Posted inଜାତୀୟ

ପାକିସ୍ତାନ-ଆଫଗାନିସ୍ତାନରେ ମେଣ୍ଟ ସରକାର ଗଠନ କରୁ କଂଗ୍ରେସ: ହିମନ୍ତ ବିଶ୍ୱ ସରମା

ଗୁଆହାଟି,୧୩।୧୦: ଇସ୍ରାଏଲ-ହମାସ୍‌ ମଧ୍ୟରେ ଚାଲିଥିବା ରକ୍ତାକ୍ତ ସଂଘର୍ଷ ମଧ୍ୟରେ ଭାରତରେ ଭାଜପା ଓ କଂଗ୍ରେସ ମଧ୍ୟରେ ବାକ୍‌ଯୁଦ୍ଧ ଆରମ୍ଭ ହୋଇଛି। ଭାଜପା ଇସ୍ରାଏଲକୁ ସମର୍ଥନ କରୁଥିବାବେଳେ କଂଗ୍ରେସ ପାଲେଷ୍ଟାନୀୟଙ୍କୁ ସମର୍ଥନ ଜଣାଇଛି। ଏନେଇ କଂଗ୍ରେସକୁ କଟାକ୍ଷ କରିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା। ସେ କହିଛନ୍ତି, ଆଫଗାନିସ୍ତାନ ଏବଂ ପାକିସ୍ତାନରେ କଂଗ୍ରେସ ଏକ ମେଣ୍ଟ ସରକାର ଗଠନ କରିବା ଉଚିତ୍‌।
ଏକ ସାମ୍ବାଦିକ ସମ୍ମିଳନୀରେ ହିମନ୍ତ କହିଛନ୍ତି, ପାଲେଷ୍ଟାଇନ ବିଷୟରେ କହିବା ପୂର୍ବରୁ ଇସ୍ରାଏଲରେ ହମାସ କରିଥିବା ଆତଙ୍କବାଦୀ ଆକ୍ରମଣକୁ କଂଗ୍ରେସ ନିନ୍ଦା କରିବା ଉଚିତ୍‌। ମହିଳା ଏବଂ ଶିଶୁଙ୍କୁ ବନ୍ଧକ ରଖିବା ନେଇ କଂଗ୍ରେସ ହମାସକୁ ନିନ୍ଦା କରିବା ଆବଶ୍ୟକ।

ପାଲିଷ୍ଟାନୀୟଙ୍କୁ ସମର୍ଥନ କରି ପ୍ରସ୍ତାବ ପାରିତ କରିଥିବା କଂଗ୍ରେସ ଆତଙ୍କବାଦ, ହମାସ, ବନ୍ଧକ ମହିଳା ଏବଂ ଶିଶୁଙ୍କ ବିଷୟରେ ପ୍ରସ୍ତାବରେ କୌଣସି ଉଲ୍ଲେଖ କରିନାହ। ଆଫଗାନିସ୍ତାନରେ ତାଲିବାନ ଓ ପାକିସ୍ଥାନରେ ଇମ୍ରାନ ଖାନ କିମ୍ବା ଶାହବାଜ ସରିଫଙ୍କ ପରେ କଂଗ୍ରେସ ସେଠାରେ ପରବର୍ତ୍ତୀ ମେଣ୍ଟ ସରକାର ଗଠନ କରିବା ଉଚିତ। ଆପତ୍ତିଜନକ ରାଜନୀତି ପାଇଁ ଦେଶର ସ୍ବାର୍ଥକୁ ବଳି ଦେବା କଂଗ୍ରେସର ଡିଏନଏରେ ଅଛି ବୋଲି ହିମନ୍ତ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?