲ ମଧ୍ୟ ନିଜ ଜେଲରୁ ୧୫୦ ପଲେଷ୍ଟିନୀୟଙ୍କୁ ମୁକ୍ତ କରିଛି। ଇସ୍ରାଏଲ ଟାଇମ୍ସରେ ପ୍ରକାଶିତ ରିପୋର୍ଟ ଅନୁସାରେ ଇଣ୍ଟରନ୍ୟାଶନାଲ କମିଟି ଫର୍‌ ରେଡ୍‌ କ୍ରସ୍‌କୁ ୧୩ ଇସ୍ରାଏଲୀ ପଣବନ୍ଦୀଙ୍କୁ ହସ୍ତାନ୍ତର କରାଯାଇଛି। ସେମାନେ ଇଜିପ୍ଟ ସୀମାନ୍ତ ରାଫାହ ବର୍ଡର କ୍ରସିଂ ଦେଇ ଫେରିଛନ୍ତି। ମୁକ୍ତ ହୋଇଥିବା ଇସ୍ରାଏଲୀ ମହିଳା ଓ ଶିଶୁମାନଙ୍କୁ ଏକ ହସ୍ପିଟାଲକୁ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ…

ଗଣେଶ ପୂଜାରେ ସୃଷ୍ଟି ହେବ ବଡ଼ ରାଜଯୋଗ: ୪ ରାଶି ହେବେ ମାଲାମାଲ୍‌, ଚାକିରିରେ ମିଳିବ ବଡ଼ ଅଫର୍‌…

ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ପର୍ୱର ଏକ ସୱତନ୍ତ୍ର ମହତ୍ତ୍ୱ ରହିଛି। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଚଳିତ ବର୍ଷ ଗଣେଶ ଚତୁର୍ଥୀରେ ଅନେକ ଶୁଭ ଯୋଗ…

ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …

ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍‌ମାର ଦେଇ ଅଣାଯାଇଥିଲା

ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?