ବର୍ବରତାର ଜବାବ କ୍ରୁରତାରେ ଦେଉଛି ଇସ୍ରାଏଲ, ଉଭୟ ପକ୍ଷ ସହ ରୁଷିଆର ଭଲ ସମ୍ପର୍କ, ବନ୍ଦ କରିପାରନ୍ତି ଯୁଦ୍ଧ, ପୁଟିନଙ୍କ ବୟାନ

ମସ୍କୋ,୧୪।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପୁଣି ଥରେ ଇସ୍ରାଏଲ-ହମାସ ଯୁଦ୍ଧ ସମ୍ପର୍କରେ ଏକ ବୟାନ ଦେଇଛନ୍ତି। ପୁଟିନ କହିଛନ୍ତି ଯେ ହମାସ ଇସ୍ରାଏଲ ଉପରେ ର୍ନିଦ୍ଦୟ ଆକ୍ରମଣ କରିଥିଲା କିନ୍ତୁ ବର୍ତ୍ତମାନ ଇସ୍ରାଏଲ ଦ୍ୱାରା କରାଯାଉଥିବା ଆକ୍ରମଣ ମଧ୍ୟ ନିଷ୍ଠୁର ଅଟେ।
ୟୁକ୍ରେନ ଯୁଦ୍ଧ ଆରମ୍ଭରୁ ପ୍ରଥମ ଥର ପାଇଁ ରୁଷିଆ ରାଷ୍ଟ୍ରପତି ଦେଶ ବାହାରକୁ ଯାଇଛନ୍ତି। କିର୍ଗିଜସ୍ଥାନର ରାଜଧାନୀରେ ସେ ସାମ୍ବାଦିକମାନଙ୍କୁ କହିଛନ୍ତି ଯେ ମଧ୍ୟ ପୂର୍ବରେ କ’ଣ ଘଟୁଛି ରୁଷିଆ ଜାଣିଛି। ଇସ୍ରାଏଲ ଗାଜା ଅଞ୍ଚଳକୁ ଅବରୋଧ କରିଛି। ଇସ୍ରାଏଲ କ୍ରମାଗତ ଭାବରେ ଏୟାର ଷ୍ଟ୍ରାଇକ କରୁଛି।

ଗାଜା ଅଞ୍ଚଳର ଲୋକଙ୍କ ଉପରେ ହୋଇଥିବା ଆକ୍ରମଣ ସମ୍ପର୍କରେ ସେ କହିଛନ୍ତି,ଏହା ଗ୍ରହଣ କରିବା ସହଜ ନୁହେଁ। କଥାବାର୍ତ୍ତା ମାଧ୍ୟମରେ ଇସ୍ରାଏଲ-ଗାଜାରେ ସାମ୍ପ୍ରତିକ ସଙ୍କଟର ସମାଧାନ ପାଇଁ ପୁଟିନ ଆହ୍ବାନ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ରୁଷିଆ ସାହାଯ୍ୟ କରିପାରିବ କାରଣ ଏହାର ଉଭୟ ପକ୍ଷ ସହ ଭଲ ସମ୍ପର୍କ ରହିଛି।
ଏହାପୂର୍ବରୁ ସେ କହିଥିଲେ ଯେ ଗାଜା ଉପରେ ଇସ୍ରାଏଲର ଆକ୍ରମଣ ଦ୍ୱାରା ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିବ। ପାରମ୍ପାରିକ ଭାବରେ ରୁଷିଆ ଏବଂ ଇସ୍ରାଏଲ ମଧ୍ୟରେ ସମ୍ପର୍କ ମଜବୁତ ହୋଇଛି, କିନ୍ତୁ ପୁଟିନ ୟୁକ୍ରେନରେ ଯୁଦ୍ଧ ଆରମ୍ଭ କରିବା ପରେ ଦୁଇ ଦେଶ ମଧ୍ୟରେ ତିକ୍ତତା ଲାଗି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri