Odisha Elections 2024

ଇସ୍ରାଏଲ-ପାଲେଷ୍ଟାଇନ ସଂଘର୍ଷ: ଜୀବନ ବଞ୍ଚେଇବା ପାଇଁ ମୃତଦେହ ପାହାଡ ଭିତରେ ୭ଘଣ୍ଟା ଯାଏଁ ଲୁଚିଥିଲେ ମହିଳା, ମୃତ୍ୟୁସଂଖ୍ୟା ୩ହଜାରକୁ ବୃଦ୍ଧି

ଜେରୁଜେଲମ,୧୧।୧୦ : ଇସ୍ରାଏଲ-ପାଲେଷ୍ଟାଇନ ସଂଘର୍ଷ ମଧ୍ୟରେ ଦକ୍ଷିଣ ଇସ୍ରାଏଲର ଏକ ବାହ୍ୟ ସଂଗୀତ ମହୋତ୍ସବ ଉପରେ ଆକ୍ରମଣ କରିବା ସମୟରେ ହମାସ୍‌ ବନ୍ଧୁକଧାରୀମାନେ ୨୬୦ ଜଣଙ୍କୁ ଗୁଳି କରି ହତ୍ୟା କରିଥିଲେ।
ଏହି ଲୋମହର୍ଷଣକାରୀ ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ, ଲୋକମାନେ ନିଜ ଜୀବନ ବଞ୍ଚାଇବା ପାଇଁ ପ୍ରାଣ ବିକଳରେ ଦୌଡିବାକୁ ଲାଗୁଛନ୍ତି। ହମାସ୍‌ ଆକ୍ରମଣକାରୀମାନେ ସେମାନଙ୍କ ଉପରେ ଆଖିବୁଜା ଗୁଳି ଚଳାଉଛନ୍ତି।

ନ୍ୟୁୟର୍କ ପୋଷ୍ଟ ଅନୁଯାୟୀ, ଏହି ସଂଗୀତ ମହୋତ୍ସବରେ ଜଣେ ମହିଳା ନିଜ ଛାତିଥରା କଥା ପ୍ରକାଶ କରିଛନ୍ତି। ସଂଗୀତ ମହୋତ୍ସବରେ ହଠାତ୍‌ ହମାସ୍‌ ଆକ୍ରମଣକାରୀମାନେ ଆଖିବୁଜା ଗୁଳି ଚଳାଇବାରୁ ଏହି ଜଣେ ମହିଳା ଗଦା ହୋଇଥିବା ମୃତଦେହ ତଳେ ଲୁଚି ନିଜ ଜୀବନ ରକ୍ଷା କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ଲି ସାସି। ଗୁଳି ମାଡ ସମୟରେ ଲି ସାସି ଏବଂ ଅନ୍ୟ ୩୫ ଜଣ ଲୋକ ଏକ ବଙ୍କରରେ ଲୁଚି ରହିଥିଲେ। କିନ୍ତୁ ହାମାସ ଯୋଦ୍ଧାମାନେ ସେମାନଙ୍କୁ ବଙ୍କରରେ ଦେଖିପାରି ଆଖିବୁଜା ଗୁଳିମାଡ କରିଥିଲେ। ତେବେ ଇସ୍ରାଏଲ ସୈନ୍ୟ ସେମାନଙ୍କୁ ଉଦ୍ଧାର କରିବା ବେଳକୁ କେବଳ ୧୦ଜଣ ଲୋକ ସେହି ବଙ୍କରରେ ଜୀବନ୍ତ ରହିଯାଇଥିଲେ। ମହିଳା ଜଣକ ଜୀବନ୍ତ ଫେରିବା ପରେ କହିଛନ୍ତ, ଗୁଳିମାଡରୁ ବଞ୍ଚିବା ପାଇଁ ମୁଁ ହତ୍ୟା କରାଯାଇଥିବା ବ୍ୟକ୍ତିଙ୍କ ମୃତଦେହ ତଳେ ଲୁଚି ନିଜ ଜୀବନ ରକ୍ଷା କରିଥିଲି।


Enter your email to get our daily news in your inbox.

All Right Reserved By Dharitri.Com

୩ ପାକିସ୍ତାନୀ ଛାତ୍ରଙ୍କୁ ହତ୍ୟା, ଭାରତୀୟଙ୍କୁ ଘରୁ ନ ବାହାରିବାକୁ ଦିଆଗଲା ପରାମର୍ଶ

ବିଶେକ,୧୮।୫: ମଧ୍ୟ ଏସୀୟ ଦେଶ କିର୍ଗିସ୍ଥାନରେ ମେଡିକାଲ ପଢିବାକୁ ଯାଇଥିବା ଭାରତୀୟ ଏବଂ ପାକିସ୍ତାନୀ ଛାତ୍ରଙ୍କ ଜୀବନ ବିପଦରେ। କିର୍ଗଜସ୍ଥାନରୁ ଖବର ଆସିଛି ଯେ ସେଠାରେ...

