୧୦ ମାସର ଯମଜ ସନ୍ତାନଙ୍କୁ ରକ୍ଷା କରିବା ପାଇଁ ହମାସ ଆକ୍ରମଣକାରୀଙ୍କ ସହ ଲଢିଲେ ମା’-ବାପା: ଶେଷରେ…

ଜେରୁଜେଲମ,୧୩।୧୦: ନିଜ ସନ୍ତାନଙ୍କୁ ରକ୍ଷା କରିବା ପାଇଁ ମା’-ବାପା ସବୁକିଛି କରିପାରନ୍ତି। ଏହାର ନିଚ୍ଛକ ଉଦାହରଣ ଇସ୍ରାଏଲ-ହମାସ ଯୁଦ୍ଧରେ ଦେଖିବାକୁ ମିଳିଛି। ୧୦ ମାସର ଯମଜ ସନ୍ତାନଙ୍କୁ ରକ୍ଷା କରିବା ପାଇଁ ହମାସ ଆକ୍ରମଣକାରୀଙ୍କ ସହ ଲଢି ପ୍ରାଣ ହରାଇଛନ୍ତି ମା’-ବାପା। ଗାଜା ଷ୍ଟ୍ରିପଠାରୁ ତିନି କିଲୋମିଟର ଦୂରରେ ଥିବା ଇସ୍ରାଏଲର କିବବୁଟ ସହରରେ ଏହି ଘଟଣା ଘଟିଛି।
ଇସ୍ରାଏଲର ଇଟାଇ ବର୍ଡିଚେଭସ୍କି ଏବଂ ହାଡର ବର୍ଡିଚେଭସ୍କି ସେମାନଙ୍କ ଯମଜ ପିଲାଙ୍କ ସହ ଥିଲେ। ଏହି ସମୟରେ ହମାସ ଆତଙ୍କବାଦୀମାନେ ତାଙ୍କ ଘରେ ପଶିଥିଲେ। ସେମାନେ ନିଆଁ ଲଗାଇ ଘରେ ଭଙ୍ଗାରୁଜା କରିଥିଲେ। ଏହା ପରେ ଆତଙ୍କବାଦୀମାନେ ନିରୀହ ପିଲାମାନଙ୍କ ଆଡକୁ ଯାଇଥିଲେ। ଏହା ଦେଖି ମା’ବାପା ସେମାନଙ୍କୁ ଅଟକାଇ ଥିଲେ। ଉଭୟଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ଏହି ସମୟ ମଧ୍ୟରେ ଆତଙ୍କବାଦୀଠାରୁ ନିଜ ପିଲାମାନଙ୍କୁ ଲୁଚାଇ ରଖିଥିଲେ। ବହୁ ସଂଘର୍ଷ ପରେ ଆତଙ୍କବାଦୀମାନେ ମା’ବାପାଙ୍କୁ ଗୁଳି କରିଥିଲେ। କିଛି ସମୟ ପରେ ଇସ୍ରାଏଲ ସୈନିକମାନେ ଘଟଣାସ୍ଥଳରେ ପହଞ୍ଚି ପିଲାମାନଙ୍କୁ ଉଦ୍ଧାର କରିଥିଲେ। ଯମଜ ଶିଶୁମାନଙ୍କୁ ସେମାନଙ୍କ ଜେଜେବାପାଙ୍କୁ ହସ୍ତାନ୍ତର କରାଯାଇଛି।
ସୂଚନାଯୋଗ୍ୟ, ହମାସ ଅଚାନକ ଇସ୍ରାଏଲ ଉପରେ ଆକ୍ରମଣ ପରେ ଉଭୟ ପଟୁ ଯୁଦ୍ଧ ତୀବ୍ରତର ହେଉଛି। ଗାଜାର ସୀମାକୁ ପୁଣି ଥରେ ନିଜ ଅଧିନକୁ ଇସ୍ରାଏଲ ନେଇଥିବା ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri