ଗାଜା ଉପରେ ଦୁଇ ପଟରୁ ଆକ୍ରମଣ କରୁଛି ଇସ୍ରାଏଲ, ହମାସ କମାଣ୍ଡର ସମେତ ଅନେକେ ଆତଙ୍କବାଦୀ ନିହତ

ଜେରୁଜେଲମ,୩୧।୧୦: ଉତ୍ତର ଗାଜା ଷ୍ଟ୍ରିପରେ ଗ୍ରାଉଣ୍ଡ ଅପରେସନ ସହିତ ଇସ୍ରାଏଲ ସେନା ଏୟାର ଷ୍ଟ୍ରାଇକ ବୃଦ୍ଧି କରିଛି। ଇସ୍ରାଏଲ ସେନା ଟ୍ୟାଙ୍କ ଏବଂ ସଶସ୍ତ୍ର ଯାନ ସହିତ ଗାଜାର ମୁଖ୍ୟ ରାସ୍ତା ଏବଂ ରଣନୈତିକ ଗୁରୁତ୍ୱପୂର୍ଣ୍ଣ ସ୍ଥାନଗୁଡ଼ିକରେ ଆକ୍ରମଣ ଜୋରଦାର କରିଛନ୍ତି।
ଉତ୍ତର-ଦକ୍ଷିଣ ଗାଜା ଷ୍ଟ୍ରିପକୁ ସଂଯୋଗ କରୁଥିବା ରାଜପଥରେ ଟ୍ୟାଙ୍କ ମଧ୍ୟ ନିୟୋଜିତ କରାଯାଇଛି। ଗାଜା ଉପରେ ଦୁଇପଟରୁ ଆକ୍ରମଣ ଜାରି ରହିଛି। ଏଥି ସହିତ ଲେବାନନର ହିଜବୁଲ ଏବଂ ସିରିଆରେ ଇରାନ ସମର୍ଥିତ ଆତଙ୍କବାଦୀ ଗୋଷ୍ଠୀ ଉପରେ ମଧ୍ୟ ବୋମା ବିସ୍ଫୋରଣ କରାଯାଇଛି।

ଇସ୍ରାଏଲ ସେନା କହିଛି ଯେ ଗାଜାର ପୂର୍ବ-ପଶ୍ଚିମ ଦିଗରୁ ଏହା ଆକ୍ରମଣ କରିଛି। ଯୁଦ୍ଧ ବିମାନ ୬୦୦ରୁ ଅଧିକ ହମାସ ସ୍ଥିତିକୁ ଟାର୍ଗେଟ କରିଛି। ଇସ୍ରାଏଲର ସାମରିକ ମୁଖପାତ୍ର ରିୟର ଆଡମିରାଲ ଡାନିଏଲ ହାଗରୀ କହିଛନ୍ତି ଯେ ଆମେ ସ୍ଥଳଭାଗରେ ଅଗ୍ରଗତି କରୁଛୁ ଏବଂ ସେନା ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ସିଧାସଳଖ ଯୁଦ୍ଧ ଚାଲିଛି। ଏହି ଆକ୍ରମଣରେ ୪ଟପ କମାଣ୍ଡରଙ୍କ ସମେତ ଡଜନେ ଆତଙ୍କବାଦୀ ନିହତ ହୋଇଛନ୍ତି।
ହାମାସର କେନ୍ଦ୍ରୀୟ ଶିବିରରେ ଏହାର ନୌସେନାର ମୁଖ୍ୟ ଜାମିଲ ବାବା, ହମାସର ଆଣ୍ଟି ଟ୍ୟାଙ୍କ ୟୁନିଟର କମାଣ୍ଡର ମହମ୍ମଦ ସଫାଦୀ, ସମାନ ବାଟାଲିୟନର ଅନ୍ୟ କମାଣ୍ଡର ମୁମାନ ହେଗାଜୀ ଏବଂ ହାମାସର ଅସ୍ତ୍ରଶସ୍ତ୍ର ଉତ୍ପାଦନ ମୁଖ୍ୟାଳୟର ବରିଷ୍ଠ କମାଣ୍ଡର ମହମ୍ମଦ ଆୱାଡାଲ୍ଲା ଅଛନ୍ତି। ଓ୍ବେଷ୍ଟ ବ୍ୟାଙ୍କର ଜେନିନରେ ଇସ୍ରାଏଲ ସେନା ସହିତ ହମାସ ଏବଂ ଇସଲାମିକ ଜିହାଦ ମଧ୍ୟ ଲଢୁଛନ୍ତି। ଏଠାରେ ୧୧୦ ରୁ ଅଧିକ ପାଲେଷ୍ଟାଇନବାସୀ ନିହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri