ଇସ୍ରାଏଲ-ପାଲେଷ୍ଟାଇନ ସଂଘର୍ଷ: ଜୀବନ ବଞ୍ଚେଇବା ପାଇଁ ମୃତଦେହ ପାହାଡ ଭିତରେ ୭ଘଣ୍ଟା ଯାଏଁ ଲୁଚିଥିଲେ ମହିଳା, ମୃତ୍ୟୁସଂଖ୍ୟା ୩ହଜାରକୁ ବୃଦ୍ଧି

ଜେରୁଜେଲମ,୧୧।୧୦ : ଇସ୍ରାଏଲ-ପାଲେଷ୍ଟାଇନ ସଂଘର୍ଷ ମଧ୍ୟରେ ଦକ୍ଷିଣ ଇସ୍ରାଏଲର ଏକ ବାହ୍ୟ ସଂଗୀତ ମହୋତ୍ସବ ଉପରେ ଆକ୍ରମଣ କରିବା ସମୟରେ ହମାସ୍‌ ବନ୍ଧୁକଧାରୀମାନେ ୨୬୦ ଜଣଙ୍କୁ ଗୁଳି କରି ହତ୍ୟା କରିଥିଲେ।
ଏହି ଲୋମହର୍ଷଣକାରୀ ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ, ଲୋକମାନେ ନିଜ ଜୀବନ ବଞ୍ଚାଇବା ପାଇଁ ପ୍ରାଣ ବିକଳରେ ଦୌଡିବାକୁ ଲାଗୁଛନ୍ତି। ହମାସ୍‌ ଆକ୍ରମଣକାରୀମାନେ ସେମାନଙ୍କ ଉପରେ ଆଖିବୁଜା ଗୁଳି ଚଳାଉଛନ୍ତି।

ନ୍ୟୁୟର୍କ ପୋଷ୍ଟ ଅନୁଯାୟୀ, ଏହି ସଂଗୀତ ମହୋତ୍ସବରେ ଜଣେ ମହିଳା ନିଜ ଛାତିଥରା କଥା ପ୍ରକାଶ କରିଛନ୍ତି। ସଂଗୀତ ମହୋତ୍ସବରେ ହଠାତ୍‌ ହମାସ୍‌ ଆକ୍ରମଣକାରୀମାନେ ଆଖିବୁଜା ଗୁଳି ଚଳାଇବାରୁ ଏହି ଜଣେ ମହିଳା ଗଦା ହୋଇଥିବା ମୃତଦେହ ତଳେ ଲୁଚି ନିଜ ଜୀବନ ରକ୍ଷା କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ଲି ସାସି। ଗୁଳି ମାଡ ସମୟରେ ଲି ସାସି ଏବଂ ଅନ୍ୟ ୩୫ ଜଣ ଲୋକ ଏକ ବଙ୍କରରେ ଲୁଚି ରହିଥିଲେ। କିନ୍ତୁ ହାମାସ ଯୋଦ୍ଧାମାନେ ସେମାନଙ୍କୁ ବଙ୍କରରେ ଦେଖିପାରି ଆଖିବୁଜା ଗୁଳିମାଡ କରିଥିଲେ। ତେବେ ଇସ୍ରାଏଲ ସୈନ୍ୟ ସେମାନଙ୍କୁ ଉଦ୍ଧାର କରିବା ବେଳକୁ କେବଳ ୧୦ଜଣ ଲୋକ ସେହି ବଙ୍କରରେ ଜୀବନ୍ତ ରହିଯାଇଥିଲେ। ମହିଳା ଜଣକ ଜୀବନ୍ତ ଫେରିବା ପରେ କହିଛନ୍ତ, ଗୁଳିମାଡରୁ ବଞ୍ଚିବା ପାଇଁ ମୁଁ ହତ୍ୟା କରାଯାଇଥିବା ବ୍ୟକ୍ତିଙ୍କ ମୃତଦେହ ତଳେ ଲୁଚି ନିଜ ଜୀବନ ରକ୍ଷା କରିଥିଲି।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଟିଆ ମହିଳାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରି ବନ୍ଧାହେଲେ ଘରମାଲିକ

କେନ୍ଦୁଝର,୧୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ ଅଭିଯୋଗରେ ଘର ମାଲିକଙ୍କୁ ଗିରଫ କରିଛି। ଅଭିଯୁକ୍ତ ପୁରୀ ଜିଲା ତାଳବଣିଆ…

