ଯୁଦ୍ଧ ମଧ୍ୟରେ ଇସ୍ରାଏଲର ଘୋଷଣାକୁ ନେଇ ହଇଚଇ: ଏବେ ଟାର୍ଗେଟରେ ଖାମେନେଇ, ଲୁଚିଥିବା ବଙ୍କର ଉପରେ…

ଜେରୁଜେଲମ/ତେହରାନ,୧୯।୬: କେନ୍ଦ୍ରୀୟ ଇସ୍ରାଏଲର ବେରସେବା ହସ୍ପିଟାଲ ଉପରେ ଇରାନର ଆକ୍ରମଣ ପରେ ପ୍ରତିରକ୍ଷା ମନ୍ତ୍ରୀ କାଟ୍ଜ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଏବେ ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲୀ ଖାମେନେଇଙ୍କୁ ହତ୍ୟା କରାଯିବ। ତେବେ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ପ୍ରତିଶୋଧ ନେବାକୁ ପ୍ରତିଶ୍ରୁତି ଦେବା ପରେ କାଟ୍ଜଙ୍କ ଏହି ବୟାନ ଆସିଛି। ଏହାକୁ ନେଇ ସାରା ବିଶ୍ୱରେ ହଇଚଇ ସୃଷ୍ଟି ହୋଇଛି।

ଦ ଜେରୁଜେଲମ ପୋଷ୍ଟ ଅନୁଯାୟୀ, ଇସ୍ରାଏଲର ପ୍ରତିରକ୍ଷା ମନ୍ତ୍ରୀ କାଟ୍ଜ କହିଛନ୍ତି ହସ୍ପିଟାଲ ଉପରେ ଆକ୍ରମଣ ପାଇଁ ଖାମେନେଇ ଦାୟୀ। ତେଣୁ ଆମେ ଏବେ ତାଙ୍କୁ ସିଧାସଳଖ ଟାର୍ଗେଟ କରିବୁ। ଏହା ଏକ ଯୁଦ୍ଧ ଅପରାଧ, ଯେଉଁଥିପାଇଁ ଖାମେନେଇଙ୍କୁ ଦଣ୍ଡ ଦିଆଯିବ।

ଇରାନ ଯେଉଁଭଳି ଭାବେ ହାଇପରସୋନିକ କ୍ଷେପଣାସ୍ତ୍ର ବ୍ୟବହାର କରୁଛି, ତାହା ନିଶ୍ଚିତ କରିଛି ଯେ ସେ ତା’ର କାର୍ଯ୍ୟ ବନ୍ଦ କରିବ ନାହିଁ। ଆମେ ଏବେ ଏକ ନୂତନ ଉପାୟରେ ଇରାନ ଉପରେ ଆକ୍ରମଣ କରିବାକୁ ଯାଉଛୁ।
କାଟ୍ଜ ଆହୁରି କହିଛନ୍ତି ଯେ ଆମେ ଅଲୀ ଖାମେନେଇଙ୍କ ଶକ୍ତିକୁ ଦୋହଲାଇ ଦେବୁ। ଏଥିପାଇଁ ଯାହା କରିବାକୁ ପଡିବ ତାହା କରିବୁ। ଆମେ ଇସ୍ରାଏଲ ଉପରେ ସମସ୍ତ ସମ୍ଭାବ୍ୟ ଆକ୍ରମଣର ଜବାବ ଦେବା ପାଇଁ କାର୍ଯ୍ୟ କରୁଛୁ।

କହିରଖୁଛୁ, ତେହେରାନ ଉପରେ ଆକ୍ରମଣର ପ୍ରତିବାଦରେ ଗୁରୁବାର ଇରାନ ଏକ ଇସ୍ରାଏଲ ହସ୍ପିଟାଲ ଉପରେ ଆକ୍ରମଣ କରିଥିଲା। ଇସ୍ରାଏଲ ଅଧିକାରୀଙ୍କ ଅନୁଯାୟୀ, ଏହି ଆକ୍ରମଣରେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ୨୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି।

ଇରାନ ଇଣ୍ଟରନ୍ୟାସନାଲ ଅନୁଯାୟୀ, ଇସ୍ରାଏଲୀ ଆକ୍ରମଣକୁ ଦୃଷ୍ଟିରେ ରଖି, ଖାମେନେଇ ତାଙ୍କ ପରିବାର ସହିତ ତେହେରାନର ଲାଭିଜାନ ବଙ୍କରରେ ଲୁଚି ରହିଛନ୍ତି। ଏହି ବଙ୍କର ପରମାଣୁ ସ୍ଥାନ ନିକଟରେ ଅଛି। ଇରାନୀ ସେନା ମୁଖ୍ୟାଳୟ ମଧ୍ୟ ବଙ୍କର ନିକଟରେ ଅଛି।