ବ୍ରିଟେନରେ କମୁଛି ଅରବପତିଙ୍କ ସଂଖ୍ୟା, ଏହାପରେ ବି ବଢୁଛି ସୁନକଙ୍କ ସମ୍ପତ୍ତି

ଲଣ୍ଡନ,୧୮।୫: ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ଏବଂ ତାଙ୍କ ପତ୍ନୀ ଅକ୍ଷତା ମୁର୍ତ୍ତୀଙ୍କ ସମ୍ପତ୍ତି ବୃଦ୍ଧି ପାଉଛି। ଦୁଇ ବର୍ଷ ପୂର୍ବେ ବ୍ରିଟିଶ ପ୍ରଧାନମନ୍ତ୍ରୀ ଏବଂ...

ସୋମବାର ଚତୁର୍ଥ ଥର ଆସ୍ଥା ଲୋଡ଼ିବେ ନେପାଳ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୧୮ା୫(ପି.ଟି.): ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପକମଲ ଦହଲ ‘ପ୍ରଚଣ୍ଡ’ ତାଙ୍କ ୧୮ ମାସର କାର୍ଯ୍ୟକାଳ ମଧ୍ୟରେ ସୋମବାର ଚତୁର୍ଥ ଥର ପାଇଁ ଆସ୍ଥାଭୋଟ ଲୋଡ଼ିବାକୁ ଯାଉଛନ୍ତି। ସହଯୋଗୀ ଜନତା...

ଶେଷରେ ବଦଳିଲା ଟୁଇଟରର ଡୋମେନ ନେମ, ଏବେ x.comରେ ଖୋଲିବ ସୋସିଆଲ ମିଡିଆ ପ୍ଲାଟଫର୍ମ

ଓ୍ବାଶିଂଟନ,୧୭।୫: ଶୁକ୍ରବାର ସକାଳ ପର୍ଯ୍ୟନ୍ତ ଟୁଇଟର ଡଟ କମ ଖୋଲୁଥିଲା, କିନ୍ତୁ ଅପରାହ୍ନରେ ଏହା ସ୍ବୟଂଚାଳିତ ଭାବରେ x.com ହୋଇଗଲା। ଏହିପରି,୨୦୨୨ରେ ଏଲୋନ ମସ୍କଙ୍କ ଦ୍ୱାରା...

ନେପାଳ ସଂସଦରେ ହାତାହାତି ହେଲେ ଶାସକ-ବିରୋଧୀ

କାଠମାଣ୍ଡୁ,୧୭।୫: ସହଯୋଗୀ ଜାଲିଆତି ମାମଲାରେ ନେପାଳର ଗୃହମନ୍ତ୍ରୀ ରବି ଲାମିଚାନେଙ୍କ ବିରୋଧରେ ତଦନ୍ତ କମିଟି ଗଠନ ନେଇ ନେପାଳ ସଂସଦର ନିମ୍ନ ଗୃହରେ ବିରୋଧୀ ଏବଂ...

ଭାରତୀୟ ମସଲା ଉପରେ ପ୍ରତିବନ୍ଧକ ଲଗାଇଲା ନେପାଳ, ଯାଞ୍ଚ ଆରମ୍ଭ

କାଠମାଣ୍ଡୁ,୧୭।୫: ନେପାଳ ଦୁଇଟି ଭାରତୀୟ ବ୍ରାଣ୍ଡର ମସଲା – ଏମଡିଏଚ ଏବଂ ଏଭରେଷ୍ଟର ଆମଦାନୀ, ବ୍ୟବହାର ଏବଂ ବିକ୍ରୟ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି ମସଲାରେ...

ରୁଷିଆ ଚାଇନା ସବୁବେଳେ ଏକାଠି ଅଛନ୍ତି, ବେଜିଂ ଗସ୍ତ ସମୟରେ ୭୫ ବର୍ଷ ପୁରୁଣା ଗୀତ ମନେପକାଇଲେ ପୁଟିନ

ବେଜିଂ,୧୭।୫: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଚାଇନା ଗସ୍ତରେ ଅଛନ୍ତି। ଗାଜା ଏବଂ ୟୁକ୍ରେନକୁ ନେଇ ତିକ୍ତତା ମଧ୍ୟରେ ଏକ ବର୍ଷ ମଧ୍ୟରେ ରୁଷିଆର ରାଷ୍ଟ୍ରପତି...

୩୪ ବର୍ଷ ବୟସରେ ଜେଜେ ମା’ ହେଲେ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର

ସିଙ୍ଗାପୁର:ସମ୍ପ୍ରତି ଯୁବପିଢ଼ି ନିଜ କ୍ୟାରିୟରକୁ ଦୃଷ୍ଟିରେ ରଖି ବିଳମ୍ବରେ ବିବାହ କରିବା ସହ ବିଳମ୍ବରେ ପରିବାର ଆରମ୍ଭ କରିବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସିଙ୍ଗାପୁରର ଶିର୍ଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri