ଗାଜାରେ ଆତ୍ମରକ୍ଷା ନୁହେଁ ଆକ୍ରମଣ କରୁଛି ଇସ୍ରାଏଲ: ଚାଇନାର ଅଭିଯୋଗ…

ବେଜିଂ,୧୫।୧୦ : (୦୧) ଇସ୍ରାଏଲ ଉପରେ ହମାସର ହଠାତ ଆକ୍ରମଣ ପରେ ପରିସ୍ଥିତି ବିଗିଡି ଯାଉଛି। ବର୍ତ୍ତମାନ ଏକ ସପ୍ତାହରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ବିବାଦ ଚାଲିଛି। ଏପର୍ଯ୍ୟନ୍ତ ୩,୩୦୦ ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି। ତେବେ ବର୍ତ୍ତମାନ ଚାଇନା ଇସ୍ରାଏଲର କାର୍ଯ୍ୟକଳାପ ଉପରେ ପ୍ରଶ୍ନ ଉଠାଇଛି। ଚାଇନା ଅଭିଯୋଗ କରିଛି ଇସ୍ରାଏଲର କାର୍ଯ୍ୟ ଆତ୍ମରକ୍ଷା ସୀମା ବାହାରେ। ଗାଜାରେ ଆତ୍ମରକ୍ଷା ନୁହେଁ ଆକ୍ରମଣ କରୁଛି ଇସ୍ରାଏଲ।

ଚାଇନାର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି ରବିବାର ଇସ୍ରାଏଲ ସରକାରଙ୍କୁ କହିଛନ୍ତି ବର୍ତ୍ତମାନ ଗାଜାବାସୀଙ୍କୁ ସାମୁହିକ ଦଣ୍ଡ ଦେବା ବନ୍ଦ କରିବା ଉଚିତ

ସୂଚନାଯୋଗ୍ୟ ହାମାସ ଦ୍ୱାରା ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଏପର୍ଯ୍ୟନ୍ତ ୧,୩୦୦ ରୁ ଅଧିକ ଇସ୍ରାଏଲ ନାଗରିକଙ୍କ ମୃତ୍ୟୁ ଘଟିଛି। ସେହିପରି ଗାଜା ଅଞ୍ଚଳରେ ପ୍ରାୟ ୨୦୦୦ ପାଲେଷ୍ଟାଇନ ନାଗରିକଙ୍କ ମୃତ୍ୟୁ ଘଟିଛି। ଏହି ପରିସ୍ଥିତି ମଧ୍ୟରେ ଅନେକ ଦେଶ ନିଜ ନାଗରିକଙ୍କୁ ସ୍ଥାନାନ୍ତର କରିବା ପାଇଁ ଉଦ୍ଧାର କାର୍ଯ୍ୟ କରୁଛନ୍ତି। ଭାରତ ସହିତ ବ୍ରିଟେନ ଏବଂ ଅନ୍ୟ କେତେକ ପାଶ୍ଚାତ୍ୟ ଦେଶ ବିମାନ ମାଧ୍ୟମରେ ନିଜ ଲୋକଙ୍କୁ ସ୍ଥାନାନ୍ତର କରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?