ତେବେ ଖାମେନେଇ ଇରାନର ସର୍ବୋଚ୍ଚ ନେତା ଏବଂ ସେ ସେନାର ମୁଖ୍ୟ। ବୁଧବାରସେ ଇସ୍ରାଏଲ ଆକ୍ରମଣ ବିରୁଦ୍ଧରେ ଏକ ବିବୃତ୍ତି ଜାରି କରିଥିଲେ। ଖାମେନେଇ କହିଥିଲେ ଯେ ଆମେ ଆମେରିକା ନିକଟରେ ଆତ୍ମସମର୍ପଣ କରିବାକୁ ଯାଉନାହୁଁ।


Enter your email to get our daily news in your inbox.

All Right Reserved By Dharitri.Com

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

ବିରେନ୍ଦ୍ର ସେହ୍ବାଗଙ୍କ ନୂଆ ଇନିଂସ, ଅଶନୀର ଗ୍ରୋଭରଙ୍କୁ ଆଉଟ୍‌ କରି ଚମକାଇଲେ, ଏଣିକି…

ମୁମ୍ବାଇ,୧୧।୯: ପ୍ରାଇମ୍ ଭିଡିଓର ସୁପରହିଟ୍ ରିଆଲିଟି ଶୋ’ ‘ରାଇଜ୍‌ ଆଣ୍ଡ୍‌ ଫଲ୍‌’ (Rise And Fall) ନିଜର ଦ୍ୱିତୀୟ ସିଜନ୍ ସହ ଫେରୁଛି। ଏଥର ଶୋ’କୁ ନେଇ…

ଘରେ ଝିଅ ଜନ୍ମ ହେଲେ ଆପଣଙ୍କୁ ମିଳିବ ୨୭ ଲକ୍ଷ ଟଙ୍କା! କରିବାକୁ ହେବ କେବଳ ଏହି କାମ…

ନୂଆଦିଲ୍ଲୀ,୧୧।୯: ଯଦି ଆପଣଙ୍କ ଘରେ ଝିଅ ଜନ୍ମ ହୋଇଛି, ତେବେ ଏବେ ଆପଣ ୨୭ ଲକ୍ଷ ଟଙ୍କା ପାଇପାରିବେ। କେନ୍ଦ୍ର ସରକାରଙ୍କ ଏପରି ଏକ ଯୋଜନା ଅଛି,…

ତାଜ୍‌ରେ ଜିନପିଙ୍ଗ, ITC ର୍ମୌଯ୍ୟରେ ପୁଟିନ: ଗୋଟିଏ ରାତିର ଭଡ଼ା ଜାଣିଲେ ତାଜୁବ ହେବେ…

ନୂଆଦିଲ୍‌ଲୀ,୧୧।୯: ଦିଲ୍ଲୀରେ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ହେବାକୁ ଥିବା ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ରାଜଧାନୀର ଅନେକ ଅଞ୍ଚଳ ଛାଉଣୀରେ ପରିଣତ ହୋଇଛି। ହୋଟେଲ…

ସମିତିସଭ୍ୟଙ୍କଠାରୁ ସୁନା ଚେନ୍‌ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ, ଆଜି ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୧ା୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ସନ୍ଧ୍ୟାରେ ପାଟପୁର ଥାନା ପି. ରାମଚନ୍ଦ୍ରପୁର ଗ୍ରାମର ବଳରାମ ପ୍ରଧାନ ଓରଫ ବଳିଆଙ୍କୁ ଛିନତାଇ…

ଆନନ୍ଦପୁରରେ ବ୍ୟାଙ୍କ ଧର୍ମଘଟ, ଏସ୍‌ବିଆଇ ସମ୍ମୁଖରେ ବିକ୍ଷୋଭ କରି…

ବଞ୍ଚୋ,୧୧ା୯(ପ୍ରଦୋଷ ବିଶ୍ୱାଳ): ୟୁନାଇଟେଡ୍‌ ଫୋରମ ଅଫ ବ୍ୟାଙ୍କ ୟୁନିଅନ୍ସର ଆହ୍ବାନକ୍ରମେ ଶୁକ୍ରବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଳିତ ହୋଇଛି। ଏହାର ପ୍ରଭାବ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ବ୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?