ଭାରତର ଗୁରୁତ୍ୱକୁ ଅନୁଭବ କରୁଛି ବାଂଲାଦେଶ, ଏବେ କରୁଛି ଏମିତି ଚିନ୍ତା

ଢାକା,୧୧।୫: ବାଂଲାଦେଶ ଏବେ ଭାରତ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ଚାହୁଁଛି। ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ଜଣେ ବରିଷ୍ଠ ପରାମର୍ଶଦାତାଙ୍କ ପକ୍ଷରୁ ଏ ସମ୍ପର୍କରେ ଏକ ବିବୃତ୍ତି ପ୍ରକାଶ…

ପଡ଼ୋଶୀଙ୍କ କୋଦାଳ ଆଉ ଶାବଳମାଡ଼ରେ ମହିଳାଙ୍କ ଜୀବନ ଗଲା

ଖଇରା,୧୧ା୫(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ହରିପୁର ଗ୍ରାମରେ ଘର ତିଆରି ପାଇଁ ସେଣ୍ଟରିଂ ବେଳେ ଅଭାବନୀୟ ଘଟଣା ଘଟି ଯାଇଛି। ସୀମା ବିବାଦକୁ…

ମୋଦିଙ୍କ ବଡ଼ ଉପଦେଶ, କହିଲେ ଘରୁ ରହି କାମ କରିବାକୁ…

ନୂଆଦିଲ୍ଲୀ,୧୧।୫:  ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ବିଶ୍ୱ ବଜାରରେ ତୈଳ ସଙ୍କଟ ଦେଖାଦେଇଥିବାବେଳେ ଭାରତରେ ପେଟ୍ରୋଲ ଓ ଡିଜେଲ ଦର ବଢ଼ିବା ଆଶଙ୍କା କରାଯାଉଛି। ପଶ୍ଚିମ ଏସିଆ ସଙ୍କଟ…

ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହତ୍ୟା କଲେ ଖଣି ମାଫିଆ, ଶରୀରର ଅନେକ ସ୍ଥାନରେ ରହିଛି…

ନୟାଗଡ଼,୧୧ା୫(ଲୋକନାଥ ମିଶ୍ର): ମାଙ୍କଡ଼ାପଥର ଚୋରାଚାଲାଣକୁ ବିରୋଧ କରିବାରୁ ରବିବାର ବିଳମ୍ବିତ ରାତିରେ ଓଡ଼ଗାଁ ବିଜୟ ମଣ୍ଡପସାହିର ଅଜିତ ସାହୁ(୩୫)ଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି ମାଫିଆ। ଏହି…

ଆମେରିକାକୁ କଡ଼ା ଜବାବ ଦେଲା ଇରାନ!

ତେହରାନ,୧୧।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଉଥିବା ପରି ମନେ ହେଉଛି। ଗୋଟିଏ ପଟେ, ଆମେରିକା ସମାଧାନ ପାଇଁ ଚାପ ପ୍ରୟୋଗ…

ରାହୁଲଙ୍କୁ ମହଙ୍ଗା ପଡ଼ିଲା ଥାଲାପତିଙ୍କ ସହ ଇନଷ୍ଟା ରିଲ ଶେୟାର କରିବା

ନୂଆଦିଲ୍ଲୀ,୧୧।୫: ତାମିଲନାଡୁରେ ବିଜୟ ଥାଲାପତିଙ୍କ ଶପଥ ଗ୍ରହଣ ସମାରୋହ ସମୟରେ, ଟିଭିକେ ମୁଖ୍ୟ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସହ ମଞ୍ଚ ଉପରେ ଏକ ରିଲ…

ସ୍ତ୍ରୀଙ୍କ ହାତ ଗୋଡ଼ ବାନ୍ଧି ମାରିବା ପାଇଁ ସ୍ବାମୀଙ୍କ ଉଦ୍ୟମ, ଜ୍ୱାଇଁଙ୍କୁ ମାଡ଼ ମାରି ଶ୍ୱଶୁର ଘର ଲୋକେ…

ମହାକାଳପଡ଼ା,୧୧ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ସ୍ଥାନୀୟ ଖରିନାଶୀ ଗ୍ରାମର ମନୋରଞ୍ଜନ ଗିରି ୧୪ ବର୍ଷ ପୂର୍ବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri