Posted inଜାତୀୟ

ଇସ୍ରାଏଲ ଉପରେ ହମାସ ଆତଙ୍କବାଦୀଙ୍କ ଆକ୍ରମଣର ନିନ୍ଦା କରିବା ଶଶି ଥରୁରଙ୍କୁ ପଡିଲା ଭାରି

ନୂଆଦିଲ୍ଲୀ,୨୮।୧୦: ଇସ୍ରାଏଲରେ ପ୍ରବେଶ କରି ପାଲେଷ୍ଟାଇନ ଉଗ୍ରବାଦୀ ସଂଗଠନ ହମାସ ଯୋଦ୍ଧାଙ୍କ ଅମାନୁଷିକ କାର୍ଯ୍ୟକୁ ନିନ୍ଦା କରିବା କଂଗ୍ରେସ ଏମପି ଶଶି ଥରୁରଙ୍କୁ ବହୁତ ମହଙଘ୍ଗା ପଡିଛି। କେରଳର ମୁସଲିମ ସମ୍ପ୍ରଦାୟ ପାଇଁ କାର୍ଯ୍ୟ କରୁଥିବା ଏକ ସଂଗଠନ ମହଲ ଏମ୍ପାଓ୍ବାରମେଣ୍ଟ ମିଶନ (ଏମଇଏମ) ଶଶି ଥରୁରଙ୍କୁ ‘ପାଲେଷ୍ଟାଇନ ସଲିଡାରିଟି ପ୍ରୋଗ୍ରାମ’ରୁ ହଟାଇବାକୁ ନିଷ୍ପତ୍ତି ନେଇଛି। ଏହି କାର୍ଯ୍ୟକ୍ରମ କେରଳରେ ୩୦ ଅକ୍ଟୋବରରେ ଅନୁଷ୍ଠିତ ହେବ।

ଏହି କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବା ପାଇଁ ଥିରୁଭାନନ୍ତପୁରମ ଏମପି ଶଶି ଥରୁରଙ୍କୁ ନିମନ୍ତ୍ରଣ କରାଯାଇଥିଲା କିନ୍ତୁ ବର୍ତ୍ତମାନ ତାଙ୍କୁ ଏହି କାର୍ଯ୍ୟକ୍ରମରୁ ହଟାଇବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ସଂଗଠନ ସୂଚନା ଦେଇଛି।
ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ, ଏମଏମ ସଭାପତି ଶାହାଜାହାନ ଶ୍ରୀକରିମ କହିଛନ୍ତି ଯେ ଆମେ ତାଙ୍କୁ ଏହି କାର୍ଯ୍ୟକ୍ରମରୁ ହଟାଇବାକୁ ନିଷ୍ପତ୍ତି ନେଇଛୁ ବୋଲି ଥରୁରଙ୍କୁ ସୂଚନା ଦେଇଛୁ। ସେ ଦର୍ଶାଇଛନ୍ତି ଯେ ଅକ୍ଟୋବର ୭ରେ ଇସ୍ରାଏଲରେ ହମାସ ଆତଙ୍କବାଦୀଙ୍କ ଆକ୍ରମଣ ପରେ ସେ ଏହାକୁ ଆତଙ୍କବାଦୀ ଘଟଣା ବୋଲି ଘୋଷଣା କରିଥିଲେ। ଥରୁରଙ୍କ ଏହି ବିବୃତ୍ତି ହେତୁ ଏହି କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ ହେବା ନେଇ ସଂଗଠନ ମଧ୍ୟରେ ବିବାଦ ଦେଖାଦେଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲକୁ ସାଂଘାତିକ ଧମକ ଦେଲା ପାକିସ୍ତାନ, ନେତାନ୍ୟାହୁଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ କରି କହିଲା…

ଇସଲାମବାଦ,୨୮।୩: ଇରାନର ରାଜଧାନୀ ତେହେରାନରେ ପାକିସ୍ତାନୀ ଦୂତାବାସ ନିକଟରେ ଇସ୍ରାଏଲୀ-ଆମେରିକୀୟ ଆକ୍ରମଣର ରିପୋର୍ଟ ପରେ, ଇସଲାମାବାଦ ଇସ୍ରାଏଲକୁ ଏକ କଡ଼ା ଚେତାବନୀ ଦେଇଛି। ପାକିସ୍ତାନ କହିଛି ଯେ…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

ଯୁଦ୍ଧ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ୨ ମିନିଟ୍‌ରେ…

ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୌତମ ବୁଦ୍ଧ ନଗର ଜିଲା ଜେଓ୍ବାରରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

LPG ଏବଂ PNG ର ଏକ୍ସପାଏରୀ ଡେଟ୍‌ ଅଛି କି? ଜାଣନ୍ତୁ କେମିତି କରିବେ ଚେକ୍‌…

ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ଇନ୍ଧନ ଯୋଗାଣ ନେଇ ଚିନ୍ତା ମଧ୍ୟରେ, ଭାରତର ଅନେକ ପରିବାର LPG ସିଲିଣ୍ଡର ପ୍ରତି ଅଧିକ ଧ୍ୟାନ ଦେଉଛନ୍ତି। ଏହା PNG…